ଲୂକଲିଖିତ ସୁସମାଚାର 5 : 1 (ORV)
ଦିନେ ଯେତେବେଳେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ି ଈଶ୍ଵରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
ଲୂକଲିଖିତ ସୁସମାଚାର 5 : 2 (ORV)
ଆଉ, ସେ ହ୍ରଦକୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ ।
ଲୂକଲିଖିତ ସୁସମାଚାର 5 : 3 (ORV)
ସେହି ନୌକାଗୁଡ଼ିକ ମଧ୍ୟରୁ ଯେଉଁଟି ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 5 : 4 (ORV)
ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ ।
ଲୂକଲିଖିତ ସୁସମାଚାର 5 : 5 (ORV)
ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି ।
ଲୂକଲିଖିତ ସୁସମାଚାର 5 : 6 (ORV)
ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି ସେମାନଙ୍କ ଜାଲ ଛିଣ୍ତିବାକୁ ଲାଗିଲା ।
ଲୂକଲିଖିତ ସୁସମାଚାର 5 : 7 (ORV)
ସେଥିରେ ସେମାନଙ୍କର ଯେଉଁ ଅଂଶୀଦାରମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା ।
ଲୂକଲିଖିତ ସୁସମାଚାର 5 : 8 (ORV)
କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋʼ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ ।
ଲୂକଲିଖିତ ସୁସମାଚାର 5 : 9 (ORV)
କାରଣ ସେମାନେ ସେହି କ୍ଷେପରେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାଙ୍କ ସଙ୍ଗୀ ସମସ୍ତେ ବିସ୍ମୟାନ୍ଵିତ ହେଲେ;
ଲୂକଲିଖିତ ସୁସମାଚାର 5 : 10 (ORV)
ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହିପ୍ରକାର ବିସ୍ମୟାନ୍ଵିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ ।
ଲୂକଲିଖିତ ସୁସମାଚାର 5 : 11 (ORV)
ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସମସ୍ତ ପରିତ୍ୟାଗ କରି ତାହାଙ୍କର ଅନୁଗମନ କଲେ ।
ଲୂକଲିଖିତ ସୁସମାଚାର 5 : 12 (ORV)
ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀଲୋକ ସେସ୍ଥାନରେ ଥିଲା; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହା ହେଲେ ମୋତେ ଶୁଚି କରି ପାରନ୍ତି ।
ଲୂକଲିଖିତ ସୁସମାଚାର 5 : 13 (ORV)
ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ।
ଲୂକଲିଖିତ ସୁସମାଚାର 5 : 14 (ORV)
ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୌଚକ୍ରିୟା ସ୍ଵରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ନୈବେଦ୍ୟ ଉତ୍ସର୍ଗ କର ।
ଲୂକଲିଖିତ ସୁସମାଚାର 5 : 15 (ORV)
କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;
ଲୂକଲିଖିତ ସୁସମାଚାର 5 : 16 (ORV)
ମାତ୍ର ସେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ ।
ଲୂକଲିଖିତ ସୁସମାଚାର 5 : 17 (ORV)
ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି ଯିହୁଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ବ୍ୟବସ୍ଥାଧ୍ୟାପକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି, ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା ।
ଲୂକଲିଖିତ ସୁସମାଚାର 5 : 18 (ORV)
ପୁଣି ଦେଖ, କେତେକ ଲୋକ ଜଣେ ପକ୍ଷାଘାତ-ରୋଗୀ ମନୁଷ୍ୟକୁ ଖଟିଆରେ ବହିଆଣି ତାହାକୁ ଭିତରକୁ ଘେନିଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ ।
ଲୂକଲିଖିତ ସୁସମାଚାର 5 : 19 (ORV)
କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ଘେନିଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ ।
ଲୂକଲିଖିତ ସୁସମାଚାର 5 : 20 (ORV)
ସେ ସେମାନଙ୍କର ବିଶ୍ଵାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି ।
ଲୂକଲିଖିତ ସୁସମାଚାର 5 : 21 (ORV)
ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ଵରନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ଵରଙ୍କ ବିନା ଆଉ କିଏ ପାପକ୍ଷମା କରି ପାରେ?
ଲୂକଲିଖିତ ସୁସମାଚାର 5 : 22 (ORV)
କିନ୍ତୁ ଯୀଶୁ ସେମାନଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?
ଲୂକଲିଖିତ ସୁସମାଚାର 5 : 23 (ORV)
କଅଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା?
ଲୂକଲିଖିତ ସୁସମାଚାର 5 : 24 (ORV)
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣି ପାର- ଏଥିପାଇଁ ସେ ପକ୍ଷାଘାତରୋଗୀକି କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଯାଅ ।
ଲୂକଲିଖିତ ସୁସମାଚାର 5 : 25 (ORV)
ସେଥିରେ ସେ ତତ୍କ୍ଷଣାତ୍ ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲା, ତାହା ଘେନି ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲା ।
ଲୂକଲିଖିତ ସୁସମାଚାର 5 : 26 (ORV)
ତହିଁରେ ସମସ୍ତେ ଆଚମ୍ଵିତ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତ୍ୟ; ଭୀତ ହୋଇ କହିଲେ, ଆଜି ଆମ୍ଭେମାନେ ଅଦ୍ଭୁତ ଘଟଣା ଦେଖିଲୁ ।
ଲୂକଲିଖିତ ସୁସମାଚାର 5 : 27 (ORV)
ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର ।
ଲୂକଲିଖିତ ସୁସମାଚାର 5 : 28 (ORV)
ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 5 : 29 (ORV)
ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁ ସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ ।
ଲୂକଲିଖିତ ସୁସମାଚାର 5 : 30 (ORV)
ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ?
ଲୂକଲିଖିତ ସୁସମାଚାର 5 : 31 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି ।
ଲୂକଲିଖିତ ସୁସମାଚାର 5 : 32 (ORV)
ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନପରିବର୍ତ୍ତନ ନିମନ୍ତେ ପାପୀମାନଙ୍କୁ ଆହ୍ଵାନ କରିବା ପାଇଁ ଆସିଅଛି ।
ଲୂକଲିଖିତ ସୁସମାଚାର 5 : 33 (ORV)
ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହିପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଭୋଜନପାନ କରନ୍ତି ।
ଲୂକଲିଖିତ ସୁସମାଚାର 5 : 34 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀ-ମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର?
ଲୂକଲିଖିତ ସୁସମାଚାର 5 : 35 (ORV)
କିନ୍ତୁ ସମୟ ଆସିବ; ଆଉ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ ।
ଲୂକଲିଖିତ ସୁସମାଚାର 5 : 36 (ORV)
ପୁଣି, ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, କେହି ନୂଆ ଲୁଗାରୁ ତାଳି ଛିଣ୍ତାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ତିକ ଚିରିଦେବ, ପୁଣି ନୂଆ ଲୁଗାର ତାଳି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ ।
ଲୂକଲିଖିତ ସୁସମାଚାର 5 : 37 (ORV)
ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ ।
ଲୂକଲିଖିତ ସୁସମାଚାର 5 : 38 (ORV)
କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ ।
ଲୂକଲିଖିତ ସୁସମାଚାର 5 : 39 (ORV)
ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ପୁରୁଣା ତ ଭଲ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39

BG:

Opacity:

Color:


Size:


Font: