ମାର୍କଲିଖିତ ସୁସମାଚାର 7 : 1 (ORV)
ପରେ ଫାରୂଶୀମାନେ ଓ ଯିରୂଶାଲମରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ।
ମାର୍କଲିଖିତ ସୁସମାଚାର 7 : 2 (ORV)
ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବାର ଦେଖିଲେ ।
ମାର୍କଲିଖିତ ସୁସମାଚାର 7 : 3 (ORV)
ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନ-ମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ,
ମାର୍କଲିଖିତ ସୁସମାଚାର 7 : 4 (ORV)
ପୁଣି ହାଟ ବଜାରରୁ ଆସି ନିଜ ନିଜ ଉପରେ ପାଣି ନ ଛିଞ୍ଚିଲେ ଖାଆନ୍ତି ନାହିଁ; ଆଉ ଗିନା, ଢାଳ ଓ ପିତଳର ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶ ପ୍ରାପ୍ତ ହୋଇଅଛନ୍ତି ।
ମାର୍କଲିଖିତ ସୁସମାଚାର 7 : 5 (ORV)
ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି?
ମାର୍କଲିଖିତ ସୁସମାଚାର 7 : 6 (ORV)
ଯୀଶୁ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।
ମାର୍କଲିଖିତ ସୁସମାଚାର 7 : 7 (ORV)
ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି ।
ମାର୍କଲିଖିତ ସୁସମାଚାର 7 : 8 (ORV)
ତୁମ୍ଭେମାନେ ଈଶ୍ଵରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ ।
ମାର୍କଲିଖିତ ସୁସମାଚାର 7 : 9 (ORV)
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ଵରଙ୍କ ଆଜ୍ଞା ବେଶ୍ ଅଗ୍ରାହ୍ୟ କରୁଅଛ!ଣହିତୋ. ୧:୨୫
ମାର୍କଲିଖିତ ସୁସମାଚାର 7 : 10 (ORV)
କାରଣ ମୋଶା କହିଅଛନ୍ତି, ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେକେହି ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ତ ଭୋଗ କରିବ ।
ମାର୍କଲିଖିତ ସୁସମାଚାର 7 : 11 (ORV)
କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାଙ୍କୁ କହେ, ମୋʼଠାରୁ ଯାହା ଦ୍ଵାରା ତୁମ୍ଭର ଉପକାର ହୋଇଥାଆନ୍ତା, ତାହା ‘କର୍ବାନ୍ʼ, ଅର୍ଥାତ୍ ମାନତ ହୋଇଅଛି,
ମାର୍କଲିଖିତ ସୁସମାଚାର 7 : 12 (ORV)
ତେବେ ତୁମ୍ଭେମାନେ ତାହାକୁ ତାହାର ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;
ମାର୍କଲିଖିତ ସୁସମାଚାର 7 : 13 (ORV)
ଏହିରୂପେ ତୁମ୍ଭେମାନେ ସ୍ଵପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ଵରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ ।
ମାର୍କଲିଖିତ ସୁସମାଚାର 7 : 14 (ORV)
ଯୀଶୁ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ ।
ମାର୍କଲିଖିତ ସୁସମାଚାର 7 : 15 (ORV)
ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହା କି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ ।
ମାର୍କଲିଖିତ ସୁସମାଚାର 7 : 16 (ORV)
[ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।]
ମାର୍କଲିଖିତ ସୁସମାଚାର 7 : 17 (ORV)
ଆଉ, ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ।
ମାର୍କଲିଖିତ ସୁସମାଚାର 7 : 18 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରି ପାରେ ନାହିଁ,
ମାର୍କଲିଖିତ ସୁସମାଚାର 7 : 19 (ORV)
କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ବାହ୍ୟ ସ୍ଥାନରେ ବହିର୍ଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ?
ମାର୍କଲିଖିତ ସୁସମାଚାର 7 : 20 (ORV)
ଆଉ, ସେ କହିଲେ, ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ ।
ମାର୍କଲିଖିତ ସୁସମାଚାର 7 : 21 (ORV)
କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ-
ମାର୍କଲିଖିତ ସୁସମାଚାର 7 : 22 (ORV)
ବେଶ୍ୟାଗମନ, ଚୌର୍ଯ୍ୟ, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା,, ଅହଙ୍କାର, ମୂର୍ଖତା;
ମାର୍କଲିଖିତ ସୁସମାଚାର 7 : 23 (ORV)
ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ ।
ମାର୍କଲିଖିତ ସୁସମାଚାର 7 : 24 (ORV)
ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ ।
ମାର୍କଲିଖିତ ସୁସମାଚାର 7 : 25 (ORV)
ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକି ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା ।
ମାର୍କଲିଖିତ ସୁସମାଚାର 7 : 26 (ORV)
ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା । ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା ।
ମାର୍କଲିଖିତ ସୁସମାଚାର 7 : 27 (ORV)
ସେଥିରେ ସେ ତାହାକୁ କହିଲେ, ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ ।
ମାର୍କଲିଖିତ ସୁସମାଚାର 7 : 28 (ORV)
କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲା, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ତି ଗୁଣ୍ତା ଖାଆନ୍ତି ।
ମାର୍କଲିଖିତ ସୁସମାଚାର 7 : 29 (ORV)
ସେଥିରେ ଯୀଶୁ ତାହାକୁ କହିଲେ, ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି ।
ମାର୍କଲିଖିତ ସୁସମାଚାର 7 : 30 (ORV)
ପୁଣି, ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା ।
ମାର୍କଲିଖିତ ସୁସମାଚାର 7 : 31 (ORV)
ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ ।
ମାର୍କଲିଖିତ ସୁସମାଚାର 7 : 32 (ORV)
ଆଉ, ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ ।
ମାର୍କଲିଖିତ ସୁସମାଚାର 7 : 33 (ORV)
ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିଭକୁ ଛୁଇଁଲେ,
ମାର୍କଲିଖିତ ସୁସମାଚାର 7 : 34 (ORV)
ଆଉ ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ଦୀର୍ଘ ନିଶ୍ଵାସ ପକାଇ ତାହାକୁ କହିଲେ, ‘ଇପ୍ପଥଃʼ, ଅର୍ଥାତ୍ ଫିଟିଯା ।
ମାର୍କଲିଖିତ ସୁସମାଚାର 7 : 35 (ORV)
ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ଵାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା।
ମାର୍କଲିଖିତ ସୁସମାଚାର 7 : 36 (ORV)
ପୁଣି, ଏ ବିଷୟ କାହାରିକି ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ ।
ମାର୍କଲିଖିତ ସୁସମାଚାର 7 : 37 (ORV)
ଆଉ, ଲୋକମାନେ ଅତ୍ୟ; ଆଶ୍ଚର୍ଯ୍ୟାନ୍ଵିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37

BG:

Opacity:

Color:


Size:


Font: