ମାର୍କଲିଖିତ ସୁସମାଚାର 9 : 1 (ORV)
ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ ।
ମାର୍କଲିଖିତ ସୁସମାଚାର 9 : 2 (ORV)
ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ ।
ମାର୍କଲିଖିତ ସୁସମାଚାର 9 : 3 (ORV)
ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ଵଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରି ପାରେ ନାହିଁ ।
ମାର୍କଲିଖିତ ସୁସମାଚାର 9 : 4 (ORV)
ପୁଣି, ମୋଶାଙ୍କ ସହିତ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା ।
ମାର୍କଲିଖିତ ସୁସମାଚାର 9 : 5 (ORV)
ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ ।
ମାର୍କଲିଖିତ ସୁସମାଚାର 9 : 6 (ORV)
କାରଣ ସେ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ଯେଣୁ ସେମାନେ ଅତ୍ୟ; ଭୀତ ହୋଇଥିଲେ ।
ମାର୍କଲିଖିତ ସୁସମାଚାର 9 : 7 (ORV)
ପୁଣି, ଖଣ୍ତେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର ।
ମାର୍କଲିଖିତ ସୁସମାଚାର 9 : 8 (ORV)
ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ ।
ମାର୍କଲିଖିତ ସୁସମାଚାର 9 : 9 (ORV)
ସେମାନେ ପର୍ବତରୁ ଓହ୍ଳାଇବା ସମୟରେ ଯୀଶୁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖିଅଛ, ସେହିସବୁ ମୃତମାନଙ୍କ ମଧ୍ୟରୁ ମନୁଷ୍ୟପୁତ୍ରଙ୍କ ପୁନରୁତ୍ଥାନ ନ ହେବା ପର୍ଯ୍ୟନ୍ତ କାହାରିକି କୁହ ନାହିଁ ।
ମାର୍କଲିଖିତ ସୁସମାଚାର 9 : 10 (ORV)
ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 9 : 11 (ORV)
ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି?
ମାର୍କଲିଖିତ ସୁସମାଚାର 9 : 12 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି?
ମାର୍କଲିଖିତ ସୁସମାଚାର 9 : 13 (ORV)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖା ଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି ।
ମାର୍କଲିଖିତ ସୁସମାଚାର 9 : 14 (ORV)
ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି ।
ମାର୍କଲିଖିତ ସୁସମାଚାର 9 : 15 (ORV)
ଲୋକସମୂହ ତାହାଙ୍କୁ ଦେଖିବାମାତ୍ରେ ଅତିଶୟ ବିସ୍ମୟାନ୍ଵିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 9 : 16 (ORV)
ସେଥିରେ ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?
ମାର୍କଲିଖିତ ସୁସମାଚାର 9 : 17 (ORV)
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି;
ମାର୍କଲିଖିତ ସୁସମାଚାର 9 : 18 (ORV)
ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ, ତାହାର ମୁହଁରୁ ଫେଣ ବାହାରେ ଓ ସେ ଦା; ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ ।
ମାର୍କଲିଖିତ ସୁସମାଚାର 9 : 19 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ବଂଶ, କେତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ ।
ମାର୍କଲିଖିତ ସୁସମାଚାର 9 : 20 (ORV)
ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ । ପୁଣି, ତାହାଙ୍କୁ ଦେଖିବାମାତ୍ରେ ସେହି ଭୂତ ତାହାକୁ ଭୟଙ୍କରଭାବେ ମୋଡ଼ିପକାଇଲା ଓ ସେ ଭୂଇଁରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା ।
ମାର୍କଲିଖିତ ସୁସମାଚାର 9 : 21 (ORV)
ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି? ସେ କହିଲା, ପିଲାକାଳରୁ;
ମାର୍କଲିଖିତ ସୁସମାଚାର 9 : 22 (ORV)
ସେ ତାହାକୁ ମାରିପକାଇବା ପାଇଁ ଥରକୁ ଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରି ପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ ।
ମାର୍କଲିଖିତ ସୁସମାଚାର 9 : 23 (ORV)
ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରି ପାରନ୍ତି! ବିଶ୍ଵାସୀ ପକ୍ଷରେ ସମସ୍ତ ହିଁ ସମ୍ଭବ ।
ମାର୍କଲିଖିତ ସୁସମାଚାର 9 : 24 (ORV)
ସେହିକ୍ଷଣି ପିଲାଟିର ପିତା ଉଚ୍ଚ ସ୍ଵରରେ କହିଲା, ମୁଁ ବିଶ୍ଵାସ କରୁଅଛି, ମୋହର ଅବିଶ୍ଵାସର ପ୍ରତିକାର କରନ୍ତୁ।
ମାର୍କଲିଖିତ ସୁସମାଚାର 9 : 25 (ORV)
ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଅଛନ୍ତି ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ ।
ମାର୍କଲିଖିତ ସୁସମାଚାର 9 : 26 (ORV)
ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟ; ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରି କି ଅଧିକାଂଶ କହିଲେ, ସେ ମରିଗଲା ।
ମାର୍କଲିଖିତ ସୁସମାଚାର 9 : 27 (ORV)
କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା ।
ମାର୍କଲିଖିତ ସୁସମାଚାର 9 : 28 (ORV)
ପୁଣି, ସେ ଗୃହକୁ ଆସନ୍ତେ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?
ମାର୍କଲିଖିତ ସୁସମାଚାର 9 : 29 (ORV)
ଯୀଶୁ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ ।
ମାର୍କଲିଖିତ ସୁସମାଚାର 9 : 30 (ORV)
ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା;
ମାର୍କଲିଖିତ ସୁସମାଚାର 9 : 31 (ORV)
କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ ।
ମାର୍କଲିଖିତ ସୁସମାଚାର 9 : 32 (ORV)
କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁଓ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ ।
ମାର୍କଲିଖିତ ସୁସମାଚାର 9 : 33 (ORV)
ପରେ ସେମାନେ କଫର୍ନାହୂମକୁ ଆସିଲେ । ଯୀଶୁ ଘରେ ପହଞ୍ଚି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?
ମାର୍କଲିଖିତ ସୁସମାଚାର 9 : 34 (ORV)
କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ ।
ମାର୍କଲିଖିତ ସୁସମାଚାର 9 : 35 (ORV)
ସେଥିରେ ଯୀଶୁ ଉପବେଶନ କରି ଦ୍ଵାଦଶଙ୍କୁ ଆହ୍ଵାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେଣସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ ।
ମାର୍କଲିଖିତ ସୁସମାଚାର 9 : 36 (ORV)
ପୁଣି, ଯୀଶୁ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ,
ମାର୍କଲିଖିତ ସୁସମାଚାର 9 : 37 (ORV)
ଯେକେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେକେହି ମୋତେ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
ମାର୍କଲିଖିତ ସୁସମାଚାର 9 : 38 (ORV)
ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ ।
ମାର୍କଲିଖିତ ସୁସମାଚାର 9 : 39 (ORV)
କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ଶକ୍ତିରେ କାର୍ଯ୍ୟ କରି ହଠାତ୍ ମୋହର କୁତ୍ସା କରି ପାରିବ, ଏପରି ଲୋକ କେହି ନାହିଁ
ମାର୍କଲିଖିତ ସୁସମାଚାର 9 : 40 (ORV)
କାରଣ ଯେ ଆମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ ।
ମାର୍କଲିଖିତ ସୁସମାଚାର 9 : 41 (ORV)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେକେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।
ମାର୍କଲିଖିତ ସୁସମାଚାର 9 : 42 (ORV)
ଆଉ, ଯେକେହି ବିଶ୍ଵାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇ ଥାଆନ୍ତା ।
ମାର୍କଲିଖିତ ସୁସମାଚାର 9 : 43 (ORV)
ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନରକ, ଅର୍ଥାତ୍, ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
ମାର୍କଲିଖିତ ସୁସମାଚାର 9 : 44 (ORV)
[କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।]
ମାର୍କଲିଖିତ ସୁସମାଚାର 9 : 45 (ORV)
ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ ।
ମାର୍କଲିଖିତ ସୁସମାଚାର 9 : 46 (ORV)
[କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।]
ମାର୍କଲିଖିତ ସୁସମାଚାର 9 : 47 (ORV)
ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ିପକାଅ; ଦୁଇ ଚକ୍ଷୁ ଘେନି ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ;
ମାର୍କଲିଖିତ ସୁସମାଚାର 9 : 48 (ORV)
କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।
ମାର୍କଲିଖିତ ସୁସମାଚାର 9 : 49 (ORV)
ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ ।
ମାର୍କଲିଖିତ ସୁସମାଚାର 9 : 50 (ORV)
ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ଵହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ଵାଦଯୁକ୍ତ କରିବ? ତୁମ୍ଭେମାନେ ଆପଣା ଆପଣାଠାରେ ଲବଣ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50

BG:

Opacity:

Color:


Size:


Font: