ଗଣନା ପୁସ୍ତକ 27 : 1 (ORV)
ଅନନ୍ତର ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା ଓ ହଗ୍ଲା ଓ ମିଲ୍‍କା ଓ ତିର୍ସା ।
ଗଣନା ପୁସ୍ତକ 27 : 2 (ORV)
ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି ଅଧିପତିଗଣ ଓ ସମସ୍ତ ମଣ୍ତଳୀର ସମ୍ମୁଖରେ ସମାଗମ-ତମ୍ଵୁ ଦ୍ଵାରରେ ଠିଆ ହୋଇ କହିଲେ,
ଗଣନା ପୁସ୍ତକ 27 : 3 (ORV)
ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା ।
ଗଣନା ପୁସ୍ତକ 27 : 4 (ORV)
ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କି ହେତୁ ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ ।
ଗଣନା ପୁସ୍ତକ 27 : 5 (ORV)
ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ ।
ଗଣନା ପୁସ୍ତକ 27 : 6 (ORV)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 27 : 7 (ORV)
ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ ।
ଗଣନା ପୁସ୍ତକ 27 : 8 (ORV)
ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟ ମଲେ ଯେବେ ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ ।
ଗଣନା ପୁସ୍ତକ 27 : 9 (ORV)
ଯେବେ ତାହାର କନ୍ୟା ନ ଥାଏ, ତେବେ ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ ।
ଗଣନା ପୁସ୍ତକ 27 : 10 (ORV)
ପୁଣି ଯେବେ ତାହାର ଭାଇ ନ ଥାଏ, ତେବେ ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ ।
ଗଣନା ପୁସ୍ତକ 27 : 11 (ORV)
ଆଉ ଯେବେ ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକି ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣର ବିଚାର-ବିଧି ହେବ ।
ଗଣନା ପୁସ୍ତକ 27 : 12 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର ।
ଗଣନା ପୁସ୍ତକ 27 : 13 (ORV)
ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ ।
ଗଣନା ପୁସ୍ତକ 27 : 14 (ORV)
ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ତଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ । (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ ।)
ଗଣନା ପୁସ୍ତକ 27 : 15 (ORV)
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,
ଗଣନା ପୁସ୍ତକ 27 : 16 (ORV)
ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ଵର ମଣ୍ତଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
ଗଣନା ପୁସ୍ତକ 27 : 17 (ORV)
ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ତଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ ।
ଗଣନା ପୁସ୍ତକ 27 : 18 (ORV)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
ଗଣନା ପୁସ୍ତକ 27 : 19 (ORV)
ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ତଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ ।
ଗଣନା ପୁସ୍ତକ 27 : 20 (ORV)
ଆହୁରି ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର ।
ଗଣନା ପୁସ୍ତକ 27 : 21 (ORV)
ପୁଣି ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ଵାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ତଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ ।
ଗଣନା ପୁସ୍ତକ 27 : 22 (ORV)
ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ତଳୀ ସମ୍ମୁଖରେ ଉପସ୍ଥିତ କରାଇଲେ ।
ଗଣନା ପୁସ୍ତକ 27 : 23 (ORV)
ପୁଣି ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23

BG:

Opacity:

Color:


Size:


Font: