ଦିତୀୟ ବିବରଣ 16 : 1 (ORV)
ଆବୀବ୍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ରାତ୍ରି କାଳରେ ମିସରରୁ ବାହାର କରି ଆଣିଲେ ।
ଦିତୀୟ ବିବରଣ 16 : 2 (ORV)
ପୁଣି ସଦାପ୍ରଭୁ ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ ।
ଦିତୀୟ ବିବରଣ 16 : 3 (ORV)
ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୋଟୀ ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ ।
ଦିତୀୟ ବିବରଣ 16 : 4 (ORV)
ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ; ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ ।
ଦିତୀୟ ବିବରଣ 16 : 5 (ORV)
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେ ଯେ ନଗରଦ୍ଵାର ଦେବେ, ତହିଁର କୌଣସି ଦ୍ଵାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ ।
ଦିତୀୟ ବିବରଣ 16 : 6 (ORV)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ ।
ଦିତୀୟ ବିବରଣ 16 : 7 (ORV)
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ଵୁକୁ ଫେରିଯିବ ।
ଦିତୀୟ ବିବରଣ 16 : 8 (ORV)
ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ ।
ଦିତୀୟ ବିବରଣ 16 : 9 (ORV)
ତୁମ୍ଭେ ଆପଣା ପାଇଁ ସାତ ସପ୍ତାହ ଗଣନା କରିବ; ତୁମ୍ଭେ କ୍ଷେତ୍ରସ୍ଥିତ ଶସ୍ୟରେ ଦାଆ ଲଗାଇବାକୁ ଆରମ୍ଭ କରିବା ସମୟାବଧି ସାତ ସପ୍ତାହ ଗଣନା କରିବାକୁ ଆରମ୍ଭ କରିବ ।
ଦିତୀୟ ବିବରଣ 16 : 10 (ORV)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସପ୍ତାହସମୂହର ଉତ୍ସବ ପାଳନ କରିବ;
ଦିତୀୟ ବିବରଣ 16 : 11 (ORV)
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ ।
ଦିତୀୟ ବିବରଣ 16 : 12 (ORV)
ପୁଣି ତୁମ୍ଭେ ଯେ ମିସରରେ ବନ୍ଧାଦାସ ହୋଇଥିଲ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ ।
ଦିତୀୟ ବିବରଣ 16 : 13 (ORV)
ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ;
ଦିତୀୟ ବିବରଣ 16 : 14 (ORV)
ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକ ଓ ବିଦେଶୀ ଓ ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ ।
ଦିତୀୟ ବିବରଣ 16 : 15 (ORV)
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ ।
ଦିତୀୟ ବିବରଣ 16 : 16 (ORV)
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନିଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୋଟୀର ପର୍ବ ସମୟରେ ଓ ସପ୍ତାହସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ ।
ଦିତୀୟ ବିବରଣ 16 : 17 (ORV)
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ତୁମ୍ଭ ପ୍ରତି ଦତ୍ତ ଆଶୀର୍ବାଦ ଅନୁସାରେ ତୁମ୍ଭର ପ୍ରତ୍ୟେକ ଜଣ ଆପଣା ସାଧ୍ୟ ପ୍ରମାଣେ ଦେବ ।
ଦିତୀୟ ବିବରଣ 16 : 18 (ORV)
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେସମସ୍ତ ନଗର ଦେବେ, ତହିଁର ଦ୍ଵାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ ।
ଦିତୀୟ ବିବରଣ 16 : 19 (ORV)
ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ ।
ଦିତୀୟ ବିବରଣ 16 : 20 (ORV)
ଯାହା ସର୍ବତୋଭାବେ ଯଥାର୍ଥ, ତୁମ୍ଭେ ତହିଁର ଅନୁଗାମୀ ହୁଅ, ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ ।
ଦିତୀୟ ବିବରଣ 16 : 21 (ORV)
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ଯେଉଁ ଯଜ୍ଞବେଦି ନିର୍ମାଣ କରିବ, ତହିଁ ନିକଟରେ ଆଶେରାର ମୂର୍ତ୍ତି ବୋଲି କୌଣସି ପ୍ରକାର କାଷ୍ଠ ସ୍ଥାପନ କରିବ ନାହିଁ।
ଦିତୀୟ ବିବରଣ 16 : 22 (ORV)
କିଅବା ତୁମ୍ଭେ ଆପଣା ପାଇଁ କୌଣସି ସ୍ତମ୍ଭ ଉତ୍ଥାପନ କରିବ ନାହିଁ; ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଘୃଣା କରନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: