ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 1 (ORV)
ଶାଉଲ ତାଙ୍କ ପ୍ରାଣନାଶରେ ସମ୍ମତଥିଲେ । ସେହିଦିନ ଯିରୂଶାଲମରେ ଥିବା ମଣ୍ତଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟ ସମସ୍ତେ ଯିହୁଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 2 (ORV)
ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାଙ୍କ ନିମନ୍ତେ ବହୁତ ବିଳାପ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 3 (ORV)
କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକ-ମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ତଳୀକୁ ଉଚ୍ଛିନ୍ନ କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 4 (ORV)
ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 5 (ORV)
ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 6 (ORV)
ଆଉ, ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ତାଙ୍କ କୃତ ଆଶ୍ଚର୍ଯ୍ୟକର୍ମସବୁ ଦେଖି ଏକଚିତ୍ତରେ ତାଙ୍କ କଥାରେ ମନୋଯୋଗ କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 7 (ORV)
କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚ ସ୍ଵରରେ ଚିତ୍କାର କରି ବାହାରି ଆସିବାକୁ ଲାଗିଲେ, ପୁଣି ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 8 (ORV)
ସେଥିରେ ସେହି ନଗରରେ ମହା ଆନନ୍ଦ ହେଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 9 (ORV)
କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତିକି ଆଚମ୍ଵିତ କରୁଥିଲା;
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 10 (ORV)
ଈଶ୍ଵରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାକୁ ମାନ୍ୟ କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 11 (ORV)
ସେମାନେ ତାହାଙ୍କୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ଵାରା ସେମାନଙ୍କୁ ଆଚମ୍ଵିତ କରିଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 12 (ORV)
କିନ୍ତୁ ଫିଲିପ୍ପ ଈଶ୍ଵରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାଙ୍କ କଥାରେ ବିଶ୍ଵାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 13 (ORV)
ଆଉ, ଶିମୋନ ନିଜେ ମଧ୍ୟ ବିଶ୍ଵାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଙ୍ଗେ ସାଙ୍ଗେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଶକ୍ତିର କର୍ମ ଦେଖି ଆଚମ୍ଵିତ ହେବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 14 (ORV)
ଶମିରୋଣର ଲୋକମାନେ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 15 (ORV)
ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 16 (ORV)
କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଅବତୀର୍ଣ୍ଣ ହୋଇ ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 17 (ORV)
ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 18 (ORV)
ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ଵାରା ଆତ୍ମା ଦତ୍ତ ହେଉଅଛନ୍ତି, ଏହା ଦେଖି ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 19 (ORV)
ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 20 (ORV)
କିନ୍ତୁ ପିତର ତାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ଵାରା ଈଶ୍ଵରଙ୍କ ଦାନ କିଣିବାକୁ ଭାବିଲ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 21 (ORV)
ଏ ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ଵରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 22 (ORV)
ଅତଏବ, ତୁମ୍ଭର ଏହି ଦୁଷ୍ଟପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 23 (ORV)
କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 24 (ORV)
ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋʼ ପ୍ରତି ନ ବର୍ତ୍ତେ, ଏଥିପାଇଁ ଆପଣମାନେ ମୋʼ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 25 (ORV)
ଏହିପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 26 (ORV)
ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 27 (ORV)
ସେଥିରେ ସେ ଉଠି ଗମନ କଲେ । ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ତାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର।। ନପୁଂସକ, ଯେ ତାଙ୍କ ସମସ୍ତ ଧନଭଣ୍ତାରର ବେବର୍ତ୍ତା ଥିଲେ, ସେ ପୂଜା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 28 (ORV)
ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 29 (ORV)
ସେତେବେଳେ ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 30 (ORV)
ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କʼଣ ବୁଝୁଅଛନ୍ତି?
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 31 (ORV)
ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ, ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 32 (ORV)
ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନୀତ ହେଲେ, ପୁଣି ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 33 (ORV)
ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ତ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 34 (ORV)
ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କୁ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏ କଥା କହନ୍ତି? ଆପଣା ବିଷୟରେ ବା ଆଉ କାହା ବିଷୟରେ?
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 35 (ORV)
ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 36 (ORV)
ଆଉ, ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ, ଏଠାରେ ତ ଜଳ ଅଛି, ମୋହର ବାପ୍ତିଜିତ ହେବା ନିମନ୍ତେ କʼଣ ବାଧା ଅଛି?
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 37 (ORV)
[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ଵାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ଵରଙ୍କ ପୁତ୍ର, ଏହା ମୁଁ ବିଶ୍ଵାସ କରୁଅଛିଣାିଁ
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 38 (ORV)
ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାଙ୍କୁ ବାପ୍ତିସ୍ମ।। ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 39 (ORV)
ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ, ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି ନପୁଂସକ ତାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8 : 40 (ORV)
କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିଆରେ ଯାଇ ପହଞ୍ଚିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40

BG:

Opacity:

Color:


Size:


Font: