ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 1 (ORV)
ଯେତେ ଲୋକ ଦାସତ୍ଵରୂପ ଯୁଆଳିର ଅଧୀନ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମାଦରଯୋଗ୍ୟ ବୋଲି ଜ୍ଞାନ କରନ୍ତୁ, ଯେପରି ଈଶ୍ଵରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ, ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 2 (ORV)
ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ଵାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜ୍ଞାନ କରି ତୁଚ୍ଛ ନ କରନ୍ତୁ ବରଂ ଅଧିକ ଯନି ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ଵାରା ଉପକାର ପାଆନ୍ତି, ସେମାନେ ବିଶ୍ଵାସୀ ଓ ପ୍ରିୟପାତ୍ର । ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 3 (ORV)
କେହି ଯଦି ଭିନ୍ନ ପ୍ରକାର ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ଵର-ପରାୟଣତା ଅନୁଯାୟୀ ଶିକ୍ଷା ସ୍ଵୀକାର ନ କରେ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 4 (ORV)
ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି ବାଦାନୁବାଦ ଓ ବାଗ୍ଯୁଦ୍ଧରେ ମତ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, କୁତ୍ସିତ ସନ୍ଦେହ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 5 (ORV)
ପୁଣି ଯେଉଁମାନେ ଈଶ୍ଵରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ନିତ୍ୟ ବିରୋଧ ଜନ୍ମେ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 6 (ORV)
ଈଶ୍ଵରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 7 (ORV)
କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି ଏଠାରୁ କିଛି ଘେନିଯାଇ ନ ପାରୁ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 8 (ORV)
ଏଣୁ ଅନ୍ନବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 9 (ORV)
ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି ଅନେକ ପ୍ରକାର ଅସଙ୍ଗତ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ଵଂସ ଓ ବିନାଶରୂପ ସାଗରରେ ମଗ୍ନ କରେ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 10 (ORV)
କାରଣ ଧନଲୋଭ ସମସ୍ତ ଅନିଷ୍ଟର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ଵାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି ବହୁ ଦୁଃଖରେ ଆପଣା ଆପଣା ହୃଦୟ ବିଦୀର୍ଣ୍ଣ କରିଅଛନ୍ତି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 11 (ORV)
କିନ୍ତୁ ହେ ଈଶ୍ଵରଙ୍କ ଲୋକ, ତୁମ୍ଭେ ଏହି ସମସ୍ତରୁ ପଳାୟନ କରି ଧାର୍ମିକତା, ଈଶ୍ଵରପରାୟଣତା, ବିଶ୍ଵାସ, ପ୍ରେମ, ଧୈର୍ଯ୍ୟ ଓ ସହିଷ୍ଣୁତାର ଅନୁଗାମୀ ହୁଅ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 12 (ORV)
ବିଶ୍ଵାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନ; ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 13 (ORV)
ସମସ୍ତଙ୍କ ଜୀବନଦାତା ଈଶ୍ଵରଙ୍କ ସାକ୍ଷାତରେ, ପୁଣି ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 14 (ORV)
ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 15 (ORV)
ଯେ ପରମଧନ୍ୟ ଏକମାତ୍ର ସମ୍ରାଟ୍, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 16 (ORV)
ଯେ ଏକମାତ୍ର ଅମର ଓ ଅଗମ୍ୟ ଜ୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 17 (ORV)
ଯେଉଁମାନେ ଇହକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଞ୍ଚ ଭୋଗ ନିମନ୍ତେ ସକଳ ବିଷୟ ପ୍ରଚୁର ରୂପେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ଵର,, ତାହାଙ୍କ ଉପରେ ନିର୍ଭର କରନ୍ତି,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 18 (ORV)
ପୁଣି ପରୋପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି; ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି,ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 19 (ORV)
ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ଉତ୍କୃଷ୍ଟ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 20 (ORV)
ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ ତଥାକଥିତ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6 : 21 (ORV)
କେହି କେହି ତାହା ଅବଲମ୍ଵନ କରି ବିଶ୍ଵାସ ସମ୍ଵନ୍ଧରେ ପଥଭ୍ରଷ୍ଟ ହୋଇଅଛନ୍ତି । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: