ଯୋହନଲିଖିତ ସୁସମାଚାର 12 : 1 (ORV)
ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ ।
ଯୋହନଲିଖିତ ସୁସମାଚାର 12 : 2 (ORV)
ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ ।
ଯୋହନଲିଖିତ ସୁସମାଚାର 12 : 3 (ORV)
ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା ।
ଯୋହନଲିଖିତ ସୁସମାଚାର 12 : 4 (ORV)
କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା,
ଯୋହନଲିଖିତ ସୁସମାଚାର 12 : 5 (ORV)
ଏହି ତୈଳ ଦେଢ଼ଶହ ଟଙ୍କାରେ ବିକ୍ରୟ କରାଯାଇ କାହିଁକି ଦରିଦ୍ରମାନଙ୍କୁ ଦିଆ ନ ଗଲା?
ଯୋହନଲିଖିତ ସୁସମାଚାର 12 : 6 (ORV)
ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା ।
ଯୋହନଲିଖିତ ସୁସମାଚାର 12 : 7 (ORV)
ସେଥିରେ ଯୀଶୁ କହିଲେ, ଏହାକୁ ଛାଡ଼ିଦିଅ, ଯେପରି ମୋର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ ।
ଯୋହନଲିଖିତ ସୁସମାଚାର 12 : 8 (ORV)
ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି ।
ଯୋହନଲିଖିତ ସୁସମାଚାର 12 : 9 (ORV)
ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ ।
ଯୋହନଲିଖିତ ସୁସମାଚାର 12 : 10 (ORV)
କିନ୍ତୁ ଲାଜାରଙ୍କୁ ମଧ୍ୟ ବଧ କରିବା ନିମନ୍ତେ ପ୍ରଧାନ ଯାଜକମାନେ ମନ୍ତ୍ରଣା କଲେ,
ଯୋହନଲିଖିତ ସୁସମାଚାର 12 : 11 (ORV)
କାରଣ ତାଙ୍କ ଯୋଗୁ ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଯାଇ ଯୀଶୁଙ୍କଠାରେ ବିଶ୍ଵାସ କରୁଥିଲେ ।
ଯୋହନଲିଖିତ ସୁସମାଚାର 12 : 12 (ORV)
ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମକୁ ଆସୁଅଛନ୍ତି ବୋଲି ଶୁଣି
ଯୋହନଲିଖିତ ସୁସମାଚାର 12 : 13 (ORV)
ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ହୋଶାନ୍ନା । ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା ।
ଯୋହନଲିଖିତ ସୁସମାଚାର 12 : 14 (ORV)
ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖା ଅଛି,
ଯୋହନଲିଖିତ ସୁସମାଚାର 12 : 15 (ORV)
ଆଗୋ ସିୟୋନର କନ୍ୟେ, ଭୟ କର ନାହିଁ; ଦେଖ, ତୋର ରାଜା ଆସୁଅଛନ୍ତି, ସେ ଗର୍ଦ୍ଦଭଶାବକ ଉପରେ ଆରୋହଣ କରି ଆସୁଅଛନ୍ତି ।
ଯୋହନଲିଖିତ ସୁସମାଚାର 12 : 16 (ORV)
ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହିସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ଵିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ଵନ୍ଧରେ ଲେଖାଯାଇଥିଲା, ପୁଣି ତାହାଙ୍କ ପ୍ରତି ସେମାନେ ଯେ ଏହିସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା ।
ଯୋହନଲିଖିତ ସୁସମାଚାର 12 : 17 (ORV)
ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 12 : 18 (ORV)
ଏହି କାରଣରୁ ମଧ୍ୟ ଲୋକସମୂହ ତାହାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ, ଯେଣୁ ସେ ଏହି ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି ବୋଲି ସେମାନେ ଶୁଣିଥିଲେ ।
ଯୋହନଲିଖିତ ସୁସମାଚାର 12 : 19 (ORV)
ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି ।
ଯୋହନଲିଖିତ ସୁସମାଚାର 12 : 20 (ORV)
ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍ ଲୋକ ଥିଲେ ।
ଯୋହନଲିଖିତ ସୁସମାଚାର 12 : 21 (ORV)
ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା ।
ଯୋହନଲିଖିତ ସୁସମାଚାର 12 : 22 (ORV)
ଫିଲିପ୍ପ ଯାଇ ଆନ୍ଦ୍ରୀୟଙ୍କୁ କହିଲେ, ପୁଣି ଆନ୍ଦ୍ରୀୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ ।
ଯୋହନଲିଖିତ ସୁସମାଚାର 12 : 23 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ଵିତ ହେବା ନିମନ୍ତେ ସମୟ ଉପସ୍ଥିତ ।
ଯୋହନଲିଖିତ ସୁସମାଚାର 12 : 24 (ORV)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ ।
ଯୋହନଲିଖିତ ସୁସମାଚାର 12 : 25 (ORV)
ଯେ ଆପଣା ପ୍ରାଣକୁ ପ୍ରିୟଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହ-ଜଗତରେ ଘୃଣା କରେ, ସେ ତାହା ଅନ; ଜୀବନ ନିମନ୍ତେ ରକ୍ଷା କରିବ ।
ଯୋହନଲିଖିତ ସୁସମାଚାର 12 : 26 (ORV)
କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ ।
ଯୋହନଲିଖିତ ସୁସମାଚାର 12 : 27 (ORV)
ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି ।
ଯୋହନଲିଖିତ ସୁସମାଚାର 12 : 28 (ORV)
ପିତଃ, ଆପଣା ନାମ ମହିମାନ୍ଵିତ କର । ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ଵିତ କରିଅଛୁ, ଆଉ ପୁନର୍ବାର ମହିମାନ୍ଵିତ କରିବୁ ।
ଯୋହନଲିଖିତ ସୁସମାଚାର 12 : 29 (ORV)
ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି ।
ଯୋହନଲିଖିତ ସୁସମାଚାର 12 : 30 (ORV)
ଯୀଶୁ ଉତ୍ତର ଦେଲେ, ମୋʼ ନିମନ୍ତେ ଏହି ବାଣୀ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କ ନିମନ୍ତେ ହୋଇଅଛି ।
ଯୋହନଲିଖିତ ସୁସମାଚାର 12 : 31 (ORV)
ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ ।
ଯୋହନଲିଖିତ ସୁସମାଚାର 12 : 32 (ORV)
ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ଵକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି ।
ଯୋହନଲିଖିତ ସୁସମାଚାର 12 : 33 (ORV)
ସେ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ଏହା କହିଲେ ।
ଯୋହନଲିଖିତ ସୁସମାଚାର 12 : 34 (ORV)
ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଚିରକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ଵକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ?
ଯୋହନଲିଖିତ ସୁସମାଚାର 12 : 35 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି । ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ ।
ଯୋହନଲିଖିତ ସୁସମାଚାର 12 : 36 (ORV)
ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ଵାସ କର । ଯୀଶୁ ଏହିସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ ।
ଯୋହନଲିଖିତ ସୁସମାଚାର 12 : 37 (ORV)
କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ଵାସ କରୁ ନ ଥିଲେ,
ଯୋହନଲିଖିତ ସୁସମାଚାର 12 : 38 (ORV)
ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ଵାଦ ବିଶ୍ଵାସ କରିଅଛି? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?
ଯୋହନଲିଖିତ ସୁସମାଚାର 12 : 39 (ORV)
ଏହି କାରଣରୁ ସେମାନେ ବିଶ୍ଵାସ କରି ପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି,
ଯୋହନଲିଖିତ ସୁସମାଚାର 12 : 40 (ORV)
ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ ।
ଯୋହନଲିଖିତ ସୁସମାଚାର 12 : 41 (ORV)
ଯିଶାଇୟ ଏହିସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ ।
ଯୋହନଲିଖିତ ସୁସମାଚାର 12 : 42 (ORV)
ତଥାପି ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ, କିନ୍ତୁ କାଳେ ସେମାନେ ସମାଜଚ୍ୟୁତ ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ଵୀକାର କରୁ ନ ଥିଲେ,
ଯୋହନଲିଖିତ ସୁସମାଚାର 12 : 43 (ORV)
କାରଣ ସେମାନେ ଈଶ୍ଵରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ ।
ଯୋହନଲିଖିତ ସୁସମାଚାର 12 : 44 (ORV)
ଯୀଶୁ ଉଚ୍ଚ ସ୍ଵରରେ କହିଲେ, ଯେ ମୋʼଠାରେ ବିଶ୍ଵାସ କରେ, ସେ ମୋʼଠାରେ ବିଶ୍ଵାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ଵାସ କରେ;
ଯୋହନଲିଖିତ ସୁସମାଚାର 12 : 45 (ORV)
ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ ।
ଯୋହନଲିଖିତ ସୁସମାଚାର 12 : 46 (ORV)
ଯେକେହି ମୋʼଠାରେ ବିଶ୍ଵାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି ।
ଯୋହନଲିଖିତ ସୁସମାଚାର 12 : 47 (ORV)
କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି ।
ଯୋହନଲିଖିତ ସୁସମାଚାର 12 : 48 (ORV)
ଯେ ମୋତେ ଅଗ୍ରାହ୍ୟ କରେ ଓ ମୋହର ବାକ୍ୟ ଗ୍ରହଣ କରେ ନାହିଁ, ତାହାର ବିଚାରକର୍ତ୍ତା ଅଛି; ମୁଁ ଯେଉଁ ବାକ୍ୟ କହିଅଛି, ତାହା ଶେଷ ଦିନରେ ତାହାର ବିଚାର କରିବ ।
ଯୋହନଲିଖିତ ସୁସମାଚାର 12 : 49 (ORV)
କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;
ଯୋହନଲିଖିତ ସୁସମାଚାର 12 : 50 (ORV)
ପୁଣି, ତାହାଙ୍କ ଆଜ୍ଞା ଯେ ଅନ; ଜୀବନ, ଏହା ମୁଁ ଜାଣେ । ଅତଏବ, ମୁଁ ଯେ ଯେ କଥା କହେ, ପିତା ମୋତେ ଯେପରି କହିଅଛନ୍ତି, ସେହିପରି କହେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50

BG:

Opacity:

Color:


Size:


Font: