ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 1 (ORV)
ହେ ଭାଇମାନେ, ତୁମ୍ଭେମାନେ ତ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବ୍ୟର୍ଥ ହୋଇ ନାହିଁ;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 2 (ORV)
ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍‍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ଵରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ଵରଙ୍କ ଦ୍ଵାରା ସାହସପ୍ରାପ୍ତ ହୋଇଥିଲୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 3 (ORV)
କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତା-ମୂଳକ ଅବା ଛଳଯୁକ୍ତ ନୁହେଁ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 4 (ORV)
କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ଵରଙ୍କ କର୍ତ୍ତୃକ ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁ; ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁ ନାହୁଁ, ବରଂ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ଵର ⇧, ତାହାଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 5 (ORV)
ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ସମୟରେ ଚାଟୁବାଦ ବ୍ୟବହାର କରି ନାହୁଁ ଅବା ଲୋଭକୁ ଗୁପ୍ତ କରିବା ନିମନ୍ତେ ଛଳନା କରି ନାହୁଁ, ଈଶ୍ଵର ଏଥିର ସାକ୍ଷୀ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 6 (ORV)
ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ଵରୂପେ ଆମ୍ଭେମାନେ ସମ୍ଭ୍ରମ ଦାବୀ କରି ପାରିଥାଆନ୍ତୁ, ତଥାପି ତୁମ୍ଭମାନଙ୍କଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ, କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 7 (ORV)
କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 8 (ORV)
ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ଥିବାରୁ ଆମ୍ଭେମାନେ ସେହି ପ୍ରକାରେ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ଆପଣା ପ୍ରାଣ ମଧ୍ୟ ଦେବାକୁ ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କର ପ୍ରିୟପାତ୍ର ହୋଇଥିଲ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 9 (ORV)
ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଭାର ସ୍ଵରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ଵରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 10 (ORV)
ବିଶ୍ଵାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି ଈଶ୍ଵର ମଧ୍ୟ ସାକ୍ଷୀ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 11 (ORV)
ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ, ସେହିପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକା; ଅନୁରୋଧ କରିଥିଲୁ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 12 (ORV)
ଯେପରି ତୁମ୍ଭମାନଙ୍କ ଆହ୍ଵାନକାରୀ ଯେଉଁ ଈଶ୍ଵର, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହେବା ନିମନ୍ତେ ତୁମ୍ଭେମାନେ ତାହାଙ୍କର ଯୋଗ୍ୟ ଆଚରଣ କର ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 13 (ORV)
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ଵରଙ୍କର ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ଵାରା ପ୍ରଚାରିତ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ତାହା ମନୁଷ୍ୟର ବାକ୍ୟ ସ୍ଵରୂପେ ଗ୍ରହଣ ନ କରି ବରଂ ଈଶ୍ଵରଙ୍କ ବାକ୍ୟ ସ୍ଵରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ଵରଙ୍କ ବାକ୍ୟ ଅଟେ, ପୁଣି ବିଶ୍ଵାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 14 (ORV)
କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦା ଦେଶସ୍ଥ ମଣ୍ତଳୀସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁୀମାନଙ୍କ ଦ୍ଵାରା ଯେଉଁସବୁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ଵଜାତୀୟମାନଙ୍କ ଦ୍ଵାରା ସେହିସବୁ ଦୁଃଖଭୋଗ କରିଅଛ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 15 (ORV)
ସେହି ଯିହୁଦୀମାନେ ପ୍ରଭୁ ଯୀଶୁଙ୍କୁ, ପୁଣି ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ଵରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 16 (ORV)
କାରଣ ବିଜାତିମାନଙ୍କର ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ଆମ୍ଭମାନଙ୍କୁ ବାଧା ଦିଅନ୍ତି; ଏହି ପ୍ରକାରେ ସେମାନେ ସର୍ବଦା ଆପଣା ଆପଣାର ପାପ ପରିପୂର୍ଣ୍ଣ କରୁଥାଆନ୍ତି; କିନ୍ତୁ ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 17 (ORV)
କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟ; ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 18 (ORV)
ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 19 (ORV)
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ବା ଆନନ୍ଦ ବା ଦର୍ପର ମୁକୁଟ କଅଣ ଅଟେ? କି ତୁମ୍ଭେମାନେ ନୁହଁ?
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 20 (ORV)
ତୁମ୍ଭେମାନେ ତ ଆମ୍ଭମାନଙ୍କର ଗୌରବ ଓ ଆନନ୍ଦର କାରଣ ଅଟ ।

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: