ଯୋହନଲିଖିତ ସୁସମାଚାର 6 : 1 (ORV)
ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ସମୁଦ୍ରର ଆରପାରିକି ଗଲେ ।
ଯୋହନଲିଖିତ ସୁସମାଚାର 6 : 2 (ORV)
ଆଉ, ସେ ରୋଗୀମାନଙ୍କ ପ୍ରତି ଯେ ଯେ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍ଗମନ କରିବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 6 : 3 (ORV)
ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ ।
ଯୋହନଲିଖିତ ସୁସମାଚାର 6 : 4 (ORV)
ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା ।
ଯୋହନଲିଖିତ ସୁସମାଚାର 6 : 5 (ORV)
ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୋଟୀ କିଣିବା?
ଯୋହନଲିଖିତ ସୁସମାଚାର 6 : 6 (ORV)
କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କଅଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ ।
ଯୋହନଲିଖିତ ସୁସମାଚାର 6 : 7 (ORV)
ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଶହେ ଟଙ୍କାର ରୋଟୀ ଯଥେଷ୍ଟ ନୁହେଁ ।
ଯୋହନଲିଖିତ ସୁସମାଚାର 6 : 8 (ORV)
ଶିମୋନ ପିତରଙ୍କର ଭ୍ରାତା ଆନ୍ଦ୍ରୀୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,
ଯୋହନଲିଖିତ ସୁସମାଚାର 6 : 9 (ORV)
ତାହା ପାଖରେ ଯବର ପାଞ୍ଚୋଟି ରୋଟୀ ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?
ଯୋହନଲିଖିତ ସୁସମାଚାର 6 : 10 (ORV)
ଯୀଶୁ କହିଲେ, ଲୋକମାନଙ୍କୁ ବସାଅ । ସେ ସ୍ଥାନରେ ବହୁତ ଘାସ ଥିଲା । ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ ।
ଯୋହନଲିଖିତ ସୁସମାଚାର 6 : 11 (ORV)
ସେଥିରେ ଯୀଶୁ ସେହି ରୋଟୀ ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ ।
ଯୋହନଲିଖିତ ସୁସମାଚାର 6 : 12 (ORV)
ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ତଗୁଡ଼ିକ ଏକାଠି କର ।
ଯୋହନଲିଖିତ ସୁସମାଚାର 6 : 13 (ORV)
ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି ଲୋକମାନଙ୍କର ଖାଇବା ପରେ ଯବର ସେହି ପାଞ୍ଚ ରୋଟୀରୁ ଯେଉଁ ଭଙ୍ଗା ଖଣ୍ତଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକାଇ ପୂର୍ଣ୍ଣ କଲେ ।
ଯୋହନଲିଖିତ ସୁସମାଚାର 6 : 14 (ORV)
ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି ।
ଯୋହନଲିଖିତ ସୁସମାଚାର 6 : 15 (ORV)
ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ ।
ଯୋହନଲିଖିତ ସୁସମାଚାର 6 : 16 (ORV)
ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ ମାଥି. ୧୪:୨୩
ଯୋହନଲିଖିତ ସୁସମାଚାର 6 : 17 (ORV)
ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ । ଅନ୍ଧକାର ହୋଇଗଲା, ପୁଣି ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
ଯୋହନଲିଖିତ ସୁସମାଚାର 6 : 18 (ORV)
ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା ।
ଯୋହନଲିଖିତ ସୁସମାଚାର 6 : 19 (ORV)
ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ ।
ଯୋହନଲିଖିତ ସୁସମାଚାର 6 : 20 (ORV)
କିନ୍ତୁ ସେ ସେମାନଙ୍କୁ କହିଲେ, ଏ ତ ମୁଁ, ଭୟ କର ନାହିଁ ।
ଯୋହନଲିଖିତ ସୁସମାଚାର 6 : 21 (ORV)
ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍କ୍ଷଣାତ୍ ସେହି ସ୍ଥାନରେ ପହଞ୍ଚିଲା ।
ଯୋହନଲିଖିତ ସୁସମାଚାର 6 : 22 (ORV)
ସେ ସ୍ଥାନରେ ଗୋଟିଏ ନୌକା ଭିନ୍ନ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ ।
ଯୋହନଲିଖିତ ସୁସମାଚାର 6 : 23 (ORV)
ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୋଟୀ ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;
ଯୋହନଲିଖିତ ସୁସମାଚାର 6 : 24 (ORV)
ଅତଏବ, ଯୀଶୁ କିମ୍ଵା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହିସବୁ ନୌକାରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ ।
ଯୋହନଲିଖିତ ସୁସମାଚାର 6 : 25 (ORV)
ଆଉ, ସେମାନେ ସମୁଦ୍ର ସେପାରିରେ ତାହାଙ୍କ ଦେଖା ପାଇ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆପଣ କେତେବେଳେ ଏଠାକୁ ଆସିଲେ?
ଯୋହନଲିଖିତ ସୁସମାଚାର 6 : 26 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ଵେଷଣ କରୁଅଛ, ତାହା ନୁହେଁ, ମାତ୍ର ରୋଟୀ ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ଵେଷଣ କରୁଅଛ ।
ଯୋହନଲିଖିତ ସୁସମାଚାର 6 : 27 (ORV)
କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଞ୍ଚ ଯେଉଁ ଅନ; ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ଵର ମୁଦ୍ରାଙ୍କିତ କଲେପ ।
ଯୋହନଲିଖିତ ସୁସମାଚାର 6 : 28 (ORV)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ଵରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କଅଣ କରିବାକୁ ହେବ?
ଯୋହନଲିଖିତ ସୁସମାଚାର 6 : 29 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ଵାସ କରିବା ହିଁ ଈଶ୍ଵରଙ୍କ କାର୍ଯ୍ୟ ଅଟେ ।
ଯୋହନଲିଖିତ ସୁସମାଚାର 6 : 30 (ORV)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହା ହେଲେ ଆପଣ ଚିହ୍ନସ୍ଵରୂପ କଅଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ଵାସ କରି ପାରୁ?
ଯୋହନଲିଖିତ ସୁସମାଚାର 6 : 31 (ORV)
ଆପଣ କଅଣ ସାଧନ କରୁଅଛନ୍ତି? ଆମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରୁଥିଲେ, ଯେପରି ଲେଖା ଅଛି, ଭୋଜନ କରିବା ନିମନ୍ତେ ସେ ସେମାନଙ୍କୁ ସ୍ଵର୍ଗରୁ ଆହାର ଦେଲେ ।
ଯୋହନଲିଖିତ ସୁସମାଚାର 6 : 32 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ଵର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ଵର୍ଗରୁ ପ୍ରକୃତ ଆହାର ଦିଅନ୍ତି;
ଯୋହନଲିଖିତ ସୁସମାଚାର 6 : 33 (ORV)
କାରଣ ଯେଉଁ ଆହାର ସ୍ଵର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ଵରଦତ୍ତ ଆହାର ।
ଯୋହନଲିଖିତ ସୁସମାଚାର 6 : 34 (ORV)
ସେମାନେ ତାହାଙ୍କୁ କହିଲେ, ପ୍ରଭୋ, ସବୁବେଳେ ଆମ୍ଭମାନଙ୍କୁ ଏହି ଆହାର ଦିଅନ୍ତୁ ।
ଯୋହନଲିଖିତ ସୁସମାଚାର 6 : 35 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ଵାସ କରେ, ସେ କଦାପି ତୃଷିତ ହେବ ନାହିଁ ।
ଯୋହନଲିଖିତ ସୁସମାଚାର 6 : 36 (ORV)
କିନ୍ତୁ ତୁମ୍ଭେମାନେ ମୋତେ ଦେଖିଲେ ହେଁ ଯେ ବିଶ୍ଵାସ କରୁ ନାହଁ, ଏହା ମୁଁ ତୁମ୍ଭମାନଙ୍କୁ କହିଅଛି ।
ଯୋହନଲିଖିତ ସୁସମାଚାର 6 : 37 (ORV)
ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
ଯୋହନଲିଖିତ ସୁସମାଚାର 6 : 38 (ORV)
କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ଵର୍ଗରୁ ଅବତରଣ କରିଅଛି ।
ଯୋହନଲିଖିତ ସୁସମାଚାର 6 : 39 (ORV)
ଆଉ, ମୋହର ପ୍ରେରଣକର୍ତ୍ତା ଯେସମସ୍ତଙ୍କୁ ମୋତେ ଦାନ କରିଅଛନ୍ତି, ସେମାନଙ୍କ ମଧ୍ୟରୁ କାହାକୁ ହିଁ ଯେପରି ମୁଁ ନ ହରାଇ ବରଞ୍ଚ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି, ଏହା ତାହାଙ୍କର ଇଚ୍ଛା ।
ଯୋହନଲିଖିତ ସୁସମାଚାର 6 : 40 (ORV)
କାରଣ ଯେକେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ଵାସ କରେ, ସେ ଯେପରି ଅନ; ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି ।
ଯୋହନଲିଖିତ ସୁସମାଚାର 6 : 41 (ORV)
ମୁଁ ସ୍ଵର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ, ସେ ଏହା କହିବାରୁ ଯିହୁଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
ଯୋହନଲିଖିତ ସୁସମାଚାର 6 : 42 (ORV)
ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ବାପାମାଆକୁ ଜାଣୁ ନାହୁଁଣ? ତେବେ ମୁଁ ସ୍ଵର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି?
ଯୋହନଲିଖିତ ସୁସମାଚାର 6 : 43 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆପଣା ଆପଣା ମଧ୍ୟରେ ବଚସା କର ନାହିଁ ।
ଯୋହନଲିଖିତ ସୁସମାଚାର 6 : 44 (ORV)
ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।
ଯୋହନଲିଖିତ ସୁସମାଚାର 6 : 45 (ORV)
ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ଵରଙ୍କ କର୍ତ୍ତୃକ ଶିକ୍ଷାପ୍ରାପ୍ତ ହେବେ । ଯେକେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ ।
ଯୋହନଲିଖିତ ସୁସମାଚାର 6 : 46 (ORV)
କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ଵରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି ।
ଯୋହନଲିଖିତ ସୁସମାଚାର 6 : 47 (ORV)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି ।
ଯୋହନଲିଖିତ ସୁସମାଚାର 6 : 48 (ORV)
ମୁଁ ଜୀବନଦାୟକ ଆହାର ।
ଯୋହନଲିଖିତ ସୁସମାଚାର 6 : 49 (ORV)
ତୁମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ ।
ଯୋହନଲିଖିତ ସୁସମାଚାର 6 : 50 (ORV)
କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ଵର୍ଗରୁ ଅବତରଣ କରିବା ଆହାର ଏହି ଅଟେ ।
ଯୋହନଲିଖିତ ସୁସମାଚାର 6 : 51 (ORV)
ମୁଁ ସ୍ଵର୍ଗରୁ ଅବତୀର୍ଣ୍ଣ ସେହି ଜୀବନ୍ତ ଆହାର; କେହି ଯଦି ଏହି ଆହାର ଭୋଜନ କରେ, ସେ ଅନ; କାଳ ପର୍ଯ୍ୟନ୍ତ ଜୀବିତ ରହିବ; ହଁ, ମୁଁ ଯେଉଁ ଆହାର ଦେବି, ତାହା ମୋହର ମାଂସ, ମୁଁ ତାହା ଜଗତର ଜୀବନ ନିମନ୍ତେ ଦେବି ।
ଯୋହନଲିଖିତ ସୁସମାଚାର 6 : 52 (ORV)
ଏଥିରେ ଯିହୁଦୀମାନେ ପରସ୍ପର ବାଗ୍ଯୁଦ୍ଧ କରି କହିବାକୁ ଲାଗିଲେ, ଏ କିପରି ଆମ୍ଭମାନଙ୍କୁ ଆପଣା ମାଂସ ଖାଇବାକୁ ଦେଇ ପାରେ?
ଯୋହନଲିଖିତ ସୁସମାଚାର 6 : 53 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କ-ଠାରେ ଜୀବନ ନାହିଁ ।
ଯୋହନଲିଖିତ ସୁସମାଚାର 6 : 54 (ORV)
ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନ; ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।
ଯୋହନଲିଖିତ ସୁସମାଚାର 6 : 55 (ORV)
କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ ।
ଯୋହନଲିଖିତ ସୁସମାଚାର 6 : 56 (ORV)
ଯେ ମୋହର ମାଂସ ଭୋଜନ କରେ ଓ ମୋʼ ରକ୍ତ ପାନ କରେ, ସେ ମୋʼଠାରେ ରହେ ଓ ମୁଁ ତାହାଠାରେ ରହେ ।
ଯୋହନଲିଖିତ ସୁସମାଚାର 6 : 57 (ORV)
ଜୀବନ୍ତ ପିତା ଯେପରି ମୋତେ ପ୍ରେରଣ କଲେ ଓ ମୁଁ ପିତାଙ୍କ ହେତୁରୁ ଜୀବିତ ଥାଏ, ସେହିପରି ଯେ ମୋତେ ଭୋଜନ କରେ, ସେ ମଧ୍ୟ ମୋʼ ହେତୁ ଜୀବିତ ରହିବ ।
ଯୋହନଲିଖିତ ସୁସମାଚାର 6 : 58 (ORV)
ଯେଉଁ ଆହାର ସ୍ଵର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନ; କାଳ ପର୍ଯ୍ୟନ୍ତ ଜୀବିତ ରହିବ ।
ଯୋହନଲିଖିତ ସୁସମାଚାର 6 : 59 (ORV)
ସେ କଫର୍ନାହୂମର ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିବା ସମୟରେ ଏହିସମସ୍ତ କଥା କହିଲେ ।
ଯୋହନଲିଖିତ ସୁସମାଚାର 6 : 60 (ORV)
ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?
ଯୋହନଲିଖିତ ସୁସମାଚାର 6 : 61 (ORV)
କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?
ଯୋହନଲିଖିତ ସୁସମାଚାର 6 : 62 (ORV)
ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କଅଣ?
ଯୋହନଲିଖିତ ସୁସମାଚାର 6 : 63 (ORV)
ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ ।
ଯୋହନଲିଖିତ ସୁସମାଚାର 6 : 64 (ORV)
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ଵାସ କରୁ ନାହାନ୍ତି । କାରଣ କେଉଁମାନେ ବିଶ୍ଵାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ ।
ଯୋହନଲିଖିତ ସୁସମାଚାର 6 : 65 (ORV)
ଆଉ ସେ କହିଲେ, ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋʼ ନିକଟକୁ ଆସି ପାରେ ନାହିଁ ।
ଯୋହନଲିଖିତ ସୁସମାଚାର 6 : 66 (ORV)
ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ ।
ଯୋହନଲିଖିତ ସୁସମାଚାର 6 : 67 (ORV)
ସେଥିରେ ଯୀଶୁ ଦ୍ଵାଦଶଙ୍କୁ ପଚାରିଲେ, ତୁମ୍ଭେମାନେ ମଧ୍ୟ କଅଣ ଚାଲିଯିବାକୁ ଇଚ୍ଛା କରୁଅଛ?
ଯୋହନଲିଖିତ ସୁସମାଚାର 6 : 68 (ORV)
ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୋ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନ; ଜୀବନର ବାକ୍ୟ ଅଛି;
ଯୋହନଲିଖିତ ସୁସମାଚାର 6 : 69 (ORV)
ଆଉ, ଆପଣ ଯେ ଈଶ୍ଵରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ଵାସ କରିଅଛୁ ଓ ଜାଣିଅଛୁ ।
ଯୋହନଲିଖିତ ସୁସମାଚାର 6 : 70 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ କଅଣ ତୁମ୍ଭ ଦ୍ଵାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ ।
ଯୋହନଲିଖିତ ସୁସମାଚାର 6 : 71 (ORV)
ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ଵାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବାକୁ ଯାଉଥିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66 67 68 69 70 71

BG:

Opacity:

Color:


Size:


Font: