ଯୋହନଲିଖିତ ସୁସମାଚାର 14 : 1 (ORV)
ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ଵରଙ୍କଠାରେ ବିଶ୍ଵାସ କର, ମୋʼଠାରେ ମଧ୍ୟ ବିଶ୍ଵାସ କର ।
ଯୋହନଲିଖିତ ସୁସମାଚାର 14 : 2 (ORV)
ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
ଯୋହନଲିଖିତ ସୁସମାଚାର 14 : 3 (ORV)
ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି ।
ଯୋହନଲିଖିତ ସୁସମାଚାର 14 : 4 (ORV)
ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ ।
ଯୋହନଲିଖିତ ସୁସମାଚାର 14 : 5 (ORV)
ଥୋମା ତାହାଙ୍କୁ ପଚାରିଲେ, ପ୍ରଭୋ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?
ଯୋହନଲିଖିତ ସୁସମାଚାର 14 : 6 (ORV)
ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ ।
ଯୋହନଲିଖିତ ସୁସମାଚାର 14 : 7 (ORV)
ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ ।
ଯୋହନଲିଖିତ ସୁସମାଚାର 14 : 8 (ORV)
ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୋ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ।
ଯୋହନଲିଖିତ ସୁସମାଚାର 14 : 9 (ORV)
ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?
ଯୋହନଲିଖିତ ସୁସମାଚାର 14 : 10 (ORV)
ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼଠାରେ ଅଛନ୍ତି, ଏ କଥା କଅଣ ବିଶ୍ଵାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼଠାରେ ଥାଇ ଆପଣା କର୍ମ କରୁଅଛନ୍ତି ।
ଯୋହନଲିଖିତ ସୁସମାଚାର 14 : 11 (ORV)
ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼଠାରେ ଅଛନ୍ତି, ମୋହର ଏହି କଥା ବିଶ୍ଵାସ କର, ନତୁବା କର୍ମ ଯୋଗୁ ହେଲେ ବିଶ୍ଵାସ କର ।
ଯୋହନଲିଖିତ ସୁସମାଚାର 14 : 12 (ORV)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼଠାରେ ଯେ ବିଶ୍ଵାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେସବୁ ଅପେକ୍ଷା ଅଧିକ ମହତ୍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ।
ଯୋହନଲିଖିତ ସୁସମାଚାର 14 : 13 (ORV)
ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ଵିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି ।
ଯୋହନଲିଖିତ ସୁସମାଚାର 14 : 14 (ORV)
ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି ।
ଯୋହନଲିଖିତ ସୁସମାଚାର 14 : 15 (ORV)
ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ ।
ଯୋହନଲିଖିତ ସୁସମାଚାର 14 : 16 (ORV)
ଆଉ, ମୁଁ ପିତାଙ୍କୁ ଅନୁରୋଧ କରିବି, ପୁଣି ତୁମ୍ଭମାନଙ୍କ ସାଙ୍ଗରେ ଚିରକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କି,
ଯୋହନଲିଖିତ ସୁସମାଚାର 14 : 17 (ORV)
ଅର୍ଥାତ୍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ । ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ଵା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି ସେ ତୁମ୍ଭମାନଙ୍କ ଅନ୍ତରେ ରହିବେ ।
ଯୋହନଲିଖିତ ସୁସମାଚାର 14 : 18 (ORV)
ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି ।
ଯୋହନଲିଖିତ ସୁସମାଚାର 14 : 19 (ORV)
ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ ।
ଯୋହନଲିଖିତ ସୁସମାଚାର 14 : 20 (ORV)
ମୁଁ ଯେ ମୋହର ପିତାଙ୍କଠାରେ ପୁଣି ତୁମ୍ଭେମାନେ ଯେ ମୋʼଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେଦିନ ତୁମ୍ଭେମାନେ ଜାଣିବ ।
ଯୋହନଲିଖିତ ସୁସମାଚାର 14 : 21 (ORV)
ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି ।
ଯୋହନଲିଖିତ ସୁସମାଚାର 14 : 22 (ORV)
ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?
ଯୋହନଲିଖିତ ସୁସମାଚାର 14 : 23 (ORV)
ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା ।
ଯୋହନଲିଖିତ ସୁସମାଚାର 14 : 24 (ORV)
ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର ।
ଯୋହନଲିଖିତ ସୁସମାଚାର 14 : 25 (ORV)
ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହିସମସ୍ତ କଥା କହିଲି ।
ଯୋହନଲିଖିତ ସୁସମାଚାର 14 : 26 (ORV)
କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ ।
ଯୋହନଲିଖିତ ସୁସମାଚାର 14 : 27 (ORV)
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ । ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ ।
ଯୋହନଲିଖିତ ସୁସମାଚାର 14 : 28 (ORV)
ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ । ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ୍ ।
ଯୋହନଲିଖିତ ସୁସମାଚାର 14 : 29 (ORV)
ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ଵାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି ।
ଯୋହନଲିଖିତ ସୁସମାଚାର 14 : 30 (ORV)
ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼଠାରେ ତାହାର କିଛି ହିଁ ନାହିଁ;
ଯୋହନଲିଖିତ ସୁସମାଚାର 14 : 31 (ORV)
କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି । ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: