ମାର୍କଲିଖିତ ସୁସମାଚାର 3 : 1 (ORV)
ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ । ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା ।
ମାର୍କଲିଖିତ ସୁସମାଚାର 3 : 2 (ORV)
ଆଉ, ସେ ତାହାକୁ କେଜାଣି ବିଶ୍ରାମବାରରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି ପାରନ୍ତି ।
ମାର୍କଲିଖିତ ସୁସମାଚାର 3 : 3 (ORV)
ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ ।
ମାର୍କଲିଖିତ ସୁସମାଚାର 3 : 4 (ORV)
ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ ।
ମାର୍କଲିଖିତ ସୁସମାଚାର 3 : 5 (ORV)
ସେଥିରେ ସେ ସେମାନଙ୍କ ହୃଦୟର ଜଡ଼ତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଆଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି ଭଲ ହୋଇଗଲା ।
ମାର୍କଲିଖିତ ସୁସମାଚାର 3 : 6 (ORV)
ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟ-ମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 3 : 7 (ORV)
ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୁଦା,
ମାର୍କଲିଖିତ ସୁସମାଚାର 3 : 8 (ORV)
ଯିରୂଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ଵ, ପୁଣି ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ ।
ମାର୍କଲିଖିତ ସୁସମାଚାର 3 : 9 (ORV)
ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନାହା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
ମାର୍କଲିଖିତ ସୁସମାଚାର 3 : 10 (ORV)
କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁ ଥିଲେ ।
ମାର୍କଲିଖିତ ସୁସମାଚାର 3 : 11 (ORV)
ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ଵରଙ୍କ ପୁତ୍ର ।
ମାର୍କଲିଖିତ ସୁସମାଚାର 3 : 12 (ORV)
ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଲେ ।
ମାର୍କଲିଖିତ ସୁସମାଚାର 3 : 13 (ORV)
ଯୀଶୁ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ ।
ମାର୍କଲିଖିତ ସୁସମାଚାର 3 : 14 (ORV)
ପୁଣି, ସେ ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,
ମାର୍କଲିଖିତ ସୁସମାଚାର 3 : 15 (ORV)
ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ ।
ମାର୍କଲିଖିତ ସୁସମାଚାର 3 : 16 (ORV)
ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ;
ମାର୍କଲିଖିତ ସୁସମାଚାର 3 : 17 (ORV)
ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;
ମାର୍କଲିଖିତ ସୁସମାଚାର 3 : 18 (ORV)
ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,
ମାର୍କଲିଖିତ ସୁସମାଚାର 3 : 19 (ORV)
ପୁଣି ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।
ମାର୍କଲିଖିତ ସୁସମାଚାର 3 : 20 (ORV)
ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ ।
ମାର୍କଲିଖିତ ସୁସମାଚାର 3 : 21 (ORV)
ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ନେଇଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି ।
ମାର୍କଲିଖିତ ସୁସମାଚାର 3 : 22 (ORV)
ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ,ଏହାକୁ ବାଆଲ୍ଜିବୂଲ୍ ଲାଗିଛି, ପୁଣି ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ ।
ମାର୍କଲିଖିତ ସୁସମାଚାର 3 : 23 (ORV)
ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ,ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?
ମାର୍କଲିଖିତ ସୁସମାଚାର 3 : 24 (ORV)
ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ ।
ମାର୍କଲିଖିତ ସୁସମାଚାର 3 : 25 (ORV)
ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ ।
ମାର୍କଲିଖିତ ସୁସମାଚାର 3 : 26 (ORV)
ସେହିପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି ।
ମାର୍କଲିଖିତ ସୁସମାଚାର 3 : 27 (ORV)
ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ ।
ମାର୍କଲିଖିତ ସୁସମାଚାର 3 : 28 (ORV)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନ-ମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ଵରନିନ୍ଦା କରନ୍ତି, ସେସମସ୍ତ କ୍ଷମା କରାଯିବ;
ମାର୍କଲିଖିତ ସୁସମାଚାର 3 : 29 (ORV)
କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନ; ପାପରେ ଦୋଷୀ ଅଟେ ।
ମାର୍କଲିଖିତ ସୁସମାଚାର 3 : 30 (ORV)
ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ ।
ମାର୍କଲିଖିତ ସୁସମାଚାର 3 : 31 (ORV)
ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ-ପଠାଇଲେ ।
ମାର୍କଲିଖିତ ସୁସମାଚାର 3 : 32 (ORV)
ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକ-ସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମାଆ, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି ।
ମାର୍କଲିଖିତ ସୁସମାଚାର 3 : 33 (ORV)
ଯୀଶୁ ସେମାନଙ୍କୁ ଉତ୍ତର ହେଲେ, ମୋହର ମାଆ ଓ ଭାଇମାନେ କିଏ?
ମାର୍କଲିଖିତ ସୁସମାଚାର 3 : 34 (ORV)
ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମାଆ ଓ ମୋହର ଭାଇମାନେ ।
ମାର୍କଲିଖିତ ସୁସମାଚାର 3 : 35 (ORV)
ଯେ କେହି ଈଶ୍ଵରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35

BG:

Opacity:

Color:


Size:


Font: