ମାଥିଉଲିଖିତ ସୁସମାଚାର 8 : 1 (ORV)
ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ ।
ମାଥିଉଲିଖିତ ସୁସମାଚାର 8 : 2 (ORV)
ଆଉ ଦେଖ, ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
ମାଥିଉଲିଖିତ ସୁସମାଚାର 8 : 3 (ORV)
ସେଥିରେ ଯୀଶୁ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା ।
ମାଥିଉଲିଖିତ ସୁସମାଚାର 8 : 4 (ORV)
ଆଉ, ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର ।
ମାଥିଉଲିଖିତ ସୁସମାଚାର 8 : 5 (ORV)
ଯୀଶୁ କଫର୍ନାହୂମରେ ପ୍ରବେଶ କରନ୍ତେ, ଜଣେ ଶତସେନାପତି ତାହାଙ୍କ ନିକଟକୁ ଆସି ବିନତି କରି କହିଲେ,
ମାଥିଉଲିଖିତ ସୁସମାଚାର 8 : 6 (ORV)
ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି ।
ମାଥିଉଲିଖିତ ସୁସମାଚାର 8 : 7 (ORV)
ଯୀଶୁ ତାହାକୁ କହିଲେ, ମୁଁ ଯାଇ ତାହାକୁ ଆରୋଗ୍ୟ କରିବି ।
ମାଥିଉଲିଖିତ ସୁସମାଚାର 8 : 8 (ORV)
କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୋ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।
ମାଥିଉଲିଖିତ ସୁସମାଚାର 8 : 9 (ORV)
କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ ।
ମାଥିଉଲିଖିତ ସୁସମାଚାର 8 : 10 (ORV)
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ଵାସ ପାଇ ନାହିଁ ।
ମାଥିଉଲିଖିତ ସୁସମାଚାର 8 : 11 (ORV)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ସହିତ ସ୍ଵର୍ଗରାଜ୍ୟରେ ଭୋଜନରେ ବସିବେ,
ମାଥିଉଲିଖିତ ସୁସମାଚାର 8 : 12 (ORV)
ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
ମାଥିଉଲିଖିତ ସୁସମାଚାର 8 : 13 (ORV)
ଆଉ ଯୀଶୁ ଶତସେନାପତିଙ୍କି କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ଵାସ କରିଅଛ, ତୁମ୍ଭ ପ୍ରତି ସେହିପରି ଘଟୁ । ସେହି ଦଣ୍ତରେ ଦାସଟି ସୁସ୍ଥ ହେଲା ।
ମାଥିଉଲିଖିତ ସୁସମାଚାର 8 : 14 (ORV)
ପରେ ଯୀଶୁ ପିତରଙ୍କ ଗୃହକୁ ଆସି ତାଙ୍କ ଶାଶୁଙ୍କୁ ଜ୍ଵରରେ ଶଯ୍ୟାଗତା ଥିବା ଦେଖିଲେ;
ମାଥିଉଲିଖିତ ସୁସମାଚାର 8 : 15 (ORV)
ସେଥିରେ ସେ ତାହାଙ୍କ ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ ।
ମାଥିଉଲିଖିତ ସୁସମାଚାର 8 : 16 (ORV)
ସନ୍ଧ୍ୟା ହୁଅନ୍ତେ, ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
ମାଥିଉଲିଖିତ ସୁସମାଚାର 8 : 17 (ORV)
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ ।
ମାଥିଉଲିଖିତ ସୁସମାଚାର 8 : 18 (ORV)
ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକି ଯିବା ପାଇଁ ଆଜ୍ଞା ଦେଲେ ।
ମାଥିଉଲିଖିତ ସୁସମାଚାର 8 : 19 (ORV)
ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି ।
ମାଥିଉଲିଖିତ ସୁସମାଚାର 8 : 20 (ORV)
ସେଥିରେ ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ତ ଗୁଞ୍ଜିବାର ସ୍ଥାନ ନାହିଁ ।
ମାଥିଉଲିଖିତ ସୁସମାଚାର 8 : 21 (ORV)
ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।
ମାଥିଉଲିଖିତ ସୁସମାଚାର 8 : 22 (ORV)
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ ।
ମାଥିଉଲିଖିତ ସୁସମାଚାର 8 : 23 (ORV)
ଯୀଶୁ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ ।
ମାଥିଉଲିଖିତ ସୁସମାଚାର 8 : 24 (ORV)
ପୁଣି ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ଯୀଶୁ ଶୟନ କରିଥିଲେ ।
ମାଥିଉଲିଖିତ ସୁସମାଚାର 8 : 25 (ORV)
ଆଉ, ସେମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ ।
ମାଥିଉଲିଖିତ ସୁସମାଚାର 8 : 26 (ORV)
ଯୀଶୁ ସେମାନଙ୍କୁ କହିଲେ, ହେ ଅଳ୍ପବିଶ୍ଵାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ସେତେବେଳେ ଯୀଶୁ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧୀରସ୍ଥିର ହେଲା ।
ମାଥିଉଲିଖିତ ସୁସମାଚାର 8 : 27 (ORV)
ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି ।
ମାଥିଉଲିଖିତ ସୁସମାଚାର 8 : 28 (ORV)
ପରେ ସେପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ, ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ । ସେମାନେ ଏପରି ଦୁର୍ଦ୍ଦା; ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ ।
ମାଥିଉଲିଖିତ ସୁସମାଚାର 8 : 29 (ORV)
ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ଵରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?
ମାଥିଉଲିଖିତ ସୁସମାଚାର 8 : 30 (ORV)
ଆଉ, ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା ।
ମାଥିଉଲିଖିତ ସୁସମାଚାର 8 : 31 (ORV)
ସେଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରି ପଲ ଭିତରକୁ ପଠାଇ ଦିଅ ।
ମାଥିଉଲିଖିତ ସୁସମାଚାର 8 : 32 (ORV)
ଯୀଶୁ ସେମାନଙ୍କୁ କହିଲେ, ଯାଅ । ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ପଲଯାକ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ ।
ମାଥିଉଲିଖିତ ସୁସମାଚାର 8 : 33 (ORV)
ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ବୃତ୍ତା; ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ ।
ମାଥିଉଲିଖିତ ସୁସମାଚାର 8 : 34 (ORV)
ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କ ସହିତ ସାକ୍ଷାତ୍ କରିବା ପାଇଁ ବାହାରି ଆସିଲେ, ପୁଣି ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ପ୍ରସ୍ଥାନ କରିବାକୁ ବିନତି କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34

BG:

Opacity:

Color:


Size:


Font: