ଗଣନା ପୁସ୍ତକ 24 : 1 (ORV)
ଅନନ୍ତର ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀ ୟମ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା ।
ଗଣନା ପୁସ୍ତକ 24 : 2 (ORV)
ତହିଁରେ ବିଲୀୟମ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି ପରମେଶ୍ଵରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ ।
ଗଣନା ପୁସ୍ତକ 24 : 3 (ORV)
ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବିୟୋରର ପୁତ୍ର ବିଲୀୟମ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
ଗଣନା ପୁସ୍ତକ 24 : 4 (ORV)
ଯେ ପରମେଶ୍ଵରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନଚକ୍ଷୁ ହୋଇ କହୁଅଛି ।
ଗଣନା ପୁସ୍ତକ 24 : 5 (ORV)
ହେ ଯାକୁବ, ତୁମ୍ଭର ତମ୍ଵୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର!
ଗଣନା ପୁସ୍ତକ 24 : 6 (ORV)
ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ ।
ଗଣନା ପୁସ୍ତକ 24 : 7 (ORV)
ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ ।
ଗଣନା ପୁସ୍ତକ 24 : 8 (ORV)
ପରମେଶ୍ଵର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ଵାରା ସେମାନଙ୍କୁ ଭେଦ କରିବ ।
ଗଣନା ପୁସ୍ତକ 24 : 9 (ORV)
ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଶାପଗ୍ରସ୍ତ ହେଉନ୍ତୁ ।
ଗଣନା ପୁସ୍ତକ 24 : 10 (ORV)
ଏଥିରେ ବିଲୀୟମ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥରଯାକ ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ ।
ଗଣନା ପୁସ୍ତକ 24 : 11 (ORV)
ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି ।
ଗଣନା ପୁସ୍ତକ 24 : 12 (ORV)
ତହିଁରେ ବିଲୀୟମ ବାଲାକଙ୍କୁ କହିଲା, ମୋʼ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କʼଣ କହି ନାହିଁ?
ଗଣନା ପୁସ୍ତକ 24 : 13 (ORV)
ଯେବେ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି ।
ଗଣନା ପୁସ୍ତକ 24 : 14 (ORV)
ଏବେ ଦେଖ, ମୁଁ ଆପଣା ଲୋକମାନଙ୍କ ନିକଟକୁ ଯାଉଅଛି; ଆସ, ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା କରିବେ, ତାହା ମୁଁ ତୁମ୍ଭକୁ ଜ୍ଞାତ କରାଇବି ।
ଗଣନା ପୁସ୍ତକ 24 : 15 (ORV)
ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ବିୟୋରର ପୁତ୍ର ବିଲୀୟମ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
ଗଣନା ପୁସ୍ତକ 24 : 16 (ORV)
ଯେ ପରମେଶ୍ଵରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବ-ପ୍ରଧାନଙ୍କର ତତ୍ତ୍ଵ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନଚକ୍ଷୁ ହୋଇ କହୁଅଛି;
ଗଣନା ପୁସ୍ତକ 24 : 17 (ORV)
ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ତ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ଵ ଭେଦ କରିବ ଓ କଳହର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ ।
ଗଣନା ପୁସ୍ତକ 24 : 18 (ORV)
ପୁଣି ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ ।
ଗଣନା ପୁସ୍ତକ 24 : 19 (ORV)
ପୁଣି ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ଵ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ ।
ଗଣନା ପୁସ୍ତକ 24 : 20 (ORV)
ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ ।
ଗଣନା ପୁସ୍ତକ 24 : 21 (ORV)
ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ ।
ଗଣନା ପୁସ୍ତକ 24 : 22 (ORV)
ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇ ଯିବ ।
ଗଣନା ପୁସ୍ତକ 24 : 23 (ORV)
ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, ହାୟ ହାୟ, ଯେତେବେଳେ ପରମେଶ୍ଵର ଏହା କରିବେ, ସେତେବେଳେ କିଏ ବଞ୍ଚିବ?
ଗଣନା ପୁସ୍ତକ 24 : 24 (ORV)
ମାତ୍ର କୀତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ ।
ଗଣନା ପୁସ୍ତକ 24 : 25 (ORV)
ଏଉତ୍ତାରେ ବିଲୀୟମ ଉଠି ସ୍ଵସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: