ଦିତୀୟ ବିବରଣ 19 : 1 (ORV)
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ,
ଦିତୀୟ ବିବରଣ 19 : 2 (ORV)
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ ।
ଦିତୀୟ ବିବରଣ 19 : 3 (ORV)
ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭ ସେହି ଦେଶର ଭୂମି ତିନିଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ ।
ଦିତୀୟ ବିବରଣ 19 : 4 (ORV)
ଯେଉଁ ନରହତ୍ୟାକାରୀ ସେ ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି; କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକି ଅଜ୍ଞାତସାରରେ ବଧ କରେ;
ଦିତୀୟ ବିବରଣ 19 : 5 (ORV)
ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ତ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ ।
ଦିତୀୟ ବିବରଣ 19 : 6 (ORV)
ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ତ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା ।
ଦିତୀୟ ବିବରଣ 19 : 7 (ORV)
ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି ।
ଦିତୀୟ ବିବରଣ 19 : 8 (ORV)
ଆଉ ମୁଁ ଆଜି ତୁମ୍ଭକୁ ଯେ ଯେ ଆଜ୍ଞା ଦେଉଅଛି, ତୁମ୍ଭେ ତାହା ସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,
ଦିତୀୟ ବିବରଣ 19 : 9 (ORV)
ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ଭିନ୍ନ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;
ଦିତୀୟ ବିବରଣ 19 : 10 (ORV)
ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ ।
ଦିତୀୟ ବିବରଣ 19 : 11 (ORV)
ମାତ୍ର କେହି ଯେବେ ଆପଣା ପ୍ରତିବାସୀକି ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;
ଦିତୀୟ ବିବରଣ 19 : 12 (ORV)
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ ।
ଦିତୀୟ ବିବରଣ 19 : 13 (ORV)
ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ ।
ଦିତୀୟ ବିବରଣ 19 : 14 (ORV)
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବ କାଳର ଲୋକମାନଙ୍କ ଦ୍ଵାରା ସ୍ଥାପିତ ତୁମ୍ଭ ସୀମାଚିହ୍ନ ଘୁଞ୍ଚାଇବ ନାହିଁ ।
ଦିତୀୟ ବିବରଣ 19 : 15 (ORV)
ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ଵାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ଵାରା ବିଚାର ନିଷ୍ପନ୍ନ ହେବ ।
ଦିତୀୟ ବିବରଣ 19 : 16 (ORV)
ଯେବେ ଅଧର୍ମୀ ସାକ୍ଷୀ କାହାରି ବିରୁଦ୍ଧରେ ଉଠି ଅବିଧି କାର୍ଯ୍ୟ ବିଷୟରେ ସାକ୍ଷ୍ୟ ଦିଏ,
ଦିତୀୟ ବିବରଣ 19 : 17 (ORV)
ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ ।
ଦିତୀୟ ବିବରଣ 19 : 18 (ORV)
ତହୁଁ ବିଚାରକର୍ତ୍ତାମାନେ ଯନିପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେଇଥାଏ;
ଦିତୀୟ ବିବରଣ 19 : 19 (ORV)
ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ ।
ଦିତୀୟ ବିବରଣ 19 : 20 (ORV)
ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ ।
ଦିତୀୟ ବିବରଣ 19 : 21 (ORV)
ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: