ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 1 (ORV)
ସେଥିରେ ମହାଯାଜକ ପଚାରିଲେ, ଏହିସମସ୍ତ କଥା କି ସତ୍ୟ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 2 (ORV)
ସେ କହିଲେ, ହେ ଭ୍ରାତୃ ଓ ପିତୃଗଣ, ଶ୍ରବଣ କରନ୍ତୁ । ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆରେ ଥିଲେ, ସେତେବେଳେ ଗୌରବମୟ ଈଶ୍ଵର ତାଙ୍କୁ ଦର୍ଶନ ଦେଇ କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 3 (ORV)
ତୁମ୍ଭେ ସ୍ଵଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରିଆସ, ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 4 (ORV)
ସେଥିରେ କଲ୍ଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି ତାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ, ସେଠାରୁ ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ଵର ତାଙ୍କୁ ଘେନିଆସିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 5 (ORV)
ଆଉ, ସେ ତାଙ୍କୁ ସେଥିରେ କୌଣସି ଅଧିକାର ଦେଲେ ନାହିଁ, ନା, ଏକ ପାଦ ପରିମିତ ଭୂମି ହିଁ ଦେଲେ ନାହିଁ, ପୁଣି ସେତେବେଳେ ତାଙ୍କର ସନ୍ତାନ ନ ଥିଲେ ସୁଦ୍ଧା ସେ ତାଙ୍କୁ ଓ ତାଙ୍କ ଭବିଷ୍ୟଦ୍ ବଂଶଧରକୁ ତାହା ଅଧିକାର କରିବା ନିମନ୍ତେ ଦେବେ ବୋଲି ପ୍ରତିଜ୍ଞା କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 6 (ORV)
ଈଶ୍ଵର ଏହିପରି କହିଲେ, ତାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେସ୍ଥାନର ଲୋକେ ସେମାନଙ୍କୁ ଚାରିଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ଵରେ ରଖି ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 7 (ORV)
ପୁଣି, ଈଶ୍ଵର କହିଲେ, ସେମାନେ ଯେଉଁ ଜାତିର ଦାସ ହେବେ, ଆମ୍ଭେ ତାʼର ବିଚାର କରିବା; ତତ୍ପରେ ସେମାନେ ବାହାରିଆସି ଏହି ସ୍ଥାନରେ ଆମ୍ଭର ଉପାସନା କରିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 8 (ORV)
ଆଉ, ସେ ତାଙ୍କୁ ସୁନ୍ନତବିଧି ପ୍ରଦାନ କଲେ, ପୁଣି ତଦନୁସାରେ ଅବ୍ରହାମ ଯିସ୍ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାଙ୍କୁ ସୁନ୍ନତ କଲେ; ଯିସ୍ହାକ ଯାକୁବଙ୍କୁ, ପୁଣି ଯାକୁବ ଦ୍ଵାଦଶ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 9 (ORV)
ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ଵର ତାଙ୍କ ସହିତ ଥିଲେ⇧,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 10 (ORV)
ପୁଣି, ତାଙ୍କ ସମସ୍ତ କ୍ଳେଶରୁ ତାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାଙ୍କୁ ଅନୁଗ୍ରହ ଓ ଜ୍ଞାନ ପ୍ରଦାନ କଲେ; ସେଥିରେ ଫାରୋ ତାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ଵରୂପେ ନିଯୁକ୍ତ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 11 (ORV)
ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି ମହାକ୍ଳେଶ ଘଟିଲା, ଆଉ ଆମ୍ଭମାନଙ୍କ ପିତୃପୁରୁଷ-ମାନେ ଭକ୍ଷ୍ୟ ପାଇ ପାରିଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 12 (ORV)
କିନ୍ତୁ ମିସରରେ ଶସ୍ୟ ଅଛି ବୋଲି ଶୁଣି, ଯାକୁବ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ପ୍ରଥମରେ ପ୍ରେରଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 13 (ORV)
ପୁଣି, ଦ୍ଵିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 14 (ORV)
ତତ୍ପରେ ଯୋଷେଫ ଆପଣା ପିତା ଯାକୁବ ଓ ପଞ୍ଚସ୍ତରି ଜଣ ଜ୍ଞାତିକୁଟୁମ୍ଵ ସମସ୍ତଙ୍କୁ ଡକାଇ ପଠାଇଲେ । ସେଥିରେ ଯାକୁବ ମିସରକୁ ଗଲେ।;
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 15 (ORV)
ପୁଣି, ସେ ନିଜେ ଓ ଆମ୍ଭମାନଙ୍କର ପିତୃପୁରୁଷ-ମାନେ ପ୍ରାଣତ୍ୟାଗ କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 16 (ORV)
ଆଉ, ସେମାନେ ଶିଖିମକୁ ନିଆଯାଇ, ଅବ୍ରହାମ ସେଠାର ହମୋର ସନ୍ତାନମାନଙ୍କଠାରୁ ଯେଉଁ ସମାଧି ରୌପ୍ୟ ମୂଲ୍ୟ ଦେଇ କ୍ରୟ କରିଥିଲେ, ସେଥିରେ ସମାଧିସ୍ଥ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 17 (ORV)
କିନ୍ତୁ ଈଶ୍ଵର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 18 (ORV)
ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 19 (ORV)
ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥିନିମନ୍ତେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 20 (ORV)
ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଦିବ୍ୟ ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 21 (ORV)
ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାଙ୍କୁ ଉଠାଇନେଇ ଆପଣା ପୁତ୍ର ରୂପେ ପ୍ରତିପାଳନ କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 22 (ORV)
ଆଉ, ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 23 (ORV)
ତାଙ୍କ ଚାଳିଶ ବର୍ଷ ପୂର୍ଣ୍ଣ ହେଉଥିବା ସମୟରେ ଆପଣା ଭାଇମାନଙ୍କୁ, ଅର୍ଥାତ୍, ଇସ୍ରାଏଲ ସନ୍ତାନମାନଙ୍କୁ ସଂଖୋଳିବା ନିମନ୍ତେ ତାଙ୍କ ଇଚ୍ଛା ଜାତ ହେଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 24 (ORV)
ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି, ସେ ତାʼର ସପକ୍ଷ ହେଲେ ଓ ସେହି ମିସରୀୟ ଲୋକକୁ ବଧ କରି ଉପଦ୍ରବ ପାଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 25 (ORV)
ତାଙ୍କ ହସ୍ତ ଦ୍ଵାରା ଈଶ୍ଵର ଯେ ତାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି, ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 26 (ORV)
ପରିଦିନ ସେମାନେ ମରାମରି ହେଉଥିବା ସମୟରେ ସେ ଦେଖା ଦେଇ ସେମାନଙ୍କୁ ମିଳନ କରିବା ଉଦ୍ଦେଶ୍ୟରେ କହିଲେ, ଆହେ, ତୁମ୍ଭେମାନେ ପରସ୍ପର ଭାଇ, କାହିଁକି ଏକଆରେକ ପ୍ରତି ଅନ୍ୟାୟ କରୁଅଛ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 27 (ORV)
କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକ ସ୍ଵରୂପେ ନିଯୁକ୍ତ କଲା?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 28 (ORV)
କାଲି ଯେପରି ସେହି ମିସରୀୟକୁ ବଧ କରିଥିଲ, ସେପରି କି ମୋତେ ବଧ କରିବାକୁ ଇଚ୍ଛା କରୁଅଛ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 29 (ORV)
ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାଙ୍କର ଦୁଇ ପୁତ୍ର ଜନ୍ମ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 30 (ORV)
ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ, ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାଙ୍କୁ ଦର୍ଶନ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 31 (ORV)
ମୋଶା ସେହି ଦୃଶ୍ୟ ଦେଖି ଚମତ୍କୃତ ହେଲେ, ପୁଣି ଭଲ ରୂପେ ଦେଖିବା ନିମନ୍ତେ ନିକଟକୁ ଯାଉଥିବା ସମୟରେ ପ୍ରଭୁଙ୍କର ଏହି ବାଣୀ ହେଲା,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 32 (ORV)
ଆମ୍ଭେ ତୁମ୍ଭ ପିତୃପୁରୁଷମାନଙ୍କ ଈଶ୍ଵର, ଅବ୍ରହାମ, ଯିସ୍ହାକ ଓ ଯାକୁବର ଈଶ୍ଵର । ସେଥିରେ ମୋଶା କମ୍ପି ଉଠି ଭଲ ରୂପେ ଦେଖିବାକୁ ସାହସ କଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 33 (ORV)
ତତ୍ପରେ ପ୍ରଭୁ ତାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିଦିଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 34 (ORV)
ମିସରରେ ଆମ୍ଭର ଯେଉଁ ଲୋକମାନେ ଅଛନ୍ତି, ଆମ୍ଭେ ସେମାନଙ୍କର କ୍ଳେଶ ନିଶ୍ଚୟ ଦେଖିଅଛୁ ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଅଛୁ, ପୁଣି ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଅବତରଣ କରିଅଛୁ; ଆଉ ଏବେ ଆସ, ଆମ୍ଭେ ତୁମ୍ଭକୁ ମିସରକୁ ପ୍ରେରଣ କରିବା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 35 (ORV)
କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ଵରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାଙ୍କୁ ଈଶ୍ଵର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 36 (ORV)
ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 37 (ORV)
ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ଵର ତୁମ୍ଭମାନଙ୍କର ଭ୍ରାତୃଗଣଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କି ଉତ୍ପନ୍ନ କରିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 38 (ORV)
ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ତଳୀ ମଧ୍ୟରେ ଥାଇ ସୀନୟ ପର୍ବତରେ ତାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 39 (ORV)
ଆମ୍ଭମାନଙ୍କର ପିତୃପୁରୁଷମାନେ ତାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାଙ୍କୁ ଅଗ୍ରାହ୍ୟ କଲେ, ପୁଣି ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 40 (ORV)
ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 41 (ORV)
ଆଉ, ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 42 (ORV)
କିନ୍ତୁ ଈଶ୍ଵର ବିମୁଖ ହୋଇ ସେମାନଙ୍କୁ ଆକାଶ-ବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖା ଅଛି, ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ, ତୁମ୍ଭେମାନେ କʼଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 43 (ORV)
ବରଂ ତୁମ୍ଭେମାନେ ପୂଜା କରିବା ନିମନ୍ତେ ଯେଉଁ ମୂର୍ତ୍ତିଗୁଡ଼ାକ ଗଢ଼ିଥିଲ, ସେହି ମୋଲଖର ତମ୍ଵୁ ଓ ରମ୍ପା ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ । ଏଣୁ ଆମ୍ଭେ ତୁମ୍ଭମାନଙ୍କୁ ବାବିଲର ଆର ପାଖକୁ ନିର୍ବାସିତ କରିବା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 44 (ORV)
ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟତମ୍ଵୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶାନୁଯାୟୀ ଆମ୍ଭମାନଙ୍କ ପିତୃପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟତମ୍ଵୁ ପାଇଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 45 (ORV)
ଆଉ, ଆମ୍ଭମାନଙ୍କ ପିତୃପୁରୁଷମାନେ ତାହା ପ୍ରାପ୍ତ ହୋଇ, ଈଶ୍ଵର ସେମାନଙ୍କ ସମ୍ମୁଖରୁ ଯେଉଁ ଜାତିମାନଙ୍କୁ ବାହାର କରିଦେଲେ, ସେହି ଜାତିମାନଙ୍କ ଅଧିକାରରେ ସେମାନେ ଯିହୋଶୂୟଙ୍କ ନେତୃତ୍ଵରେ ପ୍ରବେଶ କରି ତାହା ଦାଉଦଙ୍କ ସମୟ ପର୍ଯ୍ୟନ୍ତ ରଖିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 46 (ORV)
ଦାଉଦ ଈଶ୍ଵରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ଵରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 47 (ORV)
କିନ୍ତୁ ଶଲୋମନ ତାହାଙ୍କ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 48 (ORV)
ତଥାପି ଯେ ପରାତ୍ପର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 49 (ORV)
ସ୍ଵର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ? କିମ୍ଵା ଆମ୍ଭର ବିଶ୍ରାମସ୍ଥାନ କାହିଁ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 50 (ORV)
ଆମ୍ଭର ହସ୍ତ କଅଣ ଏହିସମସ୍ତ ବିଷୟ ସୃଷ୍ଟି କରି ନାହିଁ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 51 (ORV)
ହେ ଶକ୍ତଗ୍ରୀବ, ପୁଣି ଅସୁନ୍ନତି ହୃଦୟ ଓ କର୍ଣ୍ଣବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷ-ମାନେ ଯେପରି, ଆପଣମାନେ ମଧ୍ୟ ସେହିପରି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 52 (ORV)
ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣ-ମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 53 (ORV)
ଆପଣମାନେ ଦୂତମାନଙ୍କ ଦ୍ଵାରା ଆଦିଷ୍ଟ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 54 (ORV)
ଏହିସମସ୍ତ କଥା ଶୁଣି ସେମାନେ ମର୍ମାହତ ହେଲେ, ପୁଣି ତାଙ୍କ ପ୍ରତି ଦା; କଡ଼ମଡ଼ କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 55 (ORV)
କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ଵର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ଵରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବା ଦେଖି କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 56 (ORV)
ଦେଖନ୍ତୁ, ମୁଁ ସ୍ଵର୍ଗକୁ ଉନ୍ମୁକ୍ତ ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବା ଦେଖୁଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 57 (ORV)
କିନ୍ତୁ ସେମାନେ ଉଚ୍ଚସ୍ଵରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ, ଆଉ ଏକଯୋଗରେ ତାଙ୍କ ଉପରେ ମାଡ଼ିପଡ଼ିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 58 (ORV)
ପୁଣି, ସେମାନେ ତାଙ୍କୁ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 59 (ORV)
ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋର ଆତ୍ମା ଗ୍ରହଣ କର ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 60 (ORV)
ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ । ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ ।
❮
❯