ଯୋହନଲିଖିତ ସୁସମାଚାର 7 : 1 (ORV)
ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୁଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ ।
ଯୋହନଲିଖିତ ସୁସମାଚାର 7 : 2 (ORV)
କିନ୍ତୁ ଯିହୁଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ,
ଯୋହନଲିଖିତ ସୁସମାଚାର 7 : 3 (ORV)
ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୁଦା ପ୍ରଦେଶକୁ ଯାଅ,
ଯୋହନଲିଖିତ ସୁସମାଚାର 7 : 4 (ORV)
କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ । ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର ।
ଯୋହନଲିଖିତ ସୁସମାଚାର 7 : 5 (ORV)
କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ଵାସ କରୁ ନ ଥିଲେ ।
ଯୋହନଲିଖିତ ସୁସମାଚାର 7 : 6 (ORV)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ ।
ଯୋହନଲିଖିତ ସୁସମାଚାର 7 : 7 (ORV)
ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି ।
ଯୋହନଲିଖିତ ସୁସମାଚାର 7 : 8 (ORV)
ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ ।
ଯୋହନଲିଖିତ ସୁସମାଚାର 7 : 9 (ORV)
ସେ ସେମାନଙ୍କୁ ଏହିସମସ୍ତ କଥା କହି ଗାଲିଲୀରେ ରହିଲେ ।
ଯୋହନଲିଖିତ ସୁସମାଚାର 7 : 10 (ORV)
କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକପ୍ରକାର ଗୋପନରେ ।
ଯୋହନଲିଖିତ ସୁସମାଚାର 7 : 11 (ORV)
ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ?
ଯୋହନଲିଖିତ ସୁସମାଚାର 7 : 12 (ORV)
ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି ।
ଯୋହନଲିଖିତ ସୁସମାଚାର 7 : 13 (ORV)
ତଥାପି ଯିହୁଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ ।
ଯୋହନଲିଖିତ ସୁସମାଚାର 7 : 14 (ORV)
କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 7 : 15 (ORV)
ଏଥିରେ ଯିହୁଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ତିତ ହେଲା?
ଯୋହନଲିଖିତ ସୁସମାଚାର 7 : 16 (ORV)
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର ।
ଯୋହନଲିଖିତ ସୁସମାଚାର 7 : 17 (ORV)
କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ଵରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ ।
ଯୋହନଲିଖିତ ସୁସମାଚାର 7 : 18 (ORV)
ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ଵେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ଵେଷଣ କରେ, ସେ ସତ୍, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ ।
ଯୋହନଲିଖିତ ସୁସମାଚାର 7 : 19 (ORV)
ମୋଶା କଅଣ ତୁମ୍ଭମାନଙ୍କୁ ବ୍ୟବସ୍ଥା ଦେଇ ନାହାନ୍ତି? ତଥାପି ତୁମ୍ଭମାନଙ୍କ ମଧ୍ୟରୁ କେହି ବ୍ୟବସ୍ଥା ପାଳନ କରୁ ନାହଁ । ତୁମ୍ଭେମାନେ କାହିଁକି ମୋତେ ବଧ କରିବାକୁ ଚେଷ୍ଟା କରୁଅଛ?
ଯୋହନଲିଖିତ ସୁସମାଚାର 7 : 20 (ORV)
ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି?
ଯୋହନଲିଖିତ ସୁସମାଚାର 7 : 21 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ ।
ଯୋହନଲିଖିତ ସୁସମାଚାର 7 : 22 (ORV)
ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାରରେ ମନୁଷ୍ୟର ସୁନ୍ନତ କରୁଅଛ ।
ଯୋହନଲିଖିତ ସୁସମାଚାର 7 : 23 (ORV)
ମୋଶାଙ୍କର ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋʼ ଉପରେ କ୍ରୋଧ କରୁଅଛ?
ଯୋହନଲିଖିତ ସୁସମାଚାର 7 : 24 (ORV)
ବାହ୍ୟ ବିଷୟ ଦେଖି ବିଚାର ନ କରି ନ୍ୟାୟବିଚାର କର ।
ଯୋହନଲିଖିତ ସୁସମାଚାର 7 : 25 (ORV)
ଏଥିରେ ଯିରୂଶାଲମନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କଅଣ ସେ ନୁହେଁ?
ଯୋହନଲିଖିତ ସୁସମାଚାର 7 : 26 (ORV)
ପୁଣି ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି । ଏ ଯେ ଖ୍ରୀଷ୍ଟ, ଏହା କଅଣ ନେତାମାନେ ସତେ ଜାଣି ସାରିଲେଣି?
ଯୋହନଲିଖିତ ସୁସମାଚାର 7 : 27 (ORV)
ଯାହାହେଉ, ଏହାର ଉତ୍ପତ୍ତି ଆମ୍ଭେମାନେ ଜାଣୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ ତାହାଙ୍କ ଉତ୍ପତ୍ତି କେହି ଜାଣିବ ନାହିଁ ।
ଯୋହନଲିଖିତ ସୁସମାଚାର 7 : 28 (ORV)
ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚ ସ୍ଵରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ୍, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ ।
ଯୋହନଲିଖିତ ସୁସମାଚାର 7 : 29 (ORV)
ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ ।
ଯୋହନଲିଖିତ ସୁସମାଚାର 7 : 30 (ORV)
ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।
ଯୋହନଲିଖିତ ସୁସମାଚାର 7 : 31 (ORV)
କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କ-ଠାରେ ବିଶ୍ଵାସ କରି କହିବାକୁ ଲାଗିଲେ, ଏ ଯେସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ?
ଯୋହନଲିଖିତ ସୁସମାଚାର 7 : 32 (ORV)
ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ ।
ଯୋହନଲିଖିତ ସୁସମାଚାର 7 : 33 (ORV)
ସେଥିରେ ଯୀଶୁ କହିଲେ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି ।
ଯୋହନଲିଖିତ ସୁସମାଚାର 7 : 34 (ORV)
ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ⇧ ⇧ ତୁମ୍ଭେମାନେ ସେଠାକୁ ଯାଇ ପାରିବ ନାହିଁ ।
ଯୋହନଲିଖିତ ସୁସମାଚାର 7 : 35 (ORV)
ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି?
ଯୋହନଲିଖିତ ସୁସମାଚାର 7 : 36 (ORV)
ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଯାଇ ପାରିବ ନାହିଁ, ସେ ଏହି ଯେଉଁ କଥା କହିଲେ, ସେ କଅଣ?
ଯୋହନଲିଖିତ ସୁସମାଚାର 7 : 37 (ORV)
ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ ।
ଯୋହନଲିଖିତ ସୁସମାଚାର 7 : 38 (ORV)
ଯେ ମୋʼଠାରେ ବିଶ୍ଵାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ” ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ ।
ଯୋହନଲିଖିତ ସୁସମାଚାର 7 : 39 (ORV)
ତାହାଙ୍କଠାରେ ବିଶ୍ଵାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ ।
ଯୋହନଲିଖିତ ସୁସମାଚାର 7 : 40 (ORV)
ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ ।
ଯୋହନଲିଖିତ ସୁସମାଚାର 7 : 41 (ORV)
ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ?
ଯୋହନଲିଖିତ ସୁସମାଚାର 7 : 42 (ORV)
ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?
ଯୋହନଲିଖିତ ସୁସମାଚାର 7 : 43 (ORV)
ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;
ଯୋହନଲିଖିତ ସୁସମାଚାର 7 : 44 (ORV)
ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ ।
ଯୋହନଲିଖିତ ସୁସମାଚାର 7 : 45 (ORV)
ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?
ଯୋହନଲିଖିତ ସୁସମାଚାର 7 : 46 (ORV)
ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।
ଯୋହନଲିଖିତ ସୁସମାଚାର 7 : 47 (ORV)
ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କଅଣ ଭ୍ରାନ୍ତ ହୋଇଅଛ?
ଯୋହନଲିଖିତ ସୁସମାଚାର 7 : 48 (ORV)
ନେତାମାନଙ୍କ ମଧ୍ୟରୁ କିମ୍ଵା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ଵାସ କରିଅଛନ୍ତି?
ଯୋହନଲିଖିତ ସୁସମାଚାର 7 : 49 (ORV)
କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ ।
ଯୋହନଲିଖିତ ସୁସମାଚାର 7 : 50 (ORV)
ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ,
ଯୋହନଲିଖିତ ସୁସମାଚାର 7 : 51 (ORV)
ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ବ୍ୟବସ୍ଥା କଅଣ ତାହାକୁ ଦୋଷୀ କରେ?
ଯୋହନଲିଖିତ ସୁସମାଚାର 7 : 52 (ORV)
ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ ।
ଯୋହନଲିଖିତ ସୁସମାଚାର 7 : 53 (ORV)
[ଆଉ ସେମାନେ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ଚାଲିଗଲେ,

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53

BG:

Opacity:

Color:


Size:


Font: