ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 1 (ORV)
ବିଶ୍ଵାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 2 (ORV)
ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 3 (ORV)
କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖା ଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 4 (ORV)
ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ରଲବ୍ଧ ଧୈର୍ଯ୍ୟ ଓ ସାନ୍ତ୍ଵନା ଦ୍ଵାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 5 (ORV)
ଧୈର୍ଯ୍ୟ ଓ ସାନ୍ତ୍ଵନାଦାତା ଈଶ୍ଵର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 6 (ORV)
ଯେପରି ଏକ ଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ଵରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 7 (ORV)
ଅତଏବ ଈଶ୍ଵରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 8 (ORV)
କାରଣ ମୁଁ କହେ, ଖ୍ରୀଷ୍ଟ ଈଶ୍ଵରଙ୍କ ସତ୍ୟ ନିମନ୍ତେ ସୁନ୍ନତି ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 9 (ORV)
ପୁଣି, ଯେପରି ବିଜାତିମାନେ ଈଶ୍ଵରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ବିଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି ।”
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 10 (ORV)
ପୁନଶ୍ଚ ସେ କହନ୍ତି, ହେ ବିଜାତିମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 11 (ORV)
ପୁନଶ୍ଚ, “ହେ ବିଜାତି ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ ।”
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 12 (ORV)
ପୁନର୍ବାର ଯିଶାଇୟ କହନ୍ତି, “ଯିଶୟଙ୍କ ମୂଳ ରହିବ, ଆଉ, ଯେ ବିଜାତିଙ୍କ ଉପରେ ଶାସନ କରିବାକୁ ଉଠିବେ, ବିଜାତିମାନେ ତାହାଙ୍କ ଉପରେ ଭରସା ରଖିବେ ।”
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 13 (ORV)
ସେହି ଭରସାର ଈଶ୍ଵର ତୁମ୍ଭମାନଙ୍କୁ ବିଶ୍ଵାସ ଦ୍ଵାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 14 (ORV)
ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳ ଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 15 (ORV)
ତଥାପି ମୋତେ ଈଶ୍ଵରଙ୍କ କର୍ତ୍ତୃକ ଦତ୍ତ ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 16 (ORV)
କାରଣ ବିଜାତିମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ଵରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ଵରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 17 (ORV)
ଏଣୁ ଈଶ୍ଵରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 18 (ORV)
କାରଣ ବିଜାତିମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ଵାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 19 (ORV)
ଏହିପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 20 (ORV)
ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 21 (ORV)
ଯେପରି ଲେଖା ଅଛି, “ଯେଉଁମାନେ ତାହାଙ୍କ ସମ୍ଵାଦ ପାଇ ନାହାନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାନ୍ତି, ସେମାନେ ବୁଝିବେ ।”
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 22 (ORV)
ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ବାଧା ପାଇ ଆସୁଅଛି;
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 23 (ORV)
କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 24 (ORV)
ମୁଁ ସ୍ପେନକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 25 (ORV)
କିନ୍ତୁ ଏବେ ସାଧୁମାନଙ୍କର ସେବା କରିବା ନିମନ୍ତେ ମୁଁ ଯିରୂଶାଲମକୁ ଯାଉଅଛି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 26 (ORV)
କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ତଳୀସମୂହ ସହଭାଗିତା-ସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 27 (ORV)
ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ବିଜାତିମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 28 (ORV)
ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 29 (ORV)
ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 30 (ORV)
ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋʼ ନିମନ୍ତେ ଈଶ୍ଵରଙ୍କ ନିକଟରେ ମୋʼ ସହିତ ଯନି ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 31 (ORV)
ଯେପରି ମୁଁ ଯିହୁଦା ପ୍ରଦେଶରେ ଅନାଜ୍ଞାବହ ଲୋକମାନଙ୍କଠାରୁ ଉଦ୍ଧାର ପାଏ, ଆଉ ଯିରୂଶାଲମ ନିମନ୍ତେ ମୋହର ଯେଉଁ ସେବା, ତାହା ଯେପରି ସାଧୁମାନଙ୍କ ନିକଟରେ ସୁଗ୍ରାହ୍ୟ ହୁଏ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 32 (ORV)
ପୁଣି, ଈଶ୍ଵରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମପ୍ରାପ୍ତ ହୁଏ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15 : 33 (ORV)
ଶାନ୍ତିଦାତା ଈଶ୍ଵର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ । ଆମେନ୍ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33

BG:

Opacity:

Color:


Size:


Font: