ଗଣନା ପୁସ୍ତକ 34 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 34 : 2 (ORV)
ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
ଗଣନା ପୁସ୍ତକ 34 : 3 (ORV)
ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସିନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରରପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ ।
ଗଣନା ପୁସ୍ତକ 34 : 4 (ORV)
ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ ।
ଗଣନା ପୁସ୍ତକ 34 : 5 (ORV)
ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ ।
ଗଣନା ପୁସ୍ତକ 34 : 6 (ORV)
ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ ।
ଗଣନା ପୁସ୍ତକ 34 : 7 (ORV)
ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
ଗଣନା ପୁସ୍ତକ 34 : 8 (ORV)
ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ ।
ଗଣନା ପୁସ୍ତକ 34 : 9 (ORV)
ପୁଣି ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ ।
ଗଣନା ପୁସ୍ତକ 34 : 10 (ORV)
ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ ।
ଗଣନା ପୁସ୍ତକ 34 : 11 (ORV)
ତହୁଁ ସେହି ସୀମା ଶଫାମ୍ଠାରୁ ଐନନର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବପାର୍ଶ୍ଵ ଦେଇ ଯିବ ।
ଗଣନା ପୁସ୍ତକ 34 : 12 (ORV)
ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମା-ନୁସାରେ ତୁମ୍ଭମାନଙ୍କର ଦେଶ ହେବ ।
ଗଣନା ପୁସ୍ତକ 34 : 13 (ORV)
ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ଵାରା ଅଧିକାର କରିବ, ସେହି ଦେଶ ଏହି ।
ଗଣନା ପୁସ୍ତକ 34 : 14 (ORV)
କାରଣ ରୁବେନ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
ଗଣନା ପୁସ୍ତକ 34 : 15 (ORV)
ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି ।
ଗଣନା ପୁସ୍ତକ 34 : 16 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 34 : 17 (ORV)
ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ।
ଗଣନା ପୁସ୍ତକ 34 : 18 (ORV)
ପୁଣି ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ ।
ଗଣନା ପୁସ୍ତକ 34 : 19 (ORV)
ପୁଣି ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
ଗଣନା ପୁସ୍ତକ 34 : 20 (ORV)
ଓ ଶିମୀୟୋନର ସନ୍ତାନମାନଙ୍କ ବଂଶୀୟ ଅମ୍ମୀହୂଦର ପୁତ୍ର ଶମୂୟେଲ ।
ଗଣନା ପୁସ୍ତକ 34 : 21 (ORV)
ବିନ୍ୟାମୀନ ବଂଶୀୟ କିଶଲୋନର ପୁତ୍ର ଇଲୀଦଦ୍ ।
ଗଣନା ପୁସ୍ତକ 34 : 22 (ORV)
ଆଉ ଦାନ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଯଗ୍ଲିର ପୁତ୍ର ବୁକ୍କି ।
ଗଣନା ପୁସ୍ତକ 34 : 23 (ORV)
ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ ।
ଗଣନା ପୁସ୍ତକ 34 : 24 (ORV)
ପୁଣି ଇଫ୍ରୟିମ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ ।
ଗଣନା ପୁସ୍ତକ 34 : 25 (ORV)
ଆଉ ସବୂଲୂନ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ପର୍ଣ୍ଣକର ପୁତ୍ର ଇଲୀଷାଫନ୍,
ଗଣନା ପୁସ୍ତକ 34 : 26 (ORV)
ଓ ଇଷାଖର-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟିୟେଲ,
ଗଣନା ପୁସ୍ତକ 34 : 27 (ORV)
ଓ ଆଶେର-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଶଲୋମିର ପୁତ୍ର ଅହୀହୂଦ୍ ।
ଗଣନା ପୁସ୍ତକ 34 : 28 (ORV)
ନପ୍ତାଲି-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ ।
ଗଣନା ପୁସ୍ତକ 34 : 29 (ORV)
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: