କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 1 (ORV)
ହେ ଭାଇମାନେ, ଆତ୍ମିକ ଦାନ ସମ୍ଵନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 2 (ORV)
ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ବିଜାତି ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 3 (ORV)
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ଵରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ ‘ଯୀଶୁ ଅଭିଶପ୍ତʼ ବୋଲି କୁହେ ନାହିଁ, ପୁଣି କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ ‘ଯୀଶୁ ପ୍ରଭୁʼ ବୋଲି କହି ପାରେ ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 4 (ORV)
ଅନୁଗ୍ରହଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 5 (ORV)
ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 6 (ORV)
କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ଵର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 7 (ORV)
କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 8 (ORV)
କାରଣ ଜଣକୁ ଆତ୍ମାଙ୍କ ଦ୍ଵାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 9 (ORV)
ଅପର ଜଣକୁ ସେହି ଆତ୍ମାଙ୍କ ଦ୍ଵାରା ବିଶ୍ଵାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ଵାରା ଆରୋଗ୍ୟ କରିବାର ଶକ୍ତି,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 10 (ORV)
ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 11 (ORV)
କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ପୃଥକ୍ ପୃଥକ୍ ରୂପେ ଦାନ ବିତରଣ କରି ଏହିସମସ୍ତ କର୍ମ ସାଧନ କରନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 12 (ORV)
କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 13 (ORV)
ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ଵାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ଵାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 14 (ORV)
କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 15 (ORV)
ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 16 (ORV)
ପୁଣି କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 17 (ORV)
ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଆଘ୍ରାଣ କେଉଁଠାରେ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 18 (ORV)
କିନ୍ତୁ ଈଶ୍ଵର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 19 (ORV)
ଆଉ, ଯଦି ସେସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 20 (ORV)
କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 21 (ORV)
ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହି ପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହି ପାରେ ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 22 (ORV)
ବରଂ ଅନ୍ୟ ପକ୍ଷରେ ଶରୀରର ଯେସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକା; ପ୍ରୟୋଜନୀୟ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 23 (ORV)
ପୁଣି, ଶରୀରର ଯେଉଁସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅସୁନ୍ଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 24 (ORV)
କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 25 (ORV)
ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ଵର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 26 (ORV)
ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଦୁଃଖଭୋଗ କରନ୍ତି, କିମ୍ଵା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଆନନ୍ଦ କରନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 27 (ORV)
ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗସ୍ଵରୂପ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 28 (ORV)
ପୁଣି, ଈଶ୍ଵର ମଣ୍ତଳୀରେ ପ୍ରଥମରେ ପ୍ରେରିତ, ଦ୍ଵିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଶକ୍ତିର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 29 (ORV)
ସମସ୍ତେ କି ପ୍ରେରିତ? ସମସ୍ତେ କି ଭାବବାଦୀ? ସମସ୍ତେ କି ଶିକ୍ଷକ? ସମସ୍ତେ କି ଶକ୍ତିର କାର୍ଯ୍ୟସାଧକ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 30 (ORV)
ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12 : 31 (ORV)
କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକା; ଚେଷ୍ଟା କର । ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: