ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 1 (ORV)
ଏନିମନ୍ତେ ମୁଁ ପାଉଲ, ବିଜାତି ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ- ଏଫି.୪:୧
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 2 (ORV)
ତୁମ୍ଭମାନଙ୍କ ନିମନ୍ତେ ମୋତେ ପ୍ରଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ସମ୍ଵନ୍ଧୀୟ ସେବକ-କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 3 (ORV)
ଅର୍ଥାତ୍, ପ୍ରତ୍ୟାଦେଶ ଦ୍ଵାରା ସେହି ନିଗୂଢ଼ତତ୍ତ୍ଵ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 4 (ORV)
ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ଵରେ ମୋର ଜ୍ଞାନର ପରିଚୟ ପାଇ ପାର,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 5 (ORV)
ସେହି ନିଗୂଢ଼ତତ୍ତ୍ଵ ଏବେ ଆତ୍ମାଙ୍କ ଦ୍ଵାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବକାଳର ମନୁଷ୍ୟସନ୍ତାନମାନଙ୍କ ନିକଟରେ ସେହିପରି ପ୍ରକାଶିତ ହୋଇ ନ ଥିଲା,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 6 (ORV)
ଅର୍ଥାତ୍, ସୁସମାଚାର ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଜାତିମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 7 (ORV)
ଈଶ୍ଵରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 8 (ORV)
ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମଠାରୁ କ୍ଷୁଦ୍ର ଯେ ମୁଁ, ମୋତେ ବିଜାତିମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 9 (ORV)
ପୁଣି ସର୍ବସୃଷ୍ଟିକର୍ତ୍ତା ଈଶ୍ଵରଙ୍କଠାରେ ଅନାଦିକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ଵ ସମ୍ଵନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 10 (ORV)
ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ଵର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 11 (ORV)
ତଦନୁସାରେ ମଣ୍ତଳୀ ଦ୍ଵାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ ସ୍ଵର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 12 (ORV)
ସେହି ପ୍ରଭୁଙ୍କଠାରେ ବିଶ୍ଵାସ କରିବା ଦ୍ଵାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି ଈଶ୍ଵରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 13 (ORV)
ଅତଏବ, ମୁଁ ଅନୁରୋଧ କରେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଳେଶଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କର ଗୌରବ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 14 (ORV)
ଏନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ଵର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 15 (ORV)
ତାହାଙ୍କ ଛାମୁରେ ମୁଁ ଜାନୁ ପାତି ପ୍ରାର୍ଥନା କରୁଅଛି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 16 (ORV)
ଯେପରି ସେ ଆପଣା ଗୌରବରୂପ ନିଧି ଅନୁସାରେ ଆପଣା ଆତ୍ମାଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 17 (ORV)
ପୁଣି, ବିଶ୍ଵାସ ଦ୍ଵାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 18 (ORV)
ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ଼ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 19 (ORV)
ଆଉ ଏହି ପ୍ରକାରେ ଈଶ୍ଵରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 20 (ORV)
ଯେଉଁ ଈଶ୍ଵର ଆମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 21 (ORV)
ଯୁଗେ ଯୁଗେ ପୁରୁଷାନୁକ୍ରମେ ମଣ୍ତଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତାହାଙ୍କର ଗୌରବ ହେଉ । ଆମେନ୍ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: