କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 1 (ORV)
ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଶଦ୍ଦକାରକ ଘଣ୍ଟା କିମ୍ଵା ଝମ୍ ଝମ୍ ଶଦ୍ଦକାରୀ କରତାଳ ସ୍ଵରୂପ ହୋଇଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 2 (ORV)
ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ ତତ୍ତ୍ଵ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 3 (ORV)
ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ଵ ବିତରଣ କରେ, ପୁଣି ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 4 (ORV)
ପ୍ରେମ ଦୀର୍ଘସହିଷ୍ଣୁ, ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 5 (ORV)
ଅନୁଚିତ ବ୍ୟବହାର କରେ ନାହିଁ, ସ୍ଵାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 6 (ORV)
ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 7 (ORV)
ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ଵାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 8 (ORV)
ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 9 (ORV)
କାରଣ ଆମ୍ଭେମାନେ ଆଂଶିକଭାବେ ଜାଣୁ ଓ ଆଂଶିକଭାବେ ଭାବବାଣୀ କହୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 10 (ORV)
କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 11 (ORV)
ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 12 (ORV)
କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖୀ ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13 : 13 (ORV)
ଅତଏବ ବିଶ୍ଵାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ ।

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: