ଲୂକଲିଖିତ ସୁସମାଚାର 3 : 1 (ORV)
ତିବିରିଅ କାଇସରଙ୍କ ରାଜତ୍ଵର ପଞ୍ଚଦଶ ବର୍ଷରେ, ଯେତେବେଳେ ପନ୍ତୀୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାଙ୍କ ଭ୍ରାତା ଫିଲିପ୍ପ ଇତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ ।
ଲୂକଲିଖିତ ସୁସମାଚାର 3 : 2 (ORV)
ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ଵରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା ।
ଲୂକଲିଖିତ ସୁସମାଚାର 3 : 3 (ORV)
ସେଥିରେ ସେ ଯର୍ଦ୍ଦନର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପକ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ।। ଘୋଷଣା କରିବାକୁ ଲାଗିଲେ,
ଲୂକଲିଖିତ ସୁସମାଚାର 3 : 4 (ORV)
ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦଣ୍ତ ସଳଖ କର;
ଲୂକଲିଖିତ ସୁସମାଚାର 3 : 5 (ORV)
ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସଳଖ ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବନ୍ତ
ଲୂକଲିଖିତ ସୁସମାଚାର 3 : 6 (ORV)
ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ଵରଙ୍କ ପରିତ୍ରାଣ ଦେଖିବେ ।
ଲୂକଲିଖିତ ସୁସମାଚାର 3 : 7 (ORV)
ଅତଏବ, ସେ ତାଙ୍କ ଦ୍ଵାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
ଲୂକଲିଖିତ ସୁସମାଚାର 3 : 8 (ORV)
ଏଣୁ ମନ ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।
ଲୂକଲିଖିତ ସୁସମାଚାର 3 : 9 (ORV)
ଆଉ, ଏବେ ସୁଦ୍ଧା ଗଛଗୁଡ଼ିକ ମୂଳରେ କୁହ୍ରାଡ଼ି ଲାଗିଅଛି; ଅତଏବ, ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।
ଲୂକଲିଖିତ ସୁସମାଚାର 3 : 10 (ORV)
ଏଥିରେ ଲୋକସମୂହ ତାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା?
ଲୂକଲିଖିତ ସୁସମାଚାର 3 : 11 (ORV)
ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ ।
ଲୂକଲିଖିତ ସୁସମାଚାର 3 : 12 (ORV)
କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?
ଲୂକଲିଖିତ ସୁସମାଚାର 3 : 13 (ORV)
ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯାହା ନିରୂପିତ, ତାହା ଅପେକ୍ଷା ଅଧିକ ଆଦାୟ କର ନାହିଁ ।
ଲୂକଲିଖିତ ସୁସମାଚାର 3 : 14 (ORV)
ସୈନିକମାନେ ମଧ୍ୟ ତାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ, ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାରି ଧନ ହରଣ କର ନାହିଁ, ପୁଣି ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ ।
ଲୂକଲିଖିତ ସୁସମାଚାର 3 : 15 (ORV)
ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାଙ୍କ ସମ୍ଵନ୍ଧରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,
ଲୂକଲିଖିତ ସୁସମାଚାର 3 : 16 (ORV)
ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।
ଲୂକଲିଖିତ ସୁସମାଚାର 3 : 17 (ORV)
ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନିର୍ବାଣ ଅଗ୍ନିରେ ପୋଡ଼ିପକାଇବେ ।
ଲୂକଲିଖିତ ସୁସମାଚାର 3 : 18 (ORV)
ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ଵାଦ ପ୍ରଚାର କରୁଥିଲେ;
ଲୂକଲିଖିତ ସୁସମାଚାର 3 : 19 (ORV)
କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ଆପଣା କୃତ ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ଵାରା ଅନୁଯୋଗ ପ୍ରାପ୍ତ ହେବାରୁ,
ଲୂକଲିଖିତ ସୁସମାଚାର 3 : 20 (ORV)
ସେ ତାଙ୍କୁ କାରାରୁଦ୍ଧ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ ।
ଲୂକଲିଖିତ ସୁସମାଚାର 3 : 21 (ORV)
ସମସ୍ତ ଲୋକ ବାପ୍ତିଜିତ ହେଲା ଉତ୍ତାରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଉନ୍ମୁକ୍ତ ହେଲା,
ଲୂକଲିଖିତ ସୁସମାଚାର 3 : 22 (ORV)
ପୁଣି ପବିତ୍ର ଆତ୍ମା ଦୈହିକଭାବେ କପୋତ ପରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ, ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।
ଲୂକଲିଖିତ ସୁସମାଚାର 3 : 23 (ORV)
ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 24 (ORV)
ଏଲୀ ମତ୍ଥାତଙ୍କ ପୁତ୍ର; ମତ୍ଥାତ ଲେବୀଙ୍କ ପୁତ୍ର, ଲେବୀ ମଲ୍ଖୀଙ୍କ ପୁତ୍ର, ମଲ୍ଖୀ ଯନ୍ନୟଙ୍କ ପୁତ୍ର, ଯନ୍ନୟ ଯୋଷେଫଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 25 (ORV)
ଯୋଷେଫ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଆମୋସଙ୍କ ପୁତ୍ର, ଆମୋସ ନାହୂମଙ୍କ ପୁତ୍ର, ନାହୂମ ହେସ୍ଳୀଙ୍କ ପୁତ୍ର, ହେସ୍ଳୀ ନଗୟଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 26 (ORV)
ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 27 (ORV)
ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବ୍ବାବେଲଙ୍କ ପୁତ୍ର, ଜିରୁବ୍ବାବେଲ ଶଅଲ୍ଥୀୟେଲଙ୍କ ପୁତ୍ର, ଶଅଲ୍ଥୀୟେଲ ନେରୀଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 28 (ORV)
ନେରୀ ମଲ୍ଖୀଙ୍କ ପୁତ୍ର, ମଲ୍ଖୀ ଅଦ୍ଦୀଙ୍କ ପୁତ୍ର, ଅଦ୍ଦୀ କୋସାମଙ୍କ ପୁତ୍ର, କୋସାମ ଏଲ୍ମଦାନଙ୍କ ପୁତ୍ର, ଏଲ୍ମଦାନ ଏରଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 29 (ORV)
ଏର ଯିହୋଶୂୟଙ୍କ ପୁତ୍ର, ଯିହୋଶୂୟ ଏଲୀୟେଜରଙ୍କ ପୁତ୍ର, ଏଲୀୟେଜର ଯୋରୀମଙ୍କ ପୁତ୍ର, ଯୋରୀମ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 30 (ORV)
ଲେବୀ ଶିମୀୟୋନଙ୍କ ପୁତ୍ର, ଶିମୀୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 31 (ORV)
ଏଲୀୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 32 (ORV)
ଦାଉଦ ଯିଶୟଙ୍କ ପୁତ୍ର, ଯିଶୟ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 33 (ORV)
ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହେସ୍ରୋଣଙ୍କ ପୁତ୍ର, ହେସ୍ରୋଣ ଫେରସଙ୍କ ପୁତ୍ର, ଫେରସ ଯିହୁଦାଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 34 (ORV)
ଯିହୁଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍‍ହାକଙ୍କ ପୁତ୍ର, ଇସ୍‍ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ଥେରହଙ୍କ ପୁତ୍ର, ଥେରହ ନାହୋରଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 35 (ORV)
ନାହୋର ସରୂଗଙ୍କ ପୁତ୍ର, ସରୂଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 36 (ORV)
ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର,
ଲୂକଲିଖିତ ସୁସମାଚାର 3 : 37 (ORV)
ଲେମଖ ମିଥୂଶେଲହଙ୍କ ପୁତ୍ର, ମିଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର ।
ଲୂକଲିଖିତ ସୁସମାଚାର 3 : 38 (ORV)
କେନାନ ଏନୋଶଙ୍କ ପୁତ୍ର, ଏନୋଶ ଶେଥଙ୍କ ପୁତ୍ର, ଶେଥ ଆଦମଙ୍କ ପୁତ୍ର, ଆଦମ ଈଶ୍ଵରଙ୍କ ପୁତ୍ର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38

BG:

Opacity:

Color:


Size:


Font: