ଗଣନା ପୁସ୍ତକ 5 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 5 : 2 (ORV)
ପ୍ରତ୍ୟେକ କୁଷ୍ଠୀକି ଓ ପ୍ରତ୍ୟେକ ପ୍ରମେହୀକି ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକି ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ।
ଗଣନା ପୁସ୍ତକ 5 : 3 (ORV)
ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଦୁହିଁଙ୍କୁ ବାହାର କରିବ, ତୁମ୍ଭେମାନେ ଛାଉଣିର ବାହାରେ ସେମାନଙ୍କୁ ରଖିବ; ସେମାନଙ୍କର ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି ନ କରନ୍ତୁ ।
ଗଣନା ପୁସ୍ତକ 5 : 4 (ORV)
ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ ।
ଗଣନା ପୁସ୍ତକ 5 : 5 (ORV)
ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 5 : 6 (ORV)
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ଯେବେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ତନୀୟ ହୁଏ,
ଗଣନା ପୁସ୍ତକ 5 : 7 (ORV)
ତେବେ ସେ ଆପଣା କୃତ ପାପ ସ୍ଵୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ହେତୁରୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ ।
ଗଣନା ପୁସ୍ତକ 5 : 8 (ORV)
ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯେବେ ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ଛଡ଼ା ଯଦ୍ଦ୍ଵାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ ।
ଗଣନା ପୁସ୍ତକ 5 : 9 (ORV)
ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ ।
ଗଣନା ପୁସ୍ତକ 5 : 10 (ORV)
ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗୀତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ ।
ଗଣନା ପୁସ୍ତକ 5 : 11 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 5 : 12 (ORV)
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯେବେ ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,
ଗଣନା ପୁସ୍ତକ 5 : 13 (ORV)
ଅର୍ଥାତ୍, ଯେବେ କୌଣସି ପୁରୁଷ ତାହା ସହିତ ସଂସର୍ଗ କରେ ଓ ତାହା ତାହାର ସ୍ଵାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ବେଳେ ଧରା ପଡ଼ି ନ ଥାଏ;
ଗଣନା ପୁସ୍ତକ 5 : 14 (ORV)
ଆଉ ଯେବେ ସ୍ଵାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ଵଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯେବେ ସ୍ଵାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ଵଳେ;
ଗଣନା ପୁସ୍ତକ 5 : 15 (ORV)
ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ-ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ ।
ଗଣନା ପୁସ୍ତକ 5 : 16 (ORV)
ଏଉତ୍ତାରେ ଯାଜକ ସେହି ସ୍ତ୍ରୀକି ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ।
ଗଣନା ପୁସ୍ତକ 5 : 17 (ORV)
ପୁଣି ଯାଜକ ମୃତ୍ତିକାପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ ।
ଗଣନା ପୁସ୍ତକ 5 : 18 (ORV)
ତହୁଁ ଯାଜକ ସେହି ସ୍ତ୍ରୀକି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି ଯାଜକ ଆପଣା ହସ୍ତରେ ଶାପଜନକ ତିକ୍ତ ଜଳ ରଖିବ ।
ଗଣନା ପୁସ୍ତକ 5 : 19 (ORV)
ଆଉ ଯାଜକ ସେହି ସ୍ତ୍ରୀକି ଶପଥ କରାଇ କହିବ, ଯେବେ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ ।
ଗଣନା ପୁସ୍ତକ 5 : 20 (ORV)
ମାତ୍ର ଯେବେ ତୁମ୍ଭେ ଆପଣା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି ତୁମ୍ଭ ସ୍ଵାମୀ ଛଡ଼ା ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
ଗଣନା ପୁସ୍ତକ 5 : 21 (ORV)
ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁନ୍ତ
ଗଣନା ପୁସ୍ତକ 5 : 22 (ORV)
ତହିଁରେ ଏହି ଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ଵାରା ସେହି ସ୍ତ୍ରୀକି ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍ (ଏପରି ହେଉ) କହିବ ।
ଗଣନା ପୁସ୍ତକ 5 : 23 (ORV)
ପୁଣି ଯାଜକ ସେହି ଶାପର କଥା ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ ।
ଗଣନା ପୁସ୍ତକ 5 : 24 (ORV)
ତହୁଁ ସେ ସେହି ସ୍ତ୍ରୀକି ଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ ।
ଗଣନା ପୁସ୍ତକ 5 : 25 (ORV)
ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି ବେଦି ଉପରକୁ ଆଣିବ;
ଗଣନା ପୁସ୍ତକ 5 : 26 (ORV)
ତହୁଁ ଯାଜକ ସେହି ଭକ୍ଷ୍ୟ-ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକି ସେହି ଜଳ ପାନ କରାଇବ ।
ଗଣନା ପୁସ୍ତକ 5 : 27 (ORV)
ପୁଣି ସେ ସେହି ସ୍ତ୍ରୀକି ଜଳ ପାନ କରାଇଲେ ଏପରି ହେବ, ଯେବେ ସେହି ସ୍ତ୍ରୀ ଆପଣା ସ୍ଵାମୀ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଶାପ ସ୍ଵରୂପ ହେବ ।
ଗଣନା ପୁସ୍ତକ 5 : 28 (ORV)
ଆଉ ଯେବେ ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ ।
ଗଣନା ପୁସ୍ତକ 5 : 29 (ORV)
ଏହା ଈର୍ଷାବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,
ଗଣନା ପୁସ୍ତକ 5 : 30 (ORV)
ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ଵଳିଲେ, ସେ ସେହି ସ୍ତ୍ରୀକି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ ।
ଗଣନା ପୁସ୍ତକ 5 : 31 (ORV)
ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବହିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31