ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 1 (ORV)
ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 2 (ORV)
ସେଥିରେ ଆସିଆ ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ, ମାକିଦନିଆର ଆରିସ୍ତାର୍ଖ ନାମକ ଜଣେ ଥେସଲନୀକୀୟ ଲୋକ ଆମ୍ଭମାନଙ୍କ ସାଙ୍ଗରେ ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 3 (ORV)
ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ନିକଟକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 4 (ORV)
ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ କୁପ୍ରର ଉହାଡ଼େ ଉହାଡ଼େ ଯାତ୍ରା କରି
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 5 (ORV)
କିଲିକିଆ ଓ ପଂଫୂଲିଆ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୂକିଆର ମୁରାକୁ ଆସିଲୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 6 (ORV)
ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍ଜାଣ୍ତ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 7 (ORV)
ପରେ ଅନେକ ଦିନ ପର୍ଯ୍ୟନ୍ତ ଧୀରେ ଧୀରେ ଯାଇ କଷ୍ଟରେ କ୍ନିଦର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବା ପାଇଁ ଛାଡ଼ି ନ ଦେବାରୁ ସାଲ୍ମୋନୀର ସମ୍ମୁଖ ଦେଇ କ୍ରୀତୀର ଉହାଡ଼େ ଉହାଡ଼େ ଯାତ୍ରା କଲୁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 8 (ORV)
ପୁଣି କଷ୍ଟରେ କୂଳେ କୂଳେ ଯାଇ ‘ସୁନ୍ଦର ବନ୍ଦରʼ ନାମକ ଗୋଟିଏ ସ୍ଥାନକୁ ଆସିଲୁ; ଲାସାୟା ସେଥିର ନିକଟବର୍ତ୍ତୀ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 9 (ORV)
ଏହିପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି ଜଳଯାତ୍ରା ବର୍ତ୍ତମାନ ସଙ୍କଟଜନକ ହୋଇପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ଗତ ହୋଇଥିଲା । ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 10 (ORV)
ମହାଶୟମାନେ, ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 11 (ORV)
କିନ୍ତୁ ଶତସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 12 (ORV)
ଆଉ, ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନୀକ୍ସ୍ରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନୀକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣପୂର୍ବ ଅଭିମୁଖୀ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 13 (ORV)
ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ଆପଣା ଆପଣାର ସଂକଳ୍ପ ସଫଳ ହେଲା ବୋଲି ମନେ କରି ଲଙ୍ଗର ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 14 (ORV)
କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ଵିଲୋ ବୋଲି କହନ୍ତି, ସେହି ପ୍ରଚଣ୍ତ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 15 (ORV)
ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖୀନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 16 (ORV)
ପୁଣି, କ୍ଳାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ଵୀପର ଉହାଡ଼ରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ତିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 17 (ORV)
ଆଉ ସେମାନେ ତାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 18 (ORV)
ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 19 (ORV)
ପୁଣି ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 20 (ORV)
ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 21 (ORV)
ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 22 (ORV)
ଯାହାହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 23 (ORV)
ଯେଣୁ ମୁଁ ଯେଉଁ ଈଶ୍ଵରଙ୍କର ଲୋକ, ପୁଣି ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋʼ ପାଖରେ ଠିଆ ହୋଇ କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 24 (ORV)
ପାଉଲ, ଭୟ କର ନାହିଁ; କାଇସରଙ୍କ ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀସମସ୍ତଙ୍କୁ ଈଶ୍ଵର ତୁମ୍ଭକୁ ଦାନ କରିଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 25 (ORV)
ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ଵରଙ୍କଠାରେ ମୋହର ବିଶ୍ଵାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 26 (ORV)
କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ଵୀପରେ ଯାଇ ପଡ଼ିବାକୁ ହେବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 27 (ORV)
ଏହିରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ର ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 28 (ORV)
ଏଣୁ ସେମାନେ ମାପ କରି କୋଡ଼ିଏ ବେଁ ପାଣି ପାଇଲେ, ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ପନ୍ଦର ବେଁ ପାଣି ପାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 29 (ORV)
କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୂଇଁରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ପଛ ଭାଗରୁ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 30 (ORV)
ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ତିକ ସମୁଦ୍ରକୁ ଓହ୍ଲାଇଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 31 (ORV)
ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 32 (ORV)
ସେଥିରେ ସୈନ୍ୟମାନେ ନୌକାର ଦୌଡ଼ିସବୁ କାଟିଦେଇ ତାକୁ ଜଳରେ ପକାଇଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 33 (ORV)
ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 34 (ORV)
ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଆପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 35 (ORV)
ସେ ଏହିସବୁ କଥା କହି ରୋଟୀ ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ଵରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 36 (ORV)
ସେଥିରେ ସେମାନେ ସମସ୍ତେ ସାହସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 37 (ORV)
ଆମ୍ଭେମାନେ ଜାହାଜରେ ସର୍ବସୁଦ୍ଧା ଦୁଇଶହ ଛଅସ୍ତରି ଜଣ ପ୍ରାଣୀ ଥିଲୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 38 (ORV)
ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 39 (ORV)
ଦିନ ହୁଅନ୍ତେ, ସେସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 40 (ORV)
ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ିଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦୌଡ଼ିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 41 (ORV)
କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ ଲାଗିଗଲା; ତାʼର ସମ୍ମୁଖ ଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ତତାରେ ଭାଙ୍ଗିଯିବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 42 (ORV)
ସେତେବେଳେ କାଳେ ବନ୍ଦୀମାନଙ୍କ ମଧ୍ୟରୁ କେହି ପହଁରି ପଳାଇଯାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 43 (ORV)
କିନ୍ତୁ ଶତସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଂକଳ୍ପରୁ ସେମାନଙ୍କୁ କ୍ଷା; କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମରେ ସ୍ଥଳକୁ ଯାଉନ୍ତୁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 27 : 44 (ORV)
ପୁଣି ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗାଖଣ୍ତ ଧରି ଯାଉନ୍ତୁ । ଏହିପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ ।
❮
❯