ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 1 (ORV)
ସ୍ଵାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ଵ ଯୁଆଳିରେ। ଆଉ ଥରେ ଯୋଚା ନ ଯାଅ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 2 (ORV)
ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ଵାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 3 (ORV)
ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 4 (ORV)
ତୁମ୍ଭେମାନେ ଯେତେ ଲୋକ ବ୍ୟବସ୍ଥା ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 5 (ORV)
କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ବିଶ୍ଵାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 6 (ORV)
ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ଵାସ ହିଁ ସାର ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 7 (ORV)
ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 8 (ORV)
ତୁମ୍ଭମାନଙ୍କ ଆହ୍ଵାନକର୍ତ୍ତାଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 9 (ORV)
ଟିକିଏ ବୋଲି ଖମୀର ପିଣ୍ତୁଳାଯାକ ଖମୀରମୟ କରିଦିଏ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 10 (ORV)
ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ଵାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ତ ବହନ କରିବ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 11 (ORV)
କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 12 (ORV)
ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 13 (ORV)
କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ଵାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ଵାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ଵରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପର ଦାସ ହୁଅ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 14 (ORV)
କାରଣ ସମସ୍ତ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।”
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 15 (ORV)
କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ଵାରା ବିନଷ୍ଟ ନ ହୁଅ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 16 (ORV)
ମୋହର ଭାବ ଏହି, ଆତ୍ମାଙ୍କ ଦ୍ଵାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 17 (ORV)
କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରି ପାର ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 18 (ORV)
କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କ ଦ୍ଵାରା ପରିଚାଳିତ ହୁଅ, ତେବେ ବ୍ୟବସ୍ଥାର ଅଧୀନ ନୁହଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 19 (ORV)
ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା: ବ୍ୟଭିଚାର, ଅଶୁଚିତା,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 20 (ORV)
କାମୁକତା, ପ୍ରତିମାପୂଜା, କୁହୁକ, ଶତ୍ରୁତା, ବିବାଦ, ଦ୍ଵେଷ, କ୍ରୋଧ, ସ୍ଵାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 21 (ORV)
ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 22 (ORV)
କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 23 (ORV)
ଭଦ୍ରତା, ବିଶ୍ଵସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ବ୍ୟବସ୍ଥା ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 24 (ORV)
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 25 (ORV)
ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ଵାରା ମଧ୍ୟ ଆଚରଣ କରୁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5 : 26 (ORV)
ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: