ମାର୍କଲିଖିତ ସୁସମାଚାର 10 : 1 (ORV)
ସେ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୁଦା ସୀମା ଓ ଯର୍ଦ୍ଦନର ପରପାରିକି ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ, ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି ଶିକ୍ଷା ଦେବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 10 : 2 (ORV)
ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକି ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ?
ମାର୍କଲିଖିତ ସୁସମାଚାର 10 : 3 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?
ମାର୍କଲିଖିତ ସୁସମାଚାର 10 : 4 (ORV)
ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକି ପରିତ୍ୟାଗ କରିବା ନିମନ୍ତେ ମୋଶା, ଅନୁମତି ଦେଇଅଛନ୍ତି ।
ମାର୍କଲିଖିତ ସୁସମାଚାର 10 : 5 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲିପିବଦ୍ଧ କରିଅଛନ୍ତି ।
ମାର୍କଲିଖିତ ସୁସମାଚାର 10 : 6 (ORV)
କିନ୍ତୁ ସୃଷ୍ଟିର ଆରମ୍ଭରୁ ସେ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ।
ମାର୍କଲିଖିତ ସୁସମାଚାର 10 : 7 (ORV)
ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କୁ ପରିତ୍ୟାଗ କରିବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ।
ମାର୍କଲିଖିତ ସୁସମାଚାର 10 : 8 (ORV)
ଏଣୁ ସେମାନେ ଆଉ ଦୁଇ ନୁହନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି ।
ମାର୍କଲିଖିତ ସୁସମାଚାର 10 : 9 (ORV)
ଅତଏବ, ଈଶ୍ଵର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ବିଭିନ୍ନ ନ କରୁ ।
ମାର୍କଲିଖିତ ସୁସମାଚାର 10 : 10 (ORV)
ପରେ ଶିଷ୍ୟମାନେ ଘରେ ତାହାଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 10 : 11 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ;
ମାର୍କଲିଖିତ ସୁସମାଚାର 10 : 12 (ORV)
ଆଉ, ଯଦି ସ୍ତ୍ରୀ ଆପଣା ସ୍ଵାମୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ ।
ମାର୍କଲିଖିତ ସୁସମାଚାର 10 : 13 (ORV)
ସେ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ ।
ମାର୍କଲିଖିତ ସୁସମାଚାର 10 : 14 (ORV)
ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ଵରଙ୍କ ରାଜ୍ୟ ଏହିପ୍ରକାର ଲୋକମାନଙ୍କର ।
ମାର୍କଲିଖିତ ସୁସମାଚାର 10 : 15 (ORV)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଶିଶୁ ପରି ଈଶ୍ଵରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।
ମାର୍କଲିଖିତ ସୁସମାଚାର 10 : 16 (ORV)
ପୁଣି, ସେ ସେମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ ।
ମାର୍କଲିଖିତ ସୁସମାଚାର 10 : 17 (ORV)
ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଜାନୁ ପାତି ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନ; ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି ।
ମାର୍କଲିଖିତ ସୁସମାଚାର 10 : 18 (ORV)
ସେଥିରେ ଯୀଶୁ ତାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ଵରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ ।
ମାର୍କଲିଖିତ ସୁସମାଚାର 10 : 19 (ORV)
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।
ମାର୍କଲିଖିତ ସୁସମାଚାର 10 : 20 (ORV)
ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହିସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି ।
ମାର୍କଲିଖିତ ସୁସମାଚାର 10 : 21 (ORV)
ଯୀଶୁ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
ମାର୍କଲିଖିତ ସୁସମାଚାର 10 : 22 (ORV)
କିନ୍ତୁ ଏହି କଥାରେ ତାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା ।
ମାର୍କଲିଖିତ ସୁସମାଚାର 10 : 23 (ORV)
ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବେ!
ମାର୍କଲିଖିତ ସୁସମାଚାର 10 : 24 (ORV)
ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ଵିତ ହେଲେ । କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ବତ୍ସଗଣ, ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର!
ମାର୍କଲିଖିତ ସୁସମାଚାର 10 : 25 (ORV)
ଈଶ୍ଵରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ସୂଚୀର ଛିଦ୍ର ଦେଇ ଓଟର ଯିବା ସହଜ ।
ମାର୍କଲିଖିତ ସୁସମାଚାର 10 : 26 (ORV)
ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ଵିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
ମାର୍କଲିଖିତ ସୁସମାଚାର 10 : 27 (ORV)
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ଵରଙ୍କର ନୁହେଁ; କାରଣ ଈଶ୍ଵରଙ୍କର ସମସ୍ତ ସାଧ୍ୟ ।
ମାର୍କଲିଖିତ ସୁସମାଚାର 10 : 28 (ORV)
ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ ।
ମାର୍କଲିଖିତ ସୁସମାଚାର 10 : 29 (ORV)
ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ଵା ଭ୍ରାତା କି ଭଗ୍ନୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,
ମାର୍କଲିଖିତ ସୁସମାଚାର 10 : 30 (ORV)
ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭ୍ରାତା, ଭଗ୍ନୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି ପରକାଳରେ ଅନ; ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ ।
ମାର୍କଲିଖିତ ସୁସମାଚାର 10 : 31 (ORV)
କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ ।
ମାର୍କଲିଖିତ ସୁସମାଚାର 10 : 32 (ORV)
ସେମାନେ ଯିରୂଶାଲମକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ସେମାନେ ବିସ୍ମୟାନ୍ଵିତ ଓ ପଶ୍ଚାତ୍ଗାମୀ ଲୋକେ ଭୀତ ହୋଇଥିଲେ । ଏଣୁ ସେ ପୁନର୍ବାର ଦ୍ଵାଦଶଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 10 : 33 (ORV)
ଯୀଶୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣଦଣ୍ତାଜ୍ଞା ଦେଇ ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ,
ମାର୍କଲିଖିତ ସୁସମାଚାର 10 : 34 (ORV)
ପୁଣି ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ଉତ୍ତାରେ ସେ ପୁନରୁତ୍ଥାନ କରିବେ ।
ମାର୍କଲିଖିତ ସୁସମାଚାର 10 : 35 (ORV)
ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ ।
ମାର୍କଲିଖିତ ସୁସମାଚାର 10 : 36 (ORV)
ତହୁଁ ଯୀଶୁ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?
ମାର୍କଲିଖିତ ସୁସମାଚାର 10 : 37 (ORV)
ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ଵରେ ଓ ଅନ୍ୟ ଜଣକ ବାମ ପାର୍ଶ୍ଵରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ ।
ମାର୍କଲିଖିତ ସୁସମାଚାର 10 : 38 (ORV)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇ ପାର?
ମାର୍କଲିଖିତ ସୁସମାଚାର 10 : 39 (ORV)
ସେମାନେ ତାହାଙ୍କୁ କହିଲେ, ପାରୁ । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;
ମାର୍କଲିଖିତ ସୁସମାଚାର 10 : 40 (ORV)
କିନ୍ତୁ ମୋହର ଦକ୍ଷିଣ ଅବା ବାମ ପାର୍ଶ୍ଵରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ ।
ମାର୍କଲିଖିତ ସୁସମାଚାର 10 : 41 (ORV)
ଅନ୍ୟ ଦଶଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 10 : 42 (ORV)
ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ଯେଉଁମାନେ ବିଜାତିମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି ଓ ସେମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ଏହା ତୁମ୍ଭେମାନେ ଜାଣ ।
ମାର୍କଲିଖିତ ସୁସମାଚାର 10 : 43 (ORV)
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେକେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
ମାର୍କଲିଖିତ ସୁସମାଚାର 10 : 44 (ORV)
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେକେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ ।
ମାର୍କଲିଖିତ ସୁସମାଚାର 10 : 45 (ORV)
କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ।। ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି ।
ମାର୍କଲିଖିତ ସୁସମାଚାର 10 : 46 (ORV)
ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ଵରେ ବସିଥିଲା ।
ମାର୍କଲିଖିତ ସୁସମାଚାର 10 : 47 (ORV)
ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ ।
ମାର୍କଲିଖିତ ସୁସମାଚାର 10 : 48 (ORV)
ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ ।
ମାର୍କଲିଖିତ ସୁସମାଚାର 10 : 49 (ORV)
ସେଥିରେ ଯୀଶୁ ଠିଆ ହୋଇ କହିଲେ, ତାହାକୁ ଡାକ । ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି ।
ମାର୍କଲିଖିତ ସୁସମାଚାର 10 : 50 (ORV)
ତହିଁରେ ସେ ଆପଣା ଚାଦର ଫୋପାଡ଼ିଦେଇ ଉଠି ଯୀଶୁଙ୍କ ନିକଟକୁ ଆସିଲା ।
ମାର୍କଲିଖିତ ସୁସମାଚାର 10 : 51 (ORV)
ଯୀଶୁ ତାହାକୁ ଉତ୍ତର ଦେଲେ, ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ? ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ ।
ମାର୍କଲିଖିତ ସୁସମାଚାର 10 : 52 (ORV)
ଯୀଶୁ ତାହାକୁ କହିଲେ, ଯାଅ, ତୁମ୍ଭର ବିଶ୍ଵାସ ତୁମ୍ଭକୁ ସୁସ୍ଥ କରିଅଛି । ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52

BG:

Opacity:

Color:


Size:


Font: