କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 1 (ORV)
ତୁମ୍ଭେମାନେ ଯେଉଁସବୁ ବିଷୟ ଲେଖିଅଛ, ସେହିସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 2 (ORV)
କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ଵାମୀ ଥାଉ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 3 (ORV)
ସ୍ଵାମୀ ସ୍ତ୍ରୀକି ତାʼର ପ୍ରାପ୍ୟ ଦେଉ, ପୁଣି ସେହି-ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ଵାମୀକି ତାʼର ପ୍ରାପ୍ୟ ଦେଉ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 4 (ORV)
ଭାର୍ଯ୍ୟାର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ସ୍ଵାମୀର ଅଛି; ସେହିପ୍ରକାରେ ମଧ୍ୟ ସ୍ଵାମୀର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 5 (ORV)
ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 6 (ORV)
କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 7 (ORV)
ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା । ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ଵରଙ୍କଠାରୁ ଦାନ ପାଇଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 8 (ORV)
କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋʼ ପରି ରହିଲେ ସେମାନଙ୍କ ପକ୍ଷରେ ଭଲ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 9 (ORV)
ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ; କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 10 (ORV)
କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ଵାମୀଠାରୁ ବିଭିନ୍ନ ନ ହେଉ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 11 (ORV)
(କିନ୍ତୁ ଯଦି ସେ ବିଭିନ୍ନ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ଵାମୀ ସହିତ ମିଳିତ ହେଉ), ପୁଣି ସ୍ଵାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 12 (ORV)
କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ଵାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାʼର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାକୁ ପରିତ୍ୟାଗ ନ କରୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 13 (ORV)
ପୁଣି, ଯେଉଁ ସ୍ତ୍ରୀର ଅବିଶ୍ଵାସୀ ସ୍ଵାମୀ ଥାଏ, ଆଉ ସେ ତାʼର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ଵାମୀକୁ ପରିତ୍ୟାଗ ନ କରୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 14 (ORV)
କାରଣ ଅବିଶ୍ଵାସୀ ସ୍ଵାମୀ ଭାର୍ଯ୍ୟା ହେତୁ ଶୁଚି କରାଯାଇଅଛି, ଆଉ ଅବିଶ୍ଵାସିନୀ ଭାର୍ଯ୍ୟା ସ୍ଵାମୀ ହେତୁ ଶୁଚି କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅଶୁଚି ହୁଅନ୍ତେ, କିନ୍ତୁ ଏବେ ସେମାନେ ଶୁଚି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 15 (ORV)
ତଥାପି ଯଦି ଅବିଶ୍ଵାସୀ ବିଭିନ୍ନ ହେବାକୁ ଇଚ୍ଛା କରେ, ତେବେ ସେ ବିଭିନ୍ନ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହନ୍ତି; ଈଶ୍ଵର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ଵାନ କରିଅଛନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 16 (ORV)
ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ଵାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ଵା ହେ ସ୍ଵାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 17 (ORV)
କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ଵର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ଵାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ । ମୁଁ ସମସ୍ତ ମଣ୍ତଳୀରେ ଏହିପ୍ରକାର ଆଦେଶ ଦିଏ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 18 (ORV)
କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ । କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ସୁନ୍ନତି ନ ହେଉ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 19 (ORV)
ସୁନ୍ନତ କିଛି ନୁହେଁ, ପୁଣି ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ଵରଙ୍କ ଆଜ୍ଞା ପାଳନ ହିଁ ସାର ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 20 (ORV)
ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 21 (ORV)
ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇ ପାର, ତେବେ ବରଂ ସୁଯୋଗ ଅବଲମ୍ଵନ କର ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 22 (ORV)
କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଆହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 23 (ORV)
ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ, ମନୁଷ୍ୟର ଦାସ ହୁଅ ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 24 (ORV)
ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ଵରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 25 (ORV)
କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ଵାସପାତ୍ର ହୋଇ ନିଜର ମତ ଦେଉଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 26 (ORV)
ମୁଁ ମନେ କରେ ଯେ, ମନୁଷ୍ୟ ଯେପରି ଅଛି, ଆସନ୍ନ ଦୁର୍ଦ୍ଦଶା ହେତୁ ସେହିପରି ରହିବା ଭଲ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 27 (ORV)
ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ । ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 28 (ORV)
କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ । ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ; ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 29 (ORV)
କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତ୍ୟଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 30 (ORV)
ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 31 (ORV)
ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 32 (ORV)
କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା । ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 33 (ORV)
କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାʼର ମନ ବିଭକ୍ତ ହୁଏ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 34 (ORV)
ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ।। ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ଵାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 35 (ORV)
ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 36 (ORV)
କିନ୍ତୁ, ଯଦି କୌଣସି ଲୋକ ନିଜ କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହାପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 37 (ORV)
କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 38 (ORV)
ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 39 (ORV)
ସ୍ଵାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ଵାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ଵାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ଵାଧୀନ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7 : 40 (ORV)
କିନ୍ତୁ ସେ ସେହିପରି ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ଵରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40

BG:

Opacity:

Color:


Size:


Font: