ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 1 (ORV)
ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ଵର-ପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ନିର୍ବିଘ୍ନତାରେ ଜୀବନ ଯାପନ କରି ପାରୁ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 2 (ORV)
ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବପ୍ରଥମେ ଅନୁରୋଧ କରୁଅଛି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 3 (ORV)
ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 4 (ORV)
ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ସମ୍ଵନ୍ଧରେ ଜ୍ଞାନ ପ୍ରାପ୍ତ ହୁଅନ୍ତି, ଏହା ସେ ଇଚ୍ଛା କରନ୍ତି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 5 (ORV)
କାରଣ ଏକମାତ୍ର ଈଶ୍ଵର ଅଛନ୍ତି, ଆଉ ଈଶ୍ଵର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 6 (ORV)
ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣାକୁ ଦାନ କରି ଯଥା ସମୟରେସେଥିର ସାକ୍ଷ୍ୟ ଦେଇ ଅଛନ୍ତି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 7 (ORV)
ସେଥିସକାଶେ ମୁଁ ଜଣେ ପ୍ରଚାରକ, ପ୍ରେରିତ, ପୁଣି ବିଶ୍ଵାସ ଓ ସତ୍ୟ ସମ୍ଵନ୍ଧରେ ବିଜାତିମାନଙ୍କର ଜଣେ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହେଲି, ମୁଁ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 8 (ORV)
ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 9 (ORV)
ସେହିପ୍ରକାରେ ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁବର୍ଣ୍ଣ କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ସୁବୁଦ୍ଧି ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ପ୍ର.ପିତ. ୩:୩
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 10 (ORV)
ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ସତ୍କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 11 (ORV)
ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ଵୀକାର କରି ମୌନ ଭାବରେ ଶିକ୍ଷା ଗ୍ରହଣ କରୁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 12 (ORV)
ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ମୌନ ରହୁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 13 (ORV)
କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 14 (ORV)
ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 15 (ORV)
କିନ୍ତୁ ସେମାନେ ସୁବୁଦ୍ଧି ସହ ବିଶ୍ଵାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ, ସେ ସନ୍ତାନ ପ୍ରସବ କରିବା ଦ୍ଵାରା ପରିତ୍ରାଣ ପାଇବ ।

1 2 3 4 5 6 7 8 9 10 11 12 13 14 15

BG:

Opacity:

Color:


Size:


Font: