କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 1 (ORV)
କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ଵୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ଵରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ଵର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 2 (ORV)
ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ଵର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକା; ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 3 (ORV)
ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 4 (ORV)
କାରଣ ଆମ୍ଭେମାନେ ଏହି ତମ୍ଵୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 5 (ORV)
ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ଵର, ସେ ଆମ୍ଭମାନଙ୍କୁ ବଇନା ସ୍ଵରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 6 (ORV)
ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟ; ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 7 (ORV)
(କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନ ଯାପନ ନ କରି ବିଶ୍ଵାସରେ ଜୀବନ ଯାପନ କରୁଅଛୁ),
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 8 (ORV)
ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 9 (ORV)
ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 10 (ORV)
କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ଵାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ପ୍ରକାଶିତ ହେବାକୁ ହେବ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 11 (ORV)
ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 12 (ORV)
ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇ ପାର, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 13 (ORV)
ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ଵରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 14 (ORV)
କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 15 (ORV)
ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 16 (ORV)
ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 17 (ORV)
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି; ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 18 (ORV)
କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 19 (ORV)
ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ଵର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 20 (ORV)
ଅତଏବ, ଈଶ୍ଵର ଆମ୍ଭମାନଙ୍କ ଦ୍ଵାରା ଆହ୍ଵାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ଵରଙ୍କ ସହିତ ସମ୍ମିଳିତ ହୁଅ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5 : 21 (ORV)
ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: