ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 1 (ORV)
ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ଵାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ଵାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟକରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 2 (ORV)
ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁ ଭୋଗ କଲେ, ପୁଣି ଈଶ୍ଵରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହୋଇଅଛନ୍ତି, ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 3 (ORV)
ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳା; ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 4 (ORV)
ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏ ରକ୍ତବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 5 (ORV)
ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ଵା ତାହାଙ୍କ ଦ୍ଵାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳା; ହୁଅ ନାହିଁ;
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 6 (ORV)
କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 7 (ORV)
ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ; ଈଶ୍ଵର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି?
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 8 (ORV)
କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 9 (ORV)
ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ; ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 10 (ORV)
କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 11 (ORV)
ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ; ତଥାପି ଯେଉଁମାନେ ତଦ୍ଦ୍ଵାରା ଶିକ୍ଷାପ୍ରାପ୍ତ ହୋଇଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ଵରୂପ ଧାର୍ମିକତା ପ୍ରଦାନ କରେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 12 (ORV)
ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 13 (ORV)
ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର, ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 14 (ORV)
ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି ଯେଉଁ ପବିତ୍ରତା ବିନୁ କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 15 (ORV)
କାଳେ କେହି ଈଶ୍ଵରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ଦ୍ଵାରା ଅନେକେ କଳୁଷିତ ହୁଅନ୍ତି;
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 16 (ORV)
କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏ ବିଷୟରେ ଅତି ଜାଗ୍ରତ ହୁଅ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 17 (ORV)
ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ସଯନିରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 18 (ORV)
କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ଜଳିତ ଅଗ୍ନି ନିକଟକୁ ପୁଣି ନିବିଡ଼ ମେଘ, ଅନ୍ଧକାର, ଝଡ଼,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 19 (ORV)
ତୂରୀର ଧ୍ଵନୀ ଓ ବାକ୍ୟର ଶଦ୍ଦ ନିକଟକୁ ଆସି ନାହିଁ; ଶ୍ରୋତାମାନେ ସେହି ଶଦ୍ଦ ଶୁଣି ଯେପରି ସେମାନଙ୍କୁ ଆଉ କୌଣସି ବାକ୍ୟ କୁହା ନ ଯାଏ, ଏହା ନିବେଦନ କରିଥିଲେ;
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 20 (ORV)
ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରି ପାରିଲେ ନାହିଁ;
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 21 (ORV)
ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, ମୁଁ ଅତ୍ୟ; ଭୀତ ଓ କମ୍ପିତ ହେଉଅଛି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 22 (ORV)
କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ଵରଙ୍କ ନଗର, ଅର୍ଥାତ୍, ସ୍ଵର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 23 (ORV)
ସ୍ଵର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ତଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ଵର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 24 (ORV)
ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 25 (ORV)
ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର; କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ଵର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ!
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 26 (ORV)
ସେତେବେଳେ ତାହାଙ୍କ ସ୍ଵର ପୃଥିବୀକି ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ସୁଦ୍ଧା କମ୍ପାଇବା ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 27 (ORV)
ପୁନର୍ବାର ବୋଲି କହିବା ଦ୍ଵାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 28 (ORV)
ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ଵରଙ୍କ ସନ୍ତୋଷଜନକ ଉପାସନା କରୁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12 : 29 (ORV)
କାରଣ ଆମ୍ଭମାନଙ୍କର ଈଶ୍ଵର ଗ୍ରାସକାରୀ ଅଗ୍ନି ସ୍ଵରୂପ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: