ମାର୍କଲିଖିତ ସୁସମାଚାର 8 : 1 (ORV)
ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,
ମାର୍କଲିଖିତ ସୁସମାଚାର 8 : 2 (ORV)
ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ ।
ମାର୍କଲିଖିତ ସୁସମାଚାର 8 : 3 (ORV)
ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି ।
ମାର୍କଲିଖିତ ସୁସମାଚାର 8 : 4 (ORV)
ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜ୍ଜନ ସ୍ଥାନରେ କିଏ କେଉଁଠାରୁ ରୋଟୀ ଆଣି ଏମାନଙ୍କୁ ତୃପ୍ତ କରି ପାରିବ?
ମାର୍କଲିଖିତ ସୁସମାଚାର 8 : 5 (ORV)
ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ସେମାନେ କହିଲେ, ସାତୋଟି ।
ମାର୍କଲିଖିତ ସୁସମାଚାର 8 : 6 (ORV)
ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ, ସେ ସେହି ସାତୋଟି ରୋଟୀ ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।
ମାର୍କଲିଖିତ ସୁସମାଚାର 8 : 7 (ORV)
ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ ।
ମାର୍କଲିଖିତ ସୁସମାଚାର 8 : 8 (ORV)
ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ବେତା ବଳକା ଭଙ୍ଗା ରୋଟୀ ଉଠାଇଲେ ।
ମାର୍କଲିଖିତ ସୁସମାଚାର 8 : 9 (ORV)
ସେମାନେ ପ୍ରାୟ ଚାରିହଜାର ଲୋକ ଥିଲେ ।
ମାର୍କଲିଖିତ ସୁସମାଚାର 8 : 10 (ORV)
ତାହାପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍ମନୂଥା ଅଞ୍ଚଳକୁ ଆସିଲେ ।
ମାର୍କଲିଖିତ ସୁସମାଚାର 8 : 11 (ORV)
ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ ।
ମାର୍କଲିଖିତ ସୁସମାଚାର 8 : 12 (ORV)
ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ଵାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ଵେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ ।
ମାର୍କଲିଖିତ ସୁସମାଚାର 8 : 13 (ORV)
ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆର ପାରିକି ବାହାରିଗଲେ ।
ମାର୍କଲିଖିତ ସୁସମାଚାର 8 : 14 (ORV)
ସେତେବେଳେ ଶିଷ୍ୟମାନେ ରୋଟୀ ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୋଟୀ ଥିଲା ।
ମାର୍କଲିଖିତ ସୁସମାଚାର 8 : 15 (ORV)
ପରେ ଯୀଶୁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।
ମାର୍କଲିଖିତ ସୁସମାଚାର 8 : 16 (ORV)
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି ସେ ଏହା କହୁଅଛନ୍ତି ।
ମାର୍କଲିଖିତ ସୁସମାଚାର 8 : 17 (ORV)
ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?
ମାର୍କଲିଖିତ ସୁସମାଚାର 8 : 18 (ORV)
ତୁମ୍ଭମାନଙ୍କ ହୃଦୟ କଅଣ ଜଡ଼ ହୋଇ ରହିଅଛି? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ?
ମାର୍କଲିଖିତ ସୁସମାଚାର 8 : 19 (ORV)
ସେହି ପାଞ୍ଚହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୋଟୀ ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକାଇ ଭଙ୍ଗା ଖଣ୍ତ ଉଠାଇ ନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ? ସେମାନେ ତାହାଙ୍କୁ କହିଲେ, ବାର ଟୋକାଇ ।
ମାର୍କଲିଖିତ ସୁସମାଚାର 8 : 20 (ORV)
ଆଉ, ସେହି ଚାରିହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୋଟୀ ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ବେତା ଭଙ୍ଗା ଖଣ୍ତ ଉଠାଇ ନେଇଥିଲ? ସେମାନେ କହିଲେ, ସାତ ବେତା ।
ମାର୍କଲିଖିତ ସୁସମାଚାର 8 : 21 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ ।
ମାର୍କଲିଖିତ ସୁସମାଚାର 8 : 22 (ORV)
ପରେ ସେମାନେ ବେଥ୍ସାଇଦାକୁ ଆସିଲେ । ଆଉ, ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ ।
ମାର୍କଲିଖିତ ସୁସମାଚାର 8 : 23 (ORV)
ତେଣୁ ଯୀଶୁ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି ତାହାର ଆଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?
ମାର୍କଲିଖିତ ସୁସମାଚାର 8 : 24 (ORV)
ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି ।
ମାର୍କଲିଖିତ ସୁସମାଚାର 8 : 25 (ORV)
ତାହା ପରେ ସେ ପୁଣି ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା ।
ମାର୍କଲିଖିତ ସୁସମାଚାର 8 : 26 (ORV)
ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ ।
ମାର୍କଲିଖିତ ସୁସମାଚାର 8 : 27 (ORV)
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲିପ୍‍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ସେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି?
ମାର୍କଲିଖିତ ସୁସମାଚାର 8 : 28 (ORV)
ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
ମାର୍କଲିଖିତ ସୁସମାଚାର 8 : 29 (ORV)
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ।
ମାର୍କଲିଖିତ ସୁସମାଚାର 8 : 30 (ORV)
ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକି କିଛି ନ କହିବାକୁ ଦୃଢ଼ ରୂପେ ଆଜ୍ଞା ଦେଲେ ।
ମାର୍କଲିଖିତ ସୁସମାଚାର 8 : 31 (ORV)
ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ଵାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ ।
ମାର୍କଲିଖିତ ସୁସମାଚାର 8 : 32 (ORV)
ଏହି କଥା ସେ ସ୍ପଷ୍ଟ ରୂପେ କହିଲେ । ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 8 : 33 (ORV)
କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋʼ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ଵରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।
ମାର୍କଲିଖିତ ସୁସମାଚାର 8 : 34 (ORV)
ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
ମାର୍କଲିଖିତ ସୁସମାଚାର 8 : 35 (ORV)
କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେକେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।
ମାର୍କଲିଖିତ ସୁସମାଚାର 8 : 36 (ORV)
ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ?
ମାର୍କଲିଖିତ ସୁସମାଚାର 8 : 37 (ORV)
ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?
ମାର୍କଲିଖିତ ସୁସମାଚାର 8 : 38 (ORV)
ଯେଣୁ ଯେକେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜା ବୋଧ କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38

BG:

Opacity:

Color:


Size:


Font: