ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 1 (ORV)
ମୁଁ ପାଉଲ, ଜଣେ ପ୍ରେରିତ (ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ଵାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଏବଂ ଯେଉଁ ପିତା ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ଵାରା),
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 2 (ORV)
ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ତଳୀ-ସମୂହକୁ ଲେଖୁଅଛୁ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 3 (ORV)
ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ-ଠାରୁଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 4 (ORV)
ସେ ଆମ୍ଭମାନଙ୍କ ପିତା ଈଶ୍ଵରଙ୍କ ଇଚ୍ଛାନୁସାରେ ଏହି ବର୍ତ୍ତମାନ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 5 (ORV)
ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ । ଆମେନ୍ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 6 (ORV)
ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ଵାନ କଲେ, ତାହାଙ୍କ-ଠାରୁ ତୁମ୍ଭେମାନେ ଯେ ଏଡ଼େ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 7 (ORV)
ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 8 (ORV)
କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ଵା ସ୍ଵର୍ଗଦୂତ ହେଲେ ମଧ୍ୟ କେହି ତଦ୍ଭିନ୍ନ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 9 (ORV)
ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତଦ୍ଭିନ୍ନ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 10 (ORV)
ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ଵା ଈଶ୍ଵରଙ୍କର ପ୍ରିୟପାତ୍ର ହେବାକୁ ଯନି କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସାାହୁଅନ୍ତି ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 11 (ORV)
କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ଵାରା ପ୍ରଚାରିତ ହୋଇଅଛି, ସେ ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 12 (ORV)
ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ଵାରା ପାଇଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 13 (ORV)
ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚାରବ୍ୟବହାର ସମ୍ଵନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ଵରଙ୍କ ମଣ୍ତଳୀକି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 14 (ORV)
ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟ; ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ଵଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 15 (ORV)
କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ଵାନ କଲେ,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 16 (ORV)
ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ବିଜାତିମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 17 (ORV)
କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମକୁ ନ ଯାଇ ସେହିକ୍ଷଣି ଆରବକୁ ବାହାରିଗଲି; ପୁନଶ୍ଚ ମୁଁ ଦାମାସ୍କସ୍କୁ ବାହୁଡ଼ି ଆସିଲି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 18 (ORV)
ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ କେଫାଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 19 (ORV)
କିନ୍ତୁ ପ୍ରଭୁଙ୍କ ଭ୍ରାତା ଯାକୁବଙ୍କ ଛଡ଼ା ପ୍ରେରିତ-ମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 20 (ORV)
ମୁଁ ଯେଉଁସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ଵରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 21 (ORV)
ପରେ ମୁଁ ସୁରିଆ ଓ କିଲିକିଆ ଅଞ୍ଚଳକୁ ଗଲି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 22 (ORV)
ଯିହୂଦା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ତଳୀସମୂହ ନିକଟରେ ମୁଁ ବ୍ୟକ୍ତିଗତଭାବେ ପରିଚିତ ନ ଥିଲି;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 23 (ORV)
ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ଵାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1 : 24 (ORV)
ଆଉ ସେମାନେ ମୋʼ ସକାଶେ ଈଶ୍ଵରଙ୍କ ପ୍ରଶଂସା କରୁଥିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: