ଯୋହନଲିଖିତ ସୁସମାଚାର 1 : 1 (ORV)
ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ଵରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ଵର ଥିଲେ ।
ଯୋହନଲିଖିତ ସୁସମାଚାର 1 : 2 (ORV)
ସେ ଆଦ୍ୟରେ ଈଶ୍ଵରଙ୍କ ସହିତ ଥିଲେ ।
ଯୋହନଲିଖିତ ସୁସମାଚାର 1 : 3 (ORV)
ତାହାଙ୍କ ଦ୍ଵାରା ସମସ୍ତ ସୃଷ୍ଟ ହେଲା; ଆଉ ଯେସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ ।
ଯୋହନଲିଖିତ ସୁସମାଚାର 1 : 4 (ORV)
ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ ।
ଯୋହନଲିଖିତ ସୁସମାଚାର 1 : 5 (ORV)
ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ଵଲ୍ୟମାନ ହୋଇ-ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ ।
ଯୋହନଲିଖିତ ସୁସମାଚାର 1 : 6 (ORV)
ଈଶ୍ଵରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ ।
ଯୋହନଲିଖିତ ସୁସମାଚାର 1 : 7 (ORV)
ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି ତାହାଙ୍କ ଦ୍ଵାରା ସମସ୍ତେ ବିଶ୍ଵାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
ଯୋହନଲିଖିତ ସୁସମାଚାର 1 : 8 (ORV)
ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।
ଯୋହନଲିଖିତ ସୁସମାଚାର 1 : 9 (ORV)
ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।
ଯୋହନଲିଖିତ ସୁସମାଚାର 1 : 10 (ORV)
ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ଵାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ ।
ଯୋହନଲିଖିତ ସୁସମାଚାର 1 : 11 (ORV)
ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।
ଯୋହନଲିଖିତ ସୁସମାଚାର 1 : 12 (ORV)
ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ଵାସ କଲେ, ସେସମସ୍ତଙ୍କୁ ସେ ଈଶ୍ଵରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
ଯୋହନଲିଖିତ ସୁସମାଚାର 1 : 13 (ORV)
ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ଵରଙ୍କଠାରୁ ଜାତ ହେଲେ ।
ଯୋହନଲିଖିତ ସୁସମାଚାର 1 : 14 (ORV)
ଆଉ, ସେହି ବାକ୍ୟ ଦେହବ; ହେଲେ, ପୁଣି ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ଵିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମାଦେଖିଲୁ ⇧ ⇧ ।
ଯୋହନଲିଖିତ ସୁସମାଚାର 1 : 15 (ORV)
ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚ ସ୍ଵରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
ଯୋହନଲିଖିତ ସୁସମାଚାର 1 : 16 (ORV)
ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ ।
ଯୋହନଲିଖିତ ସୁସମାଚାର 1 : 17 (ORV)
କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ଵାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଉପସ୍ଥିତ ହେଲା ।
ଯୋହନଲିଖିତ ସୁସମାଚାର 1 : 18 (ORV)
କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ଵିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।
ଯୋହନଲିଖିତ ସୁସମାଚାର 1 : 19 (ORV)
ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେ-ବେଳେ ସେ ଏହି ସାକ୍ଷ୍ୟ ଦେଲେ,
ଯୋହନଲିଖିତ ସୁସମାଚାର 1 : 20 (ORV)
ସେ ସ୍ଵୀକାର କଲେ, ଅସ୍ଵୀକାର କଲେ ନାହିଁ; ସେ ସ୍ଵୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ ।
ଯୋହନଲିଖିତ ସୁସମାଚାର 1 : 21 (ORV)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ । ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା ।
ଯୋହନଲିଖିତ ସୁସମାଚାର 1 : 22 (ORV)
ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇ ପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?
ଯୋହନଲିଖିତ ସୁସମାଚାର 1 : 23 (ORV)
ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ସଳଖ କର ।
ଯୋହନଲିଖିତ ସୁସମାଚାର 1 : 24 (ORV)
ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ ।
ଯୋହନଲିଖିତ ସୁସମାଚାର 1 : 25 (ORV)
ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହନ୍ତି, ତାହା ହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
ଯୋହନଲିଖିତ ସୁସମାଚାର 1 : 26 (ORV)
ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;
ଯୋହନଲିଖିତ ସୁସମାଚାର 1 : 27 (ORV)
ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ।
ଯୋହନଲିଖିତ ସୁସମାଚାର 1 : 28 (ORV)
ଯର୍ଦ୍ଦନର ପରପାରସ୍ଥ ଯେଉଁ ବେଥନୀଆରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା ।
ଯୋହନଲିଖିତ ସୁସମାଚାର 1 : 29 (ORV)
ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ, ଯେ ଜଗତର ପାପ ବହିନେଇଯାଆନ୍ତି ।
ଯୋହନଲିଖିତ ସୁସମାଚାର 1 : 30 (ORV)
ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି ।
ଯୋହନଲିଖିତ ସୁସମାଚାର 1 : 31 (ORV)
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି ।
ଯୋହନଲିଖିତ ସୁସମାଚାର 1 : 32 (ORV)
ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ ।
ଯୋହନଲିଖିତ ସୁସମାଚାର 1 : 33 (ORV)
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି ।
ଯୋହନଲିଖିତ ସୁସମାଚାର 1 : 34 (ORV)
ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ଵରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି ।
ଯୋହନଲିଖିତ ସୁସମାଚାର 1 : 35 (ORV)
ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;
ଯୋହନଲିଖିତ ସୁସମାଚାର 1 : 36 (ORV)
ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ ।
ଯୋହନଲିଖିତ ସୁସମାଚାର 1 : 37 (ORV)
ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ ।
ଯୋହନଲିଖିତ ସୁସମାଚାର 1 : 38 (ORV)
ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କଅଣ ଖୋଜୁଅଛ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି?
ଯୋହନଲିଖିତ ସୁସମାଚାର 1 : 39 (ORV)
ସେ ସେମାନଙ୍କୁ କହିଲେ, ଆସ, ଦେଖିବ । ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; ସେତେବେଳେ ସକାଳ ପ୍ରାୟ ଦଶ ଘଣ୍ଟା ହୋଇଥିଲା ।
ଯୋହନଲିଖିତ ସୁସମାଚାର 1 : 40 (ORV)
ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ ।
ଯୋହନଲିଖିତ ସୁସମାଚାର 1 : 41 (ORV)
ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅନୁବାଦ କଲେ ଏହି ନାମର ଅର୍ଥ ଖ୍ରୀଷ୍ଟ।।) ଦେଖା ପାଇଅଛୁ ।
ଯୋହନଲିଖିତ ସୁସମାଚାର 1 : 42 (ORV)
ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କେଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।
ଯୋହନଲିଖିତ ସୁସମାଚାର 1 : 43 (ORV)
ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର ।
ଯୋହନଲିଖିତ ସୁସମାଚାର 1 : 44 (ORV)
ଫିଲିପ୍ପ ବେଥ୍ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରୀୟ ଓ ପିତରଙ୍କର ନଗର ଥିଲା ।
ଯୋହନଲିଖିତ ସୁସମାଚାର 1 : 45 (ORV)
ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ ।
ଯୋହନଲିଖିତ ସୁସମାଚାର 1 : 46 (ORV)
ନିଥନିୟେଲ ତାଙ୍କୁ ପଚାରିଲେ, ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ? ଫିଲିପ୍ପ ତାଙ୍କୁ କହିଲେ, ଆସି ଦେଖ ।
ଯୋହନଲିଖିତ ସୁସମାଚାର 1 : 47 (ORV)
ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ ।
ଯୋହନଲିଖିତ ସୁସମାଚାର 1 : 48 (ORV)
ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି ।
ଯୋହନଲିଖିତ ସୁସମାଚାର 1 : 49 (ORV)
ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ରାବ୍ବୀ, ଆପଣ ଈଶ୍ଵରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା ।
ଯୋହନଲିଖିତ ସୁସମାଚାର 1 : 50 (ORV)
ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ଵାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍ ମହତ୍ ବିଷୟ ଦେଖିବ ।
ଯୋହନଲିଖିତ ସୁସମାଚାର 1 : 51 (ORV)
ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ଵର୍ଗକୁ ଉନ୍ମୁକ୍ତ ଓ ଈଶ୍ଵରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51

BG:

Opacity:

Color:


Size:


Font: