ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 1 (ORV)
ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ଵାସ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 2 (ORV)
କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ଵାସ କଲେ ନାହିଁ, ସେମାନେ ବିଜାତିମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 3 (ORV)
ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ, ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 4 (ORV)
କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ, ଆଉ ଦଳେ ପ୍ରେରିତ-ମାନଙ୍କ ପକ୍ଷରେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 5 (ORV)
ଯେତେବେଳେ ବିଜାତି ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 6 (ORV)
ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର, ପୁଣି ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 7 (ORV)
ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 8 (ORV)
ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାʼର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 9 (ORV)
ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାʼର ବିଶ୍ଵାସ ଥିବାର ଦେଖି ଉଚ୍ଚସ୍ଵରରେ କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 10 (ORV)
ତୁମ୍ଭର ପାଦରେ ଭାର ଦେଇ ସିଧା ଠିଆ ହୁଅ । ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 11 (ORV)
ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ଵରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 12 (ORV)
ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 13 (ORV)
ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ଵାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 14 (ORV)
କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ଵରରେ କହିବାକୁ ଲାଗିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 15 (ORV)
ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ଵରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ତଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 16 (ORV)
ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ି ଦେଇଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 17 (ORV)
ତଥାପି ସେ ଆପଣାକୁ ସାକ୍ଷ୍ୟବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁଗୁଡ଼ିକ ଦେଇ ଭକ୍ଷ୍ୟ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 18 (ORV)
ଏହିସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 19 (ORV)
କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହଙ୍କୁ ପ୍ରବର୍ତ୍ତାଇଲେ, ପୁଣି ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 20 (ORV)
ମାତ୍ର ଶିଷ୍ୟମାନେ ତାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ନଗର ମଧ୍ୟରେ ପ୍ରବେଶ କଲେ । ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 21 (ORV)
ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 22 (ORV)
ପୁଣି, ସେସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ଵାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଳେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 23 (ORV)
ଆଉ, ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ତଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ଵାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 24 (ORV)
ପରେ ସେମାନେ ପିସିଦିଆ ମଧ୍ୟ ଦେଇ ପଂଫୂଲିଆକୁ ଆସିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 25 (ORV)
ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 26 (ORV)
ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ଵରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେସ୍ଥାନରୁ ବାହାରିଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 27 (ORV)
ସେମାନେ ପହଞ୍ଚି ମଣ୍ତଳୀକି ଏକତ୍ର କଲେ; ପୁଣି ଈଶ୍ଵର ସେମାନଙ୍କ ସାଙ୍ଗରେ ଥାଇ ଯେସମସ୍ତ କାର୍ଯ୍ୟ କରିଥିଲେ ଓ ବିଜାତିମାନଙ୍କ ପ୍ରତି ବିଶ୍ଵାସର ଦ୍ଵାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 28 (ORV)
ଆଉ, ସେମାନେ ଶିଷ୍ୟମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: