ମାର୍କଲିଖିତ ସୁସମାଚାର 6 : 1 (ORV)
ସେସ୍ଥାନରୁ ସେ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ ।
ମାର୍କଲିଖିତ ସୁସମାଚାର 6 : 2 (ORV)
ବିଶ୍ରାମବାର ଉପସ୍ଥିତ ହୁଅନ୍ତେ, ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ, ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ଵିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ଵାରା ସାଧିତ ହେଉଅଛି, ଏସବୁ ବା କଅଣ?
ମାର୍କଲିଖିତ ସୁସମାଚାର 6 : 3 (ORV)
ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ ।
ମାର୍କଲିଖିତ ସୁସମାଚାର 6 : 4 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ନିଜ ପୈତୃକ ନଗର, ସ୍ଵଜ୍ଞାତି ଓ ସ୍ଵପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।
ମାର୍କଲିଖିତ ସୁସମାଚାର 6 : 5 (ORV)
ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେସ୍ଥାନରେ ସେ ଆଉ କୌଣସି ଶକ୍ତିର କାର୍ଯ୍ୟ କରି ପାରିଲେ ନାହିଁ ।
ମାର୍କଲିଖିତ ସୁସମାଚାର 6 : 6 (ORV)
ପୁଣି, ସେ ସେମାନଙ୍କ ଅବିଶ୍ଵାସ ହେତୁ ଚମତ୍କୃତ ହେଲେ ।
ମାର୍କଲିଖିତ ସୁସମାଚାର 6 : 7 (ORV)
ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ସେ ଦ୍ଵାଦଶଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
ମାର୍କଲିଖିତ ସୁସମାଚାର 6 : 8 (ORV)
ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ତେ ବାଡ଼ି ବିନା ରୋଟୀ କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;
ମାର୍କଲିଖିତ ସୁସମାଚାର 6 : 9 (ORV)
କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ ।
ମାର୍କଲିଖିତ ସୁସମାଚାର 6 : 10 (ORV)
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ ।
ମାର୍କଲିଖିତ ସୁସମାଚାର 6 : 11 (ORV)
ମାତ୍ର ଯେକୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରିବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେସ୍ଥାନରୁ ପ୍ରସ୍ଥାନ କରିବା ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ ।
ମାର୍କଲିଖିତ ସୁସମାଚାର 6 : 12 (ORV)
ସେଥିରେ ସେମାନେ ପ୍ରସ୍ଥାନ କରି ମନ ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ,
ମାର୍କଲିଖିତ ସୁସମାଚାର 6 : 13 (ORV)
ପୁଣି ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ ।
ମାର୍କଲିଖିତ ସୁସମାଚାର 6 : 14 (ORV)
ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ।। ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି ।
ମାର୍କଲିଖିତ ସୁସମାଚାର 6 : 15 (ORV)
କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି ଆଉ କେହି କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣଙ୍କ ସଦୃଶ ଏ ଜଣେ ଭାବବାଦୀ ।
ମାର୍କଲିଖିତ ସୁସମାଚାର 6 : 16 (ORV)
କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି ।
ମାର୍କଲିଖିତ ସୁସମାଚାର 6 : 17 (ORV)
ଯେଣୁ ହେରୋଦ ଆପଣା ଭ୍ରାତା ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ ।
ମାର୍କଲିଖିତ ସୁସମାଚାର 6 : 18 (ORV)
କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧି-ସଙ୍ଗତ ନୁହେଁ ।
ମାର୍କଲିଖିତ ସୁସମାଚାର 6 : 19 (ORV)
ସେଥିରେ ହେରୋଦିଆ ତାଙ୍କ ପ୍ରତି ଈର୍ଷାନ୍ଵିତ ହୋଇ ତାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ;
ମାର୍କଲିଖିତ ସୁସମାଚାର 6 : 20 (ORV)
କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ, ଆଉ ତାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି ତାଙ୍କ କଥା ଶୁଣି ଅତିଶୟ ଉଦ୍ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ ।
ମାର୍କଲିଖିତ ସୁସମାଚାର 6 : 21 (ORV)
ପରେ ସୁଯୋଗର ଦିନ ଉପସ୍ଥିତ ହେଲା । ହେରୋଦ ଆପଣା ଜନ୍ମଦିନରେ ପାତ୍ର ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;
ମାର୍କଲିଖିତ ସୁସମାଚାର 6 : 22 (ORV)
ଆଉ, ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା । ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା ।
ମାର୍କଲିଖିତ ସୁସମାଚାର 6 : 23 (ORV)
ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହାକିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।
ମାର୍କଲିଖିତ ସୁସମାଚାର 6 : 24 (ORV)
ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ, ବାପ୍ତିଜକସସ ଯୋହନର ମସ୍ତକ ।
ମାର୍କଲିଖିତ ସୁସମାଚାର 6 : 25 (ORV)
ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ।। ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ ।
ମାର୍କଲିଖିତ ସୁସମାଚାର 6 : 26 (ORV)
ଏଥିରେ ରାଜା ଅତ୍ୟ; ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ନାସ୍ତି କରିବାକୁ ଇଚ୍ଛା କଲେ ନାହିଁ ।
ମାର୍କଲିଖିତ ସୁସମାଚାର 6 : 27 (ORV)
ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ । ସେଥିରେ ସେ ଯାଇ ବନ୍ଦୀଶାଳାରେ ତାଙ୍କ ମସ୍ତକ ଛେଦନ କଲା,
ମାର୍କଲିଖିତ ସୁସମାଚାର 6 : 28 (ORV)
ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା ।
ମାର୍କଲିଖିତ ସୁସମାଚାର 6 : 29 (ORV)
ତାଙ୍କ ଶିଷ୍ୟମାନେ ସେଥିର ସମ୍ଵାଦ ପାଇ ଆସିଲେ ଓ ତାଙ୍କ ଶବ ଘେନିଯାଇ ସମାଧିରେ ରଖିଲେ ।
ମାର୍କଲିଖିତ ସୁସମାଚାର 6 : 30 (ORV)
ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ ।
ମାର୍କଲିଖିତ ସୁସମାଚାର 6 : 31 (ORV)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅନ୍ତର ହୋଇ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର । କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା ।
ମାର୍କଲିଖିତ ସୁସମାଚାର 6 : 32 (ORV)
ତହିଁରେ ସେମାନେ ଅନ୍ତର ହୋଇ ନୌକାରେ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ବାହାରିଗଲେ ।
ମାର୍କଲିଖିତ ସୁସମାଚାର 6 : 33 (ORV)
କିନ୍ତୁ ଅନେକେ ସେମାନଙ୍କୁ ବାହାରିଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ ।
ମାର୍କଲିଖିତ ସୁସମାଚାର 6 : 34 (ORV)
ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 6 : 35 (ORV)
ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜ୍ଜନ, ପୁଣି ବହୁତ ବେଳ ହେଲାଣି;
ମାର୍କଲିଖିତ ସୁସମାଚାର 6 : 36 (ORV)
ଲୋକମାନେ ଯେପରି ଚତୁର୍ଦ୍ଦିଗର ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ ।
ମାର୍କଲିଖିତ ସୁସମାଚାର 6 : 37 (ORV)
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଶହେ ଟଙ୍କାର ରୋଟୀ କିଣି ଏମାନଙ୍କୁ ଭୋଜନ କରାଇବା?
ମାର୍କଲିଖିତ ସୁସମାଚାର 6 : 38 (ORV)
ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ଯାଇ ଦେଖ । ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚୋଟି, ପୁଣି ଦୁଇଟି ମାଛ ।
ମାର୍କଲିଖିତ ସୁସମାଚାର 6 : 39 (ORV)
ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ ।
ମାର୍କଲିଖିତ ସୁସମାଚାର 6 : 40 (ORV)
ତହିଁରେ ସେମାନେ ଶହ ଶହ ଓ ପଚାଶ ପଚାଶ ଜଣ କରି ଦଳ ଦଳ ହୋଇ ବସିଲେ ।
ମାର୍କଲିଖିତ ସୁସମାଚାର 6 : 41 (ORV)
ପରେ ଯୀଶୁ ସେହି ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଘେନି ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୋଟୀଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ । ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ ।
ମାର୍କଲିଖିତ ସୁସମାଚାର 6 : 42 (ORV)
ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ,
ମାର୍କଲିଖିତ ସୁସମାଚାର 6 : 43 (ORV)
ଆଉ ସେମାନେ ଭଙ୍ଗା ରୋଟୀ ଉଠାଇ ବାର ଟୋକାଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ ।
ମାର୍କଲିଖିତ ସୁସମାଚାର 6 : 44 (ORV)
ରୋଟୀ ଖାଇବା ଲୋକମାନେ ପାଞ୍ଚହଜାର ପୁରୁଷ ଥିଲେ ।
ମାର୍କଲିଖିତ ସୁସମାଚାର 6 : 45 (ORV)
ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍ସାଇଦା ଆଡ଼କୁ ଅପର ପାରିକି ଆଗରେ ଯିବା ପାଇଁ ବଳାଇଲେ, ପୁଣି ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ ।
ମାର୍କଲିଖିତ ସୁସମାଚାର 6 : 46 (ORV)
ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ସେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ ।
ମାର୍କଲିଖିତ ସୁସମାଚାର 6 : 47 (ORV)
ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ ।
ମାର୍କଲିଖିତ ସୁସମାଚାର 6 : 48 (ORV)
ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ ।
ମାର୍କଲିଖିତ ସୁସମାଚାର 6 : 49 (ORV)
କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ,
ମାର୍କଲିଖିତ ସୁସମାଚାର 6 : 50 (ORV)
କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ । ମାତ୍ର ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ, ଭୟ କର ନାହିଁ ।
ମାର୍କଲିଖିତ ସୁସମାଚାର 6 : 51 (ORV)
ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା । ସେଥିରେ ସେମାନେ ମନେ ମନେ ଅତ୍ୟ; ଆଚମ୍ଵିତ ହେଲେ,
ମାର୍କଲିଖିତ ସୁସମାଚାର 6 : 52 (ORV)
କାରଣ ରୋଟୀର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା ।
ମାର୍କଲିଖିତ ସୁସମାଚାର 6 : 53 (ORV)
ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ ।
ମାର୍କଲିଖିତ ସୁସମାଚାର 6 : 54 (ORV)
ଆଉ, ସେମାନେ ନୌକାରୁ ଓହ୍ଲାନ୍ତେ, ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି,
ମାର୍କଲିଖିତ ସୁସମାଚାର 6 : 55 (ORV)
ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 6 : 56 (ORV)
ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଳୀରେ ପ୍ରବେଶ କଲେ, ଲୋକେ ସେହି ସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅଁନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56

BG:

Opacity:

Color:


Size:


Font: