ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 1 (ORV)
ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 2 (ORV)
ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ବିଜାତିମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ଗଣ୍ୟମାନ୍ୟ, କେବଳ ସେମାନଙ୍କୁ ପୃଥକ ଭାବରେ ବୁଝାଇଲି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 3 (ORV)
ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 4 (ORV)
ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ତ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ଵାଧୀନତା ଅଛି, ଚର ସ୍ଵରୂପେ ସେଥିର ଛିଦ୍ର ଅନ୍ଵେଷଣ କରି ଆମ୍ଭମାନଙ୍କୁ ଦାସତ୍ଵର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ, ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 5 (ORV)
କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ତେମାତ୍ର ଅଧୀନତା ସ୍ଵୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 6 (ORV)
ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କିପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ଵର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 7 (ORV)
ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 8 (ORV)
(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ବିଜାତିମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 9 (ORV)
ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ଵରୂପେ ଖ୍ୟାତ ଯାକୁବ, କେଫା ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ବିଜାତିମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 10 (ORV)
ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍ଯୋଗୀ ଥିଲି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 11 (ORV)
କିନ୍ତୁ ଯେତେବେଳେ କେଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 12 (ORV)
ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ବିଜାତୀୟ ବିଶ୍ଵାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ଵାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ ରଖିଲେ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 13 (ORV)
ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ଵାସୀମାନେ ମଧ୍ୟ ତାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 14 (ORV)
କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କେଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ବିଜାତିମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ବିଜାତିମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 15 (ORV)
ଆମ୍ଭେମାନେ ଜନ୍ମରେ ଯିହୁଦୀ, ବିଜାତୀୟ ପାପୀ ନୋହୁ,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 16 (ORV)
ତଥାପି ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିଅଛୁ, ଯେପରି ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହେଉ; କାରଣ ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 17 (ORV)
କିନ୍ତୁ ଖ୍ରୀଷ୍ଟଙ୍କ ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 18 (ORV)
କାରଣ ମୁଁ ଯାହା ଯାହା ଭାଙ୍ଗିଅଛି, ସେହିସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 19 (ORV)
ଯେଣୁ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ବ୍ୟବସ୍ଥା ଦ୍ଵାରା ବ୍ୟବସ୍ଥା ପ୍ରତି ମୃତ ହୋଇଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 20 (ORV)
ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼଠାରେ ଜୀବିତ ଅଛନ୍ତି; ପୁଣି ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ଵାସରେ, ଅର୍ଥାତ୍, ଈଶ୍ଵରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ଵାସ କରି ଯାପନ କରୁଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2 : 21 (ORV)
ମୁଁ ଈଶ୍ଵରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ବ୍ୟବସ୍ଥା ଦ୍ଵାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁ ଭୋଗ କରିବା ବୃଥା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: