ଯୋହନଲିଖିତ ସୁସମାଚାର 8 : 1 (ORV)
କିନ୍ତୁ ଯୀଶୁ ଜୀତ ପର୍ବତକୁ ଗଲେ ।
ଯୋହନଲିଖିତ ସୁସମାଚାର 8 : 2 (ORV)
ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 8 : 3 (ORV)
ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,
ଯୋହନଲିଖିତ ସୁସମାଚାର 8 : 4 (ORV)
ହେ ଗୁରୁ, ଏହି ସ୍ତ୍ରୀଲୋକଟା ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି ।
ଯୋହନଲିଖିତ ସୁସମାଚାର 8 : 5 (ORV)
ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି?
ଯୋହନଲିଖିତ ସୁସମାଚାର 8 : 6 (ORV)
ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ । କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ଵାରା ଭୂମିରେ ଲେଖିବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 8 : 7 (ORV)
ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ ।
ଯୋହନଲିଖିତ ସୁସମାଚାର 8 : 8 (ORV)
ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 8 : 9 (ORV)
ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରି ଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ ।
ଯୋହନଲିଖିତ ସୁସମାଚାର 8 : 10 (ORV)
ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କଲେ ନାହିଁ?
ଯୋହନଲିଖିତ ସୁସମାଚାର 8 : 11 (ORV)
ସେ କହିଲା, କେହି ନାହିଁ, ପ୍ରଭୋ । ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ ।]
ଯୋହନଲିଖିତ ସୁସମାଚାର 8 : 12 (ORV)
ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବର ଜୀବନର ଜ୍ୟୋତିଃ ପାଇବ ।
ଯୋହନଲିଖିତ ସୁସମାଚାର 8 : 13 (ORV)
ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ ।
ଯୋହନଲିଖିତ ସୁସମାଚାର 8 : 14 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ଵା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ ।
ଯୋହନଲିଖିତ ସୁସମାଚାର 8 : 15 (ORV)
ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ ।
ଯୋହନଲିଖିତ ସୁସମାଚାର 8 : 16 (ORV)
କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି ।
ଯୋହନଲିଖିତ ସୁସମାଚାର 8 : 17 (ORV)
ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ବ୍ୟବସ୍ଥାରେ ମଧ୍ୟ ଲେଖା ଅଛି ।
ଯୋହନଲିଖିତ ସୁସମାଚାର 8 : 18 (ORV)
ମୁଁ ନିଜେ ନିଜର ସାକ୍ଷୀ, ପୁଣି ମୋହର ପ୍ରେରଣ-କର୍ତ୍ତା ପିତା ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ।
ଯୋହନଲିଖିତ ସୁସମାଚାର 8 : 19 (ORV)
ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ଵା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣନ୍ତ ।
ଯୋହନଲିଖିତ ସୁସମାଚାର 8 : 20 (ORV)
ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ତାର ନିକଟରେ ଏହିସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା, ।
ଯୋହନଲିଖିତ ସୁସମାଚାର 8 : 21 (ORV)
ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁଯ ।
ଯୋହନଲିଖିତ ସୁସମାଚାର 8 : 22 (ORV)
ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?
ଯୋହନଲିଖିତ ସୁସମାଚାର 8 : 23 (ORV)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ଵସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଏ ଜଗତରୁ ଉତ୍ପନ୍ନ ନୁହେଁ ।
ଯୋହନଲିଖିତ ସୁସମାଚାର 8 : 24 (ORV)
ତେଣୁ ତୁମ୍ଭେମାନେ ଯେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ଵାସ ନ କଲେ ଆପଣା ଆପଣା ପାପରେ ମରିବ ।
ଯୋହନଲିଖିତ ସୁସମାଚାର 8 : 25 (ORV)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କଅଣ?
ଯୋହନଲିଖିତ ସୁସମାଚାର 8 : 26 (ORV)
ତୁମ୍ଭମାନଙ୍କ ସମ୍ଵନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋର ଅନେକ ବିଷୟ ଅଛି; ଯାହାହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି ।
ଯୋହନଲିଖିତ ସୁସମାଚାର 8 : 27 (ORV)
ସେ ଯେ ପିତାଙ୍କ ସମ୍ଵନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ ।
ଯୋହନଲିଖିତ ସୁସମାଚାର 8 : 28 (ORV)
ଅତଏବ, ଯୀଶୁ କହିଲେ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଊର୍ଦ୍ଧ୍ଵକୁ ଉଠାଇଥିବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହିପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ ।
ଯୋହନଲିଖିତ ସୁସମାଚାର 8 : 29 (ORV)
ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ ପରିତ୍ୟାଗ କଲେ ନାହିଁ, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ ।
ଯୋହନଲିଖିତ ସୁସମାଚାର 8 : 30 (ORV)
ସେ ଏହିସମସ୍ତ କଥା କହନ୍ତେ, ଅନେକେ ତାହାଙ୍କ-ଠାରେ ବିଶ୍ଵାସ କଲେ ।
ଯୋହନଲିଖିତ ସୁସମାଚାର 8 : 31 (ORV)
ଅତଏବ, ଯୀଶୁ ତାହାଙ୍କୁ ବିଶ୍ଵାସ କରିଥିବା ଯିହୁଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
ଯୋହନଲିଖିତ ସୁସମାଚାର 8 : 32 (ORV)
ପୁଣି ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ ।
ଯୋହନଲିଖିତ ସୁସମାଚାର 8 : 33 (ORV)
ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ?
ଯୋହନଲିଖିତ ସୁସମାଚାର 8 : 34 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ପାପ କରେ, ସେ ପାପର ଦାସ ।
ଯୋହନଲିଖିତ ସୁସମାଚାର 8 : 35 (ORV)
ଦାସ ଚିରକାଳ ଗୃହରେ ରହେ ନାହିଁ, ପୁତ୍ର ଚିରକାଳ ରହେ ।
ଯୋହନଲିଖିତ ସୁସମାଚାର 8 : 36 (ORV)
ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ ।
ଯୋହନଲିଖିତ ସୁସମାଚାର 8 : 37 (ORV)
ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ ।
ଯୋହନଲିଖିତ ସୁସମାଚାର 8 : 38 (ORV)
ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହିସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହିସବୁ କର ।
ଯୋହନଲିଖିତ ସୁସମାଚାର 8 : 39 (ORV)
ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା । ଯୀଶୁ ସେମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;
ଯୋହନଲିଖିତ ସୁସମାଚାର 8 : 40 (ORV)
କିନ୍ତୁ ଯେ ଈଶ୍ଵରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ ।
ଯୋହନଲିଖିତ ସୁସମାଚାର 8 : 41 (ORV)
ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ଵର ।
ଯୋହନଲିଖିତ ସୁସମାଚାର 8 : 42 (ORV)
ଯୀଶୁ ସେମାନଙ୍କୁ କହିଲେ, ଈଶ୍ଵର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ଵରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ ।
ଯୋହନଲିଖିତ ସୁସମାଚାର 8 : 43 (ORV)
ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁଣ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ ।
ଯୋହନଲିଖିତ ସୁସମାଚାର 8 : 44 (ORV)
ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟା-ବାଦୀର ପିତା ।
ଯୋହନଲିଖିତ ସୁସମାଚାର 8 : 45 (ORV)
କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ଵାସ କରୁ ନାହଁ ।
ଯୋହନଲିଖିତ ସୁସମାଚାର 8 : 46 (ORV)
ମୋʼଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ଵାସ କରୁ ନାହଁ?
ଯୋହନଲିଖିତ ସୁସମାଚାର 8 : 47 (ORV)
ଯେ ଈଶ୍ଵରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ଵରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ଵରଙ୍କଠାରୁ ଉତ୍ପନ୍ନ ନୁହଁ ।
ଯୋହନଲିଖିତ ସୁସମାଚାର 8 : 48 (ORV)
ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କଅଣ ଆମ୍ଭେମାନେ ଠିକ୍ କହୁ ନାହୁଁ?
ଯୋହନଲିଖିତ ସୁସମାଚାର 8 : 49 (ORV)
ଯୀଶୁ ଉତ୍ତର ଦେଲେ, ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ ।
ଯୋହନଲିଖିତ ସୁସମାଚାର 8 : 50 (ORV)
କିନ୍ତୁ ମୁଁ ନିଜର ଗୌରବ ଅନ୍ଵେଷଣ କରେ ନାହିଁ; ଯେ ଅନ୍ଵେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି ।
ଯୋହନଲିଖିତ ସୁସମାଚାର 8 : 51 (ORV)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି କେବେ ହେଁ ମୃତ୍ୟୁ ଦର୍ଶନ କରିବ ନାହିଁ ।
ଯୋହନଲିଖିତ ସୁସମାଚାର 8 : 52 (ORV)
ଯିହୁଦୀମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି କେବେ ହେଁ ମୃତ୍ୟୁର ଆସ୍ଵାଦ ପାଇବ ନାହିଁ ।
ଯୋହନଲିଖିତ ସୁସମାଚାର 8 : 53 (ORV)
ତୁ କଅଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ?
ଯୋହନଲିଖିତ ସୁସମାଚାର 8 : 54 (ORV)
ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ଵର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;
ଯୋହନଲିଖିତ ସୁସମାଚାର 8 : 55 (ORV)
ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ । ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ ।
ଯୋହନଲିଖିତ ସୁସମାଚାର 8 : 56 (ORV)
ତୁମ୍ଭମାନଙ୍କର ପିତା ଅବ୍ରହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ ।
ଯୋହନଲିଖିତ ସୁସମାଚାର 8 : 57 (ORV)
ସେଥିରେ ଯିହୁଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କଅଣ ଅବ୍ରହାମଙ୍କୁ ଦେଖିଅଛ?
ଯୋହନଲିଖିତ ସୁସମାଚାର 8 : 58 (ORV)
ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି ।
ଯୋହନଲିଖିତ ସୁସମାଚାର 8 : 59 (ORV)
ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59

BG:

Opacity:

Color:


Size:


Font: