ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 1 (ORV)
ପାଉଲ, ଈଶ୍ଵରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ ପତ୍ର ଲେଖୁଅଛି;
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 2 (ORV)
ଈଶ୍ଵରଙ୍କ ମନୋନୀତ ଲୋକମାନେ ଅନ; ଜୀବନର ଭରସା ପ୍ରାପ୍ତ ହୋଇ ଯେପରି ବିଶ୍ଵାସ ଓ ଭକ୍ତିସଙ୍ଗତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 3 (ORV)
ସେହି ଅନ; ଜୀବନ, ସତ୍ୟବାଦୀ ଈଶ୍ଵର ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ଵାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଆଜ୍ଞାନୁସାରେ ମୋʼଠାରେ ସମର୍ପିତ ହୋଇଅଛି ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 4 (ORV)
ପିତା ଈଶ୍ଵର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 5 (ORV)
ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ, ପୁଣି ମୋହର ଆଦେଶାନୁସାରେ ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 6 (ORV)
ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ଵାମୀ, ଯାହାଙ୍କ ସନ୍ତାନମାନେ ବିଶ୍ଵାସୀ ଅଟନ୍ତି ଓ କଦାଚରଣ ବିଷୟରେ ଅପବାଦିତ କିମ୍ଵା ଅବାଧ୍ୟ ନୁହନ୍ତି, ତାଙ୍କୁ ନିଯୁକ୍ତ କର ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 7 (ORV)
କାରଣ ଅଧ୍ୟକ୍ଷ, ଈଶ୍ଵରଙ୍କର ବେବର୍ତ୍ତା ସ୍ଵରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲାଭର ଅଭିଳାଷୀ ନ ହୋଇ ଆତିଥ୍ୟପ୍ରିୟ,
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 8 (ORV)
ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 9 (ORV)
ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ଵାସ-ଯୋଗ୍ୟ ବାକ୍ୟକୁ ଦୃଢ଼ ଭାବରେ ଧରନ୍ତୁ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 10 (ORV)
କାରଣ ଅନେକ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 11 (ORV)
ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ । ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 12 (ORV)
ସେମାନଙ୍କର ଜଣେ, ସେମାନଙ୍କର ସ୍ଵଜାତୀୟ ଜଣେ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସ୍ରକ ପଶୁତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 13 (ORV)
ଏହି ସାକ୍ଷ୍ୟ ସତ୍ୟ । ଏଣୁ ସେମାନେ ଯେପରି ଯିହୁଦୀୟ କଳ୍ପିତ ଗଳ୍ପ ପୁଣି ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 14 (ORV)
ଆଜ୍ଞା ପ୍ରତି ମନୋଯୋଗୀ ନ ହୋଇ ବିଶ୍ଵାସରେ ସବଳ ହୁଅନ୍ତି, ଏଥିପାଇଁ ସେମାନଙ୍କୁ ଦୃଢ଼ ଭାବରେ ଅନୁଯୋଗ କର ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 15 (ORV)
ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ଵାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ, ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1 : 16 (ORV)
ସେମାନେ ଈଶ୍ଵରଙ୍କୁ ଜାଣନ୍ତି ବୋଲି ସ୍ଵୀକାର କରନ୍ତି, କିନ୍ତୁ ସେମାନଙ୍କ କର୍ମ ଦ୍ଵାରା ତାହାଙ୍କୁ ଅସ୍ଵୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି ସମସ୍ତ ସତ୍କର୍ମର ଅଯୋଗ୍ୟ ।

1 2 3 4 5 6 7 8 9 10 11 12 13 14 15 16

BG:

Opacity:

Color:


Size:


Font: