ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 1 (ORV)
ବିଶ୍ଵାସରେ ଯେ ଦୁର୍ବଳ, ତାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ଵନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 2 (ORV)
ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ଵାସ ଅଛି, କିନ୍ତୁ ଯେ ବିଶ୍ଵାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 3 (ORV)
ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ଵର ତାକୁ ଗ୍ରହଣ କରିଅଛନ୍ତି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 4 (ORV)
ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 5 (ORV)
ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ । ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 6 (ORV)
ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ଵରଙ୍କୁ ଧନ୍ୟବାଦ ଦିଏ; ପୁଣି ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ଵରଙ୍କୁ ଧନ୍ୟବାଦ ଦିଏ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 7 (ORV)
କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 8 (ORV)
ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ଵା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ । ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ଵା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 9 (ORV)
କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି ପୁନର୍ଜୀବିତ ହେଲେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 10 (ORV)
କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ଵା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ଵରଙ୍କ ବିଚାରାସନ ଛାମୁରେ ଠିଆ ହେବା ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 11 (ORV)
ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଜାନୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ଵା ଈଶ୍ଵରଙ୍କ ପ୍ରଶଂସା କରିବ ।”
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 12 (ORV)
ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ଵରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 13 (ORV)
ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ଵା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 14 (ORV)
ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 15 (ORV)
କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ । ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ଵାରା ବିନାଶ କର ନାହିଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 16 (ORV)
ଏଣୁ ତୁମ୍ଭମାନଙ୍କର ଉତ୍ତମ ବିଷୟ ନିନ୍ଦିତ ନ ହେଉ;
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 17 (ORV)
କାରଣ ଈଶ୍ଵରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 18 (ORV)
ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ଵରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 19 (ORV)
ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ଵାରା ପରସ୍ପରର ନିଷ୍ଠା ହୁଏ, ସେହିସବୁର ଆମ୍ଭେମାନେ ଅନୁଗମନ କରୁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 20 (ORV)
ଖାଦ୍ୟ ସକାଶେ ଈଶ୍ଵରଙ୍କର କର୍ମ ନଷ୍ଟ କର ନାହିଁ । ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 21 (ORV)
ମାଂସ ଭୋଜନ କିମ୍ଵା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 22 (ORV)
ତୁମ୍ଭର ଯେଉଁ ବିଶ୍ଵାସ ଅଛି, ତାହା ତୁମ୍ଭେ ଈଶ୍ଵରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ । ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14 : 23 (ORV)
କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ତନୀୟ ହୁଏ, କାରଣ ସେ ବିଶ୍ଵାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ଵାସରୁ ହୁଏ ନାହିଁ, ତାହା ପାପ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23

BG:

Opacity:

Color:


Size:


Font: