ଯୋହନଲିଖିତ ସୁସମାଚାର 13 : 1 (ORV)
ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ା; ପ୍ରେମ ପ୍ରକାଶ କଲେ ।
ଯୋହନଲିଖିତ ସୁସମାଚାର 13 : 2 (ORV)
ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
ଯୋହନଲିଖିତ ସୁସମାଚାର 13 : 3 (ORV)
ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ଵରଙ୍କ ନିକଟରୁ ଆସିଅଛନ୍ତି, ପୁଣି ଈଶ୍ଵରଙ୍କ ନିକଟକୁ ଯାଉଅଛନ୍ତି,
ଯୋହନଲିଖିତ ସୁସମାଚାର 13 : 4 (ORV)
ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟୀ ବନ୍ଧନ କଲେ ।
ଯୋହନଲିଖିତ ସୁସମାଚାର 13 : 5 (ORV)
ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟୀରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 13 : 6 (ORV)
କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ମୋର ପାଦ ଧୋଇଦେଉଅଛନ୍ତି?
ଯୋହନଲିଖିତ ସୁସମାଚାର 13 : 7 (ORV)
ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ ।
ଯୋହନଲିଖିତ ସୁସମାଚାର 13 : 8 (ORV)
ପିତର ତାହାଙ୍କୁ କହିଲେ, ଆପଣ କଦାପି କେବେ ହେଁ ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ ।
ଯୋହନଲିଖିତ ସୁସମାଚାର 13 : 9 (ORV)
ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୋ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ ।
ଯୋହନଲିଖିତ ସୁସମାଚାର 13 : 10 (ORV)
ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ ।
ଯୋହନଲିଖିତ ସୁସମାଚାର 13 : 11 (ORV)
କାରଣ ଯେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ ।
ଯୋହନଲିଖିତ ସୁସମାଚାର 13 : 12 (ORV)
ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ?
ଯୋହନଲିଖିତ ସୁସମାଚାର 13 : 13 (ORV)
ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି ।
ଯୋହନଲିଖିତ ସୁସମାଚାର 13 : 14 (ORV)
ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ ।
ଯୋହନଲିଖିତ ସୁସମାଚାର 13 : 15 (ORV)
କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି ।
ଯୋହନଲିଖିତ ସୁସମାଚାର 13 : 16 (ORV)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ଵା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ ।
ଯୋହନଲିଖିତ ସୁସମାଚାର 13 : 17 (ORV)
ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହିପ୍ରକାର କଲେ ତୁମ୍ଭେମାନେ ଧନ୍ୟ ।
ଯୋହନଲିଖିତ ସୁସମାଚାର 13 : 18 (ORV)
ମୁଁ ତୁମ୍ଭ ସମସ୍ତଙ୍କ ସମ୍ଵନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା ।
ଯୋହନଲିଖିତ ସୁସମାଚାର 13 : 19 (ORV)
ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ଵାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି ।
ଯୋହନଲିଖିତ ସୁସମାଚାର 13 : 20 (ORV)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣଣକରେ ।
ଯୋହନଲିଖିତ ସୁସମାଚାର 13 : 21 (ORV)
ଯୀଶୁ ଏହିସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବମ ।
ଯୋହନଲିଖିତ ସୁସମାଚାର 13 : 22 (ORV)
ସେ କାହା ସମ୍ଵନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 13 : 23 (ORV)
ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ ।
ଯୋହନଲିଖିତ ସୁସମାଚାର 13 : 24 (ORV)
ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ଵନ୍ଧରେ କହୁଅଛନ୍ତି, ତାହା କୁହ ।
ଯୋହନଲିଖିତ ସୁସମାଚାର 13 : 25 (ORV)
ସେ ସେହିପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୋ, ସେ କିଏ?
ଯୋହନଲିଖିତ ସୁସମାଚାର 13 : 26 (ORV)
ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୋଟୀଖଣ୍ତକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ । ତହିଁରେ ସେ ସେହି ରୋଟୀଖଣ୍ତକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ ।
ଯୋହନଲିଖିତ ସୁସମାଚାର 13 : 27 (ORV)
ସେ ରୋଟୀଖଣ୍ତକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର ।
ଯୋହନଲିଖିତ ସୁସମାଚାର 13 : 28 (ORV)
କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ ।
ଯୋହନଲିଖିତ ସୁସମାଚାର 13 : 29 (ORV)
କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ଵା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ ।
ଯୋହନଲିଖିତ ସୁସମାଚାର 13 : 30 (ORV)
ରୋଟୀଖଣ୍ତକ ଗ୍ରହଣ କରି ସେ ତତ୍କ୍ଷଣାତ୍ ବାହାରିଗଲା, ସେତେବେଳେ ରାତ୍ରିକାଳ ।
ଯୋହନଲିଖିତ ସୁସମାଚାର 13 : 31 (ORV)
ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ଵିତ ହେଲେ ଓ ତାହାଙ୍କଠାରେ ଈଶ୍ଵର ମହିମାନ୍ଵିତ ହେଲେ ।
ଯୋହନଲିଖିତ ସୁସମାଚାର 13 : 32 (ORV)
ଯଦି ଈଶ୍ଵର ତାହାଙ୍କଠାରେ ମହିମାନ୍ଵିତ ହେଲେ, ତେବେ ଈଶ୍ଵର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ଵିତ କରିବେ, ପୁଣି ଶୀଘ୍ର ତାହାଙ୍କୁ ମହିମାନ୍ଵିତ କରିବେ ।
ଯୋହନଲିଖିତ ସୁସମାଚାର 13 : 33 (ORV)
ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି । ତୁମ୍ଭେମାନେ ମୋହର ଅନ୍ଵେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି ।
ଯୋହନଲିଖିତ ସୁସମାଚାର 13 : 34 (ORV)
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର ।
ଯୋହନଲିଖିତ ସୁସମାଚାର 13 : 35 (ORV)
ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଦ୍ଵାରା ଜ୍ଞାତ ହେବେ ।
ଯୋହନଲିଖିତ ସୁସମାଚାର 13 : 36 (ORV)
ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୋ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ ।
ଯୋହନଲିଖିତ ସୁସମାଚାର 13 : 37 (ORV)
ପିତର ତାହାଙ୍କୁ ପଚାରିଲେ, ପ୍ରଭୋ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି ।
ଯୋହନଲିଖିତ ସୁସମାଚାର 13 : 38 (ORV)
ଯୀଶୁ ଉତ୍ତର ଦେଲେ, ତୁମ୍ଭେ କଅଣ ମୋʼ ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38

BG:

Opacity:

Color:


Size:


Font: