ଦିତୀୟ ବିବରଣ 10 : 1 (ORV)
ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର ।
ଦିତୀୟ ବିବରଣ 10 : 2 (ORV)
ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେ ଯେ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ ।
ଦିତୀୟ ବିବରଣ 10 : 3 (ORV)
ତହୁଁ ମୁଁ ଶିଟୀମ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି ।
ଦିତୀୟ ବିବରଣ 10 : 4 (ORV)
ଅନନ୍ତର ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ ।
ଦିତୀୟ ବିବରଣ 10 : 5 (ORV)
ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି ।
ଦିତୀୟ ବିବରଣ 10 : 6 (ORV)
(ଅନନ୍ତର ଇସ୍ରାଏଲ-ସନ୍ତାନଗଣ ବେରୋତ୍-ବନେୟା-କନଠାରୁ ମୋଷେରତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା ।
ଦିତୀୟ ବିବରଣ 10 : 7 (ORV)
ସେଠାରୁ ସେମାନେ ଗୁଦ୍ଗୋଦାକୁ ଯାତ୍ରା କଲେ ଓ ଗୁଦ୍ଗୋଦାରୁ ଜଳସ୍ରୋତମୟ ଦେଶ ଯଟବାଥାକୁ ଯାତ୍ରା କଲେ ।
ଦିତୀୟ ବିବରଣ 10 : 8 (ORV)
ସେସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି ।
ଦିତୀୟ ବିବରଣ 10 : 9 (ORV)
ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର) ।
ଦିତୀୟ ବିବରଣ 10 : 10 (ORV)
ପ୍ରଥମଥର ପରି ମୁଁ ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲି; ପୁଣି ସେଥର ହିଁ ସଦାପ୍ରଭୁ ମୋʼ ପ୍ରତି କର୍ଣ୍ଣପାତ କଲେ; ସଦାପ୍ରଭୁ ତୁମ୍ଭକୁ ବିନାଶ କରିବା ପାଇଁ ସମ୍ମତ ହେଲେ ନାହିଁ,
ଦିତୀୟ ବିବରଣ 10 : 11 (ORV)
ଅନନ୍ତର ସଦାପ୍ରଭୁ ମୋତେ କହିଲେ, ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ ।
ଦିତୀୟ ବିବରଣ 10 : 12 (ORV)
ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସେବା କରିବାର,
ଦିତୀୟ ବିବରଣ 10 : 13 (ORV)
ଆଉ ଆଜି ମୁଁ ତୁମ୍ଭ ହିତ ନିମନ୍ତେ ସଦାପ୍ରଭୁଙ୍କ ଯେ ଯେ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭଠାରୁ ଆଉ କଅଣ ଲୋଡ଼ନ୍ତି?
ଦିତୀୟ ବିବରଣ 10 : 14 (ORV)
ଦେଖ, ଆକାଶମଣ୍ତଳ ଓ ତହିଁ ଉପରିସ୍ଥ ସ୍ଵର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ।
ଦିତୀୟ ବିବରଣ 10 : 15 (ORV)
କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ ।
ଦିତୀୟ ବିବରଣ 10 : 16 (ORV)
ଏ ନିମନ୍ତେ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ ।
ଦିତୀୟ ବିବରଣ 10 : 17 (ORV)
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଦେବଗଣର ଦେବ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ଵର, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁଣ⇧।
ଦିତୀୟ ବିବରଣ 10 : 18 (ORV)
ସେ ପିତୃହୀନ ଓ ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକି ଅନ୍ନବସ୍ତ୍ର ଦେଇ ପ୍ରେମ କରନ୍ତି ।
ଦିତୀୟ ବିବରଣ 10 : 19 (ORV)
ଏନିମନ୍ତେ ତୁମ୍ଭେମାନେ ବିଦେଶୀକି ପ୍ରେମ କର । କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ ।
ଦିତୀୟ ବିବରଣ 10 : 20 (ORV)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ ।
ଦିତୀୟ ବିବରଣ 10 : 21 (ORV)
ସେ ତୁମ୍ଭର ପ୍ରଶଂସାଭୂମି, ପୁଣି ସେ ତୁମ୍ଭର ପରମେଶ୍ଵର, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହିସବୁ ମହତ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି ।
ଦିତୀୟ ବିବରଣ 10 : 22 (ORV)
ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆକାଶମଣ୍ତଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: