ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 1 (ORV)
ଭ୍ରାତୃପ୍ରେମ ସ୍ଥିର ହୋଇଥାଉ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 2 (ORV)
ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ଦ୍ଵାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 3 (ORV)
ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ଵରୂପେ ଜ୍ଞାନ କରି ପୁଣି ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 4 (ORV)
ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ଵର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 5 (ORV)
ଆଚାରବ୍ୟବହାରରେ ଧନଲୋଭଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ” ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 6 (ORV)
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିବ?
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 7 (ORV)
ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ଵରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ଵାସର ଅନୁକାରୀ ହୁଅ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 8 (ORV)
ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଚିରକାଳ ସମାନ ଅଟନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 9 (ORV)
ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ଵାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ଵାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହୋଇ ନାହିଁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 10 (ORV)
ଯେଉଁ ଯଜ୍ଞ ବେଦିର ସାମଗ୍ରୀ ତମ୍ଵୁର ଉପାସକ-ମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ଯଜ୍ଞବେଦି ଅଛି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 11 (ORV)
କାରଣ ଯେଉଁସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ଵରୂପେ ମହାଯାଜକଙ୍କ ଦ୍ଵାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 12 (ORV)
ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ଵାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ଵାରର ବାହାରେ ମୃତ୍ୟୁଭୋଗ କଲେ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 13 (ORV)
ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟକରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 14 (ORV)
କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଆଗାମୀ ନଗରର ଅନ୍ଵେଷଣ କରୁଅଛୁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 15 (ORV)
ଏଣୁ ଆସ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ଵୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 16 (ORV)
ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ଵରଙ୍କର ପରମ ସନ୍ତୋଷ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 17 (ORV)
ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ଵନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 18 (ORV)
ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ଵାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 19 (ORV)
ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 20 (ORV)
ଯେଉଁ ଶାନ୍ତିଦାତା ଈଶ୍ଵର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 21 (ORV)
ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍ ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 22 (ORV)
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 23 (ORV)
ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇଅଛନ୍ତି ବୋଲି ଜାଣିବ; ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 24 (ORV)
ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ । ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13 : 25 (ORV)
ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: