ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 1 (ORV)
ପ୍ରତ୍ୟେକ ଜଣ ଅଧିକାର ପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ଵରଙ୍କଠାରୁ ଆସେ, ଆଉ ଯେସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ଵରଙ୍କ ଦ୍ଵାରା ନିଯୁକ୍ତ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 2 (ORV)
ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ଵରଙ୍କ ବିଧାନର ପ୍ରତିରୋଧ କରେ; ପୁଣି ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ତ ଘଟାଇବେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 3 (ORV)
କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ । ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 4 (ORV)
କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ଵରଙ୍କ ସେବକ । କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ଼୍‍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ଵରଙ୍କ ସେବକ ସ୍ଵରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ତଦାତା ଅଟନ୍ତି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 5 (ORV)
ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 6 (ORV)
ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ଵ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ଵରଙ୍କ ସେବକ ସ୍ଵରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 7 (ORV)
ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ଵ ଦେବାକୁ ହୁଏ, ତାହାଙ୍କୁ ରାଜସ୍ଵ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 8 (ORV)
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 9 (ORV)
କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 10 (ORV)
ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 11 (ORV)
ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ଵାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 12 (ORV)
ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 13 (ORV)
ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ, ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 13 : 14 (ORV)
ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ଉଦ୍ରେକ କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।

1 2 3 4 5 6 7 8 9 10 11 12 13 14

BG:

Opacity:

Color:


Size:


Font: