ଯୋହନଲିଖିତ ସୁସମାଚାର 18 : 1 (ORV)
ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ । ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ ।
ଯୋହନଲିଖିତ ସୁସମାଚାର 18 : 2 (ORV)
ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହିସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେସ୍ଥାନକୁ ଯାଉଥିଲେ ।
ଯୋହନଲିଖିତ ସୁସମାଚାର 18 : 3 (ORV)
ଅତଏବ, ଯିହୂଦା ସୈନ୍ୟଦଳ ପୁଣି ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା ।
ଯୋହନଲିଖିତ ସୁସମାଚାର 18 : 4 (ORV)
ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ?
ଯୋହନଲିଖିତ ସୁସମାଚାର 18 : 5 (ORV)
ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା ।
ଯୋହନଲିଖିତ ସୁସମାଚାର 18 : 6 (ORV)
ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ ।
ଯୋହନଲିଖିତ ସୁସମାଚାର 18 : 7 (ORV)
ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ? ସେମାନେ କହିଲେ, ନାଜରିତୀୟ ଯୀଶୁକୁ ।
ଯୋହନଲିଖିତ ସୁସମାଚାର 18 : 8 (ORV)
ଯୀଶୁ ଉତ୍ତର ଦେଲେ, ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି । ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ ।
ଯୋହନଲିଖିତ ସୁସମାଚାର 18 : 9 (ORV)
ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ ।
ଯୋହନଲିଖିତ ସୁସମାଚାର 18 : 10 (ORV)
ଶିମୋନ ପିତରଙ୍କ ପାଖରେ ଖଣ୍ତା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍ଖ ।
ଯୋହନଲିଖିତ ସୁସମାଚାର 18 : 11 (ORV)
ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ତା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?
ଯୋହନଲିଖିତ ସୁସମାଚାର 18 : 12 (ORV)
ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ
ଯୋହନଲିଖିତ ସୁସମାଚାର 18 : 13 (ORV)
ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ଵଶୁର ଥିଲେ ।
ଯୋହନଲିଖିତ ସୁସମାଚାର 18 : 14 (ORV)
ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା ।
ଯୋହନଲିଖିତ ସୁସମାଚାର 18 : 15 (ORV)
ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ । ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;
ଯୋହନଲିଖିତ ସୁସମାଚାର 18 : 16 (ORV)
କିନ୍ତୁ ପିତର ବାହାରେ ଦ୍ଵାର ନିକଟରେ ଠିଆ ହୋଇ ରହିଲେ । ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ଵାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ ।
ଯୋହନଲିଖିତ ସୁସମାଚାର 18 : 17 (ORV)
ସେଥିରେ ସେହି ଦ୍ଵାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ ।
ଯୋହନଲିଖିତ ସୁସମାଚାର 18 : 18 (ORV)
ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ ।
ଯୋହନଲିଖିତ ସୁସମାଚାର 18 : 19 (ORV)
ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ଵନ୍ଧରେ ପଚାରିଲେ ।
ଯୋହନଲିଖିତ ସୁସମାଚାର 18 : 20 (ORV)
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ ।
ଯୋହନଲିଖିତ ସୁସମାଚାର 18 : 21 (ORV)
ମୋତେ କାହିଁକି ପଚାରୁ ଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି ।
ଯୋହନଲିଖିତ ସୁସମାଚାର 18 : 22 (ORV)
ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?
ଯୋହନଲିଖିତ ସୁସମାଚାର 18 : 23 (ORV)
ଯୀଶୁ ତାକୁ ଉତ୍ତର ଦେଲେ, ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ?
ଯୋହନଲିଖିତ ସୁସମାଚାର 18 : 24 (ORV)
ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ ।
ଯୋହନଲିଖିତ ସୁସମାଚାର 18 : 25 (ORV)
ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ । ସେଥିରେ ସେମାନେ ତାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ଵୀକାର କରି କହିଲେ, ମୁଁ ନୁହେଁ ।
ଯୋହନଲିଖିତ ସୁସମାଚାର 18 : 26 (ORV)
ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି?
ଯୋହନଲିଖିତ ସୁସମାଚାର 18 : 27 (ORV)
ସେଥିରେ ପିତର ପୁନର୍ବାର ଅସ୍ଵୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା ।
ଯୋହନଲିଖିତ ସୁସମାଚାର 18 : 28 (ORV)
ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି-ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ ।
ଯୋହନଲିଖିତ ସୁସମାଚାର 18 : 29 (ORV)
ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ?
ଯୋହନଲିଖିତ ସୁସମାଚାର 18 : 30 (ORV)
ସେମାନେ ତାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ ।
ଯୋହନଲିଖିତ ସୁସମାଚାର 18 : 31 (ORV)
ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର । ଯିହୁଦୀମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ତ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ ।
ଯୋହନଲିଖିତ ସୁସମାଚାର 18 : 32 (ORV)
ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ ।
ଯୋହନଲିଖିତ ସୁସମାଚାର 18 : 33 (ORV)
ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା?
ଯୋହନଲିଖିତ ସୁସମାଚାର 18 : 34 (ORV)
ଯୀଶୁଉତ୍ତର ଦେଲେ, ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ଵନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?
ଯୋହନଲିଖିତ ସୁସମାଚାର 18 : 35 (ORV)
ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ଵଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ?
ଯୋହନଲିଖିତ ସୁସମାଚାର 18 : 36 (ORV)
ଯୀଶୁ ଉତ୍ତର ଦେଲେ, ମୋହର ରାଜ୍ୟ ଏହି ଜଗତ ସମ୍ଵନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ଵନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍ସମ୍ଵନ୍ଧୀୟ ନୁହେଁ ।
ଯୋହନଲିଖିତ ସୁସମାଚାର 18 : 37 (ORV)
ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେକେହି ସତ୍ୟର। ସନ୍ତାନ, ସେ ମୋହର କଥା ଶୁଣେ ।
ଯୋହନଲିଖିତ ସୁସମାଚାର 18 : 38 (ORV)
ପୀଲାତ ତାହାଙ୍କୁ କହିଲେ, ସତ୍ୟ କଅଣ? ଏହା କହି ସେ ପୁଣି ଯିହୁଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ ।
ଯୋହନଲିଖିତ ସୁସମାଚାର 18 : 39 (ORV)
କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା?
ଯୋହନଲିଖିତ ସୁସମାଚାର 18 : 40 (ORV)
ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ । ଏହି ବାରବ୍ବା ଜଣେ ଡକାଇତ ଥିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40

BG:

Opacity:

Color:


Size:


Font: