ଗଣନା ପୁସ୍ତକ 28 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 28 : 2 (ORV)
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ ।
ଗଣନା ପୁସ୍ତକ 28 : 3 (ORV)
ପୁଣି ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁ; ଦୁଇ ମେଷବତ୍ସ ।
ଗଣନା ପୁସ୍ତକ 28 : 4 (ORV)
ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ।
ଗଣନା ପୁସ୍ତକ 28 : 5 (ORV)
ପୁଣି ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନ୍ର ଚତୁର୍ଥାଂଶ ପେଷା ତୈଳମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ ।
ଗଣନା ପୁସ୍ତକ 28 : 6 (ORV)
ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା ।
ଗଣନା ପୁସ୍ତକ 28 : 7 (ORV)
ପୁଣି ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନ୍ର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ । ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ ।
ଗଣନା ପୁସ୍ତକ 28 : 8 (ORV)
ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ ।
ଗଣନା ପୁସ୍ତକ 28 : 9 (ORV)
ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁ; ଦୁଇ ମେଷବତ୍ସ ଓ ତୈଳମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ;
ଗଣନା ପୁସ୍ତକ 28 : 10 (ORV)
ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ ।
ଗଣନା ପୁସ୍ତକ 28 : 11 (ORV)
ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ସାତ ନିଖୁ; ମେଷବତ୍ସ ଉତ୍ସର୍ଗ କରିବ ।
ଗଣନା ପୁସ୍ତକ 28 : 12 (ORV)
ପୁଣି ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
ଗଣନା ପୁସ୍ତକ 28 : 13 (ORV)
ପୁଣି ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
ଗଣନା ପୁସ୍ତକ 28 : 14 (ORV)
ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ ଓ ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହା ବର୍ଷର ପ୍ରତି ମାସର ଅମାବାସ୍ୟାରେ କର୍ତ୍ତବ୍ୟ ମାସିକ ହୋମ ହେବ ।
ଗଣନା ପୁସ୍ତକ 28 : 15 (ORV)
ପୁଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ତାହା ହେବ ।
ଗଣନା ପୁସ୍ତକ 28 : 16 (ORV)
ଆହୁରି ପ୍ରଥମ ମାସରେ, ସେହି ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ ।
ଗଣନା ପୁସ୍ତକ 28 : 17 (ORV)
ପୁଣି ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରାଯିବ ।
ଗଣନା ପୁସ୍ତକ 28 : 18 (ORV)
ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
ଗଣନା ପୁସ୍ତକ 28 : 19 (ORV)
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁ; ପଶୁ;
ଗଣନା ପୁସ୍ତକ 28 : 20 (ORV)
ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,
ଗଣନା ପୁସ୍ତକ 28 : 21 (ORV)
ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ,
ଗଣନା ପୁସ୍ତକ 28 : 22 (ORV)
ପୁଣି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ,
ଗଣନା ପୁସ୍ତକ 28 : 23 (ORV)
ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ଛଡ଼ା ଉତ୍ସର୍ଗ କରିବ ।
ଗଣନା ପୁସ୍ତକ 28 : 24 (ORV)
ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ଯାଏ ପ୍ରତି ଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟ ରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ତାହା ଉତ୍ସର୍ଗିତ ହେବ ।
ଗଣନା ପୁସ୍ତକ 28 : 25 (ORV)
ପୁଣି ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
ଗଣନା ପୁସ୍ତକ 28 : 26 (ORV)
ଆହୁରି ପ୍ରଥମ-ପକ୍ଵ ଫଳର ଦିନରେ, ଅର୍ଥାତ୍, ଯେତେବେଳେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ-ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
ଗଣନା ପୁସ୍ତକ 28 : 27 (ORV)
ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକବର୍ଷୀୟ ସାତ ମେଷବତ୍ସ;
ଗଣନା ପୁସ୍ତକ 28 : 28 (ORV)
ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
ଗଣନା ପୁସ୍ତକ 28 : 29 (ORV)
ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
ଗଣନା ପୁସ୍ତକ 28 : 30 (ORV)
ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ ।
ଗଣନା ପୁସ୍ତକ 28 : 31 (ORV)
ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ଛଡ଼ା ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁ; ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: