ଦିତୀୟ ବିବରଣ 13 : 1 (ORV)
ଯେବେ ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍-ବକ୍ତା ଅବା କୌଣସି ସ୍ଵପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,
ଦିତୀୟ ବିବରଣ 13 : 2 (ORV)
ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;
ଦିତୀୟ ବିବରଣ 13 : 3 (ORV)
ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ଵପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି ।
ଦିତୀୟ ବିବରଣ 13 : 4 (ORV)
ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପଶ୍ଚାଦ୍ଗମନ କରିବ ଓ ତାହାଙ୍କୁ ଭୟ କରିବ ଓ ତାହାଙ୍କ ଆଜ୍ଞାସବୁ ପାଳନ କରିବ ଓ ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ ।
ଦିତୀୟ ବିବରଣ 13 : 5 (ORV)
ସେହି ଭବିଷ୍ୟଦ୍ବକ୍ତାର କି ସ୍ଵପ୍ନଦର୍ଶକର ପ୍ରାଣଦଣ୍ତ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରିଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇ ଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି । ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ ।
ଦିତୀୟ ବିବରଣ 13 : 6 (ORV)
ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରା; ମଧ୍ୟରେ ଯେ କୌଣସି ଗୋଷ୍ଠୀର ଯେ କୌଣସି ଦେବତା ହେଉ,
ଦିତୀୟ ବିବରଣ 13 : 7 (ORV)
ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;
ଦିତୀୟ ବିବରଣ 13 : 8 (ORV)
ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ ।
ଦିତୀୟ ବିବରଣ 13 : 9 (ORV)
ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ ।
ଦିତୀୟ ବିବରଣ 13 : 10 (ORV)
ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା ।
ଦିତୀୟ ବିବରଣ 13 : 11 (ORV)
ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ ।
ଦିତୀୟ ବିବରଣ 13 : 12 (ORV)
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ବାସ କରିବା ନିମନ୍ତେ ଯେ ଯେ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,
ଦିତୀୟ ବିବରଣ 13 : 13 (ORV)
ଯେ ପାପାଧମ ସନ୍ତାନ କେତେକ ଜଣ ତୁମ୍ଭ ମଧ୍ୟରୁ ବାହାରି, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ, ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;
ଦିତୀୟ ବିବରଣ 13 : 14 (ORV)
ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ; ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟକର୍ମ କରାଯାଇଅଛି;
ଦିତୀୟ ବିବରଣ 13 : 15 (ORV)
ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ଼୍‍ଗଧାରରେ ଆଘାତ କରିବ, ପୁଣି ନଗର ଓ ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ଼୍‍ଗଧାରରେ ବର୍ଜିତ ରୂପେ ବିନଷ୍ଟ କରିବ;
ଦିତୀୟ ବିବରଣ 13 : 16 (ORV)
ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେସକଳ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ ।
ଦିତୀୟ ବିବରଣ 13 : 17 (ORV)
ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;
ଦିତୀୟ ବିବରଣ 13 : 18 (ORV)
ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18