ଗଣନା ପୁସ୍ତକ 35 : 1 (ORV)
ଅନନ୍ତର ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 35 : 2 (ORV)
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ ।
ଗଣନା ପୁସ୍ତକ 35 : 3 (ORV)
ତହିଁରେ ସେହିସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି ତହିଁର ତଳିଭୂମିସବୁ ସେମାନଙ୍କ ପଶୁ ଓ ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ ।
ଗଣନା ପୁସ୍ତକ 35 : 4 (ORV)
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ସେସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ ।
ଗଣନା ପୁସ୍ତକ 35 : 5 (ORV)
ପୁଣି ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ ଓ ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ ଓ ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ । ଏହା ସେମାନଙ୍କ ନଗରର ତଳିଭୂମି ହେବ ।
ଗଣନା ପୁସ୍ତକ 35 : 6 (ORV)
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ଛଡ଼ା ଆହୁରି ବୟାଳିଶ ନଗର ଦେବ ।
ଗଣନା ପୁସ୍ତକ 35 : 7 (ORV)
ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ ।
ଗଣନା ପୁସ୍ତକ 35 : 8 (ORV)
ପୁଣି ଇସ୍ରାଏଲ-ସନ୍ତାନଗଣର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ ।
ଗଣନା ପୁସ୍ତକ 35 : 9 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 35 : 10 (ORV)
ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
ଗଣନା ପୁସ୍ତକ 35 : 11 (ORV)
ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ ।
ଗଣନା ପୁସ୍ତକ 35 : 12 (ORV)
ପୁଣି ନରହତ୍ୟାକାରୀ ବିଚାରାର୍ଥେ ମଣ୍ତଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟସ୍ଥାନ ହେବ;
ଗଣନା ପୁସ୍ତକ 35 : 13 (ORV)
ଏହିରୂପେ ତୁମ୍ଭେମାନେ ଯେ ଯେ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ ।
ଗଣନା ପୁସ୍ତକ 35 : 14 (ORV)
ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ ।
ଗଣନା ପୁସ୍ତକ 35 : 15 (ORV)
ଇସ୍ରାଏଲ-ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟସ୍ଥାନ ହେବ; ତହିଁରେ ଯେ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇ ପାରେ ।
ଗଣନା ପୁସ୍ତକ 35 : 16 (ORV)
ମାତ୍ର ଯେବେ କେହି ଲୌହ ଅସ୍ତ୍ର ଦ୍ଵାରା କାହାରିକୁ ଏପରି ଆଘାତ କରେ, ଯେ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
ଗଣନା ପୁସ୍ତକ 35 : 17 (ORV)
ଆଉ ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
ଗଣନା ପୁସ୍ତକ 35 : 18 (ORV)
ଅବା ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
ଗଣନା ପୁସ୍ତକ 35 : 19 (ORV)
ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକି ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ ।
ଗଣନା ପୁସ୍ତକ 35 : 20 (ORV)
ଆଉ ଯେବେ ହିଂସା କରି କେହି କାହାକୁ ଧକ୍କା ମାରେ, ଅବା ଛକି ବସି ତାହା ଉପରେ କିଛି ପକାଏ ଓ ତହିଁରେ ସେ ମରେ;
ଗଣନା ପୁସ୍ତକ 35 : 21 (ORV)
କିଅବା ଶତ୍ରୁତା କରି ଯେବେ ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ ସେ ନରହତ୍ୟାକାରୀ; ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ ।
ଗଣନା ପୁସ୍ତକ 35 : 22 (ORV)
ମାତ୍ର ଯେବେ କେହି ଶତ୍ରୁତା ବିନା ହଠାତ୍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,
ଗଣନା ପୁସ୍ତକ 35 : 23 (ORV)
କିଅବା ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ,
ଗଣନା ପୁସ୍ତକ 35 : 24 (ORV)
ତେବେ ମଣ୍ତଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ ।
ଗଣନା ପୁସ୍ତକ 35 : 25 (ORV)
ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକି ଉଦ୍ଧାର କରିବେ; ପୁଣି ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ତଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ ।
ଗଣନା ପୁସ୍ତକ 35 : 26 (ORV)
ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯେବେ କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ
ଗଣନା ପୁସ୍ତକ 35 : 27 (ORV)
ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ ।
ଗଣନା ପୁସ୍ତକ 35 : 28 (ORV)
କାରଣ ମହାଯାଜକର ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଭୂମିକି ଫେରି ଯାଇ ପାରିବ ।
ଗଣନା ପୁସ୍ତକ 35 : 29 (ORV)
ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ ।
ଗଣନା ପୁସ୍ତକ 35 : 30 (ORV)
ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ଵାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ତ ନିମନ୍ତେ ଗ୍ରାହ୍ୟ ହେବ ନାହିଁ ।
ଗଣନା ପୁସ୍ତକ 35 : 31 (ORV)
ଆହୁରି ପ୍ରାଣଦଣ୍ତଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ ।
ଗଣନା ପୁସ୍ତକ 35 : 32 (ORV)
ପୁଣି କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ ।
ଗଣନା ପୁସ୍ତକ 35 : 33 (ORV)
ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ ।
ଗଣନା ପୁସ୍ତକ 35 : 34 (ORV)
ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରୁଅଛୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34

BG:

Opacity:

Color:


Size:


Font: