ମାର୍କଲିଖିତ ସୁସମାଚାର 12 : 1 (ORV)
ଏଥିଉତ୍ତାରେ ସେ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ତ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ ।
ମାର୍କଲିଖିତ ସୁସମାଚାର 12 : 2 (ORV)
ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ ।
ମାର୍କଲିଖିତ ସୁସମାଚାର 12 : 3 (ORV)
କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ ।
ମାର୍କଲିଖିତ ସୁସମାଚାର 12 : 4 (ORV)
ସେ ପୁଣି ସେମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ତ ଫଟାଇଦେଲେ ଓ ତାହାକୁ ଅପମାନ କଲେ ।
ମାର୍କଲିଖିତ ସୁସମାଚାର 12 : 5 (ORV)
ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ । ସେଥିରେ ସେ ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ସେମାନେ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ ।
ମାର୍କଲିଖିତ ସୁସମାଚାର 12 : 6 (ORV)
ତାଙ୍କ ନିକଟରେ ଜଣେ ମାତ୍ର ରହିଲେ, ସେ ତାଙ୍କ ପ୍ରିୟ ପୁତ୍ର । ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ଅବଶେଷରେ ତାଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।
ମାର୍କଲିଖିତ ସୁସମାଚାର 12 : 7 (ORV)
ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ ।
ମାର୍କଲିଖିତ ସୁସମାଚାର 12 : 8 (ORV)
ସେଥିରେ ସେମାନେ ତାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ ।
ମାର୍କଲିଖିତ ସୁସମାଚାର 12 : 9 (ORV)
ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ ।
ମାର୍କଲିଖିତ ସୁସମାଚାର 12 : 10 (ORV)
ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
ମାର୍କଲିଖିତ ସୁସମାଚାର 12 : 11 (ORV)
ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?
ମାର୍କଲିଖିତ ସୁସମାଚାର 12 : 12 (ORV)
ଏଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ ।
ମାର୍କଲିଖିତ ସୁସମାଚାର 12 : 13 (ORV)
ପରେ ତାହାଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ ।
ମାର୍କଲିଖିତ ସୁସମାଚାର 12 : 14 (ORV)
ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାରିକି ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି । କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନା?
ମାର୍କଲିଖିତ ସୁସମାଚାର 12 : 15 (ORV)
ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ସେ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ଅଧୁଲି ମୋʼ ପାଖକୁ ଆଣ, ମୁଁ ତାହା ଦେଖେ ।
ମାର୍କଲିଖିତ ସୁସମାଚାର 12 : 16 (ORV)
ତହିଁରେ ସେମାନେ ତାହା ଆଣିଲେ । ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? ସେମାନେ ତାହାଙ୍କୁ କହିଲେ, କାଇସରଙ୍କର ।
ମାର୍କଲିଖିତ ସୁସମାଚାର 12 : 17 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ । ତହିଁରେ ସେମାନେ ତାହାଙ୍କ କଥାରେ ଅତ୍ୟ; ଚମତ୍କୃତ ହେଲେ ।
ମାର୍କଲିଖିତ ସୁସମାଚାର 12 : 18 (ORV)
ଏଥିଉତ୍ତାରେ ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,
ମାର୍କଲିଖିତ ସୁସମାଚାର 12 : 19 (ORV)
ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ ।
ମାର୍କଲିଖିତ ସୁସମାଚାର 12 : 20 (ORV)
ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକି ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
ମାର୍କଲିଖିତ ସୁସମାଚାର 12 : 21 (ORV)
ପରେ ଦ୍ଵିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,
ମାର୍କଲିଖିତ ସୁସମାଚାର 12 : 22 (ORV)
ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା ।
ମାର୍କଲିଖିତ ସୁସମାଚାର 12 : 23 (ORV)
ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ ।
ମାର୍କଲିଖିତ ସୁସମାଚାର 12 : 24 (ORV)
ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?
ମାର୍କଲିଖିତ ସୁସମାଚାର 12 : 25 (ORV)
ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ଵର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି ।
ମାର୍କଲିଖିତ ସୁସମାଚାର 12 : 26 (ORV)
ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେସମ୍ଵନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ, ଈଶ୍ଵର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ଵର, ଇସ୍‍ହାକଙ୍କ ଈଶ୍ଵର ଓ ଯାକୁବଙ୍କ ଈଶ୍ଵର?
ମାର୍କଲିଖିତ ସୁସମାଚାର 12 : 27 (ORV)
ସେ ମୃତମାନଙ୍କର ଈଶ୍ଵର ନୁହନ୍ତି, ମାତ୍ର ଜୀବିତମାନଙ୍କର । ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ ।
ମାର୍କଲିଖିତ ସୁସମାଚାର 12 : 28 (ORV)
ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ସେ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କିପ୍ରକାର ଆଜ୍ଞା ପ୍ରଧାନ?
ମାର୍କଲିଖିତ ସୁସମାଚାର 12 : 29 (ORV)
ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଏକମାତ୍ର ପ୍ରଭୁ ଅଟନ୍ତି;
ମାର୍କଲିଖିତ ସୁସମାଚାର 12 : 30 (ORV)
ଆଉ, ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର ।
ମାର୍କଲିଖିତ ସୁସମାଚାର 12 : 31 (ORV)
ଦ୍ଵିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର। ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠତର ଆଜ୍ଞା ନାହିଁ ।
ମାର୍କଲିଖିତ ସୁସମାଚାର 12 : 32 (ORV)
ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି;
ମାର୍କଲିଖିତ ସୁସମାଚାର 12 : 33 (ORV)
ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର ।
ମାର୍କଲିଖିତ ସୁସମାଚାର 12 : 34 (ORV)
ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, ଈଶ୍ଵରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ । ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ ।
ମାର୍କଲିଖିତ ସୁସମାଚାର 12 : 35 (ORV)
କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି?
ମାର୍କଲିଖିତ ସୁସମାଚାର 12 : 36 (ORV)
ସ୍ଵୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ଵାରା ଆବିଷ୍ଟ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।
ମାର୍କଲିଖିତ ସୁସମାଚାର 12 : 37 (ORV)
ସ୍ଵୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?
ମାର୍କଲିଖିତ ସୁସମାଚାର 12 : 38 (ORV)
ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ । ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, ଶାସ୍ତ୍ରୀମାନଙ୍କଠାରୁ ସାବଧାନଣ! ସେମାନେ ଦୀର୍ଘ ବସନ ପରିଧାନ କରି ଭ୍ରମଣ କରିବାକୁ, ପୁଣି ହାଟ ବଜାରରେ ନମସ୍କାର!,
ମାର୍କଲିଖିତ ସୁସମାଚାର 12 : 39 (ORV)
ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଗ୍ରହଣ କରିବାକୁ ଭଲ ପାଆନ୍ତି;
ମାର୍କଲିଖିତ ସୁସମାଚାର 12 : 40 (ORV)
ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ତ ପାଇବେ ।
ମାର୍କଲିଖିତ ସୁସମାଚାର 12 : 41 (ORV)
ପରେ ସେ ଭଣ୍ତାର ସମ୍ମୁଖରେ ବସି ଲୋକସମୂହ କିପରି ସେଥିରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ । ସେତେବେଳେ ଅନେକ ଧନୀ ଲୋକ ସେଥିରେ ବେଶୀ ପକାଇଲେ;
ମାର୍କଲିଖିତ ସୁସମାଚାର 12 : 42 (ORV)
ଆଉ, ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ସେଥିରେ ପକାଇଲା ।
ମାର୍କଲିଖିତ ସୁସମାଚାର 12 : 43 (ORV)
ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ତାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛିନ୍ତ
ମାର୍କଲିଖିତ ସୁସମାଚାର 12 : 44 (ORV)
କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44

BG:

Opacity:

Color:


Size:


Font: