ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 1 (ORV)
ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ପରିଚର୍ଯ୍ୟାରେ ସେମାନଙ୍କର ବିଧବାମାନଙ୍କୁ ଉପେକ୍ଷା କରାଯାଉଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 2 (ORV)
ସେଥିରେ ଦ୍ଵାଦଶ, ଶିଷ୍ୟସମୂହକୁ ନିକଟକୁ ଡାକି କହିଲେ, ଈଶ୍ଵରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 3 (ORV)
ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ, ଏପରି ସୁଖ୍ୟାତିସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣ-ମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 4 (ORV)
କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପରିଚର୍ଯ୍ୟାରେ ଏକାଗ୍ରଭାବେ ଲାଗିରହିବା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 5 (ORV)
ଏହି କଥା ସମସ୍ତ ସମ୍ପ୍ରଦାୟର ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ଵାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ଵୀ ନୀକଲାୟଙ୍କୁ ମନୋନୀତ କରି,
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 6 (ORV)
ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହସ୍ତାର୍ପଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 7 (ORV)
ଏଥିଉତ୍ତାରେ ଈଶ୍ଵରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ଵାସମାର୍ଗ ଅବଲମ୍ଵନ କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 8 (ORV)
ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 9 (ORV)
କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକ୍ଜାଣ୍ତ୍ରୀୟ-ମାନଙ୍କ ନାମରେ ଖ୍ୟାତ ସମାଜଗୃହର କେତେକ ଜଣ, ପୁଣି କିଲିକିଆ ଓ ଆସିଆ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 10 (ORV)
ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 11 (ORV)
ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ଵରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 12 (ORV)
ଆଉ, ସେମାନେ ଲୋକସାଧାରଣଙ୍କୁ, ପୁଣି ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 13 (ORV)
ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ବ୍ୟବସ୍ଥା ବିରୁଦ୍ଧରେ କଥା କହିବାରୁ କ୍ଷା; ହେଉ ନାହିଁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 14 (ORV)
କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ଵଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6 : 15 (ORV)
ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ ।

1 2 3 4 5 6 7 8 9 10 11 12 13 14 15

BG:

Opacity:

Color:


Size:


Font: